Biblia Todo Logo
Bib sou entènèt

- Piblisite -




ଗାଲାତୀୟ 2:20 - ପବିତ୍ର ବାଇବଲ

20 ଅତଏବ ଏବେ ମୁଁ ନିଜେ ଜୀବିତ ନାହିଁ, ମାତ୍ର ମୋ’ ମଧ୍ୟରେ ଯୀଶୁ ଖ୍ରୀଷ୍ଟ ଜୀବିତ ଅଛନ୍ତି। ମୋର ଶରୀର ମଧ୍ୟରେ ମୁଁ ଏ ପର୍ଯ୍ୟନ୍ତ ଜୀବିତ ଅଛି ଓ ପରମେଶ୍ୱରଙ୍କ ପୁତ୍ରଙ୍କଠାରେ ମୋର ବିଶ୍ୱାସ ପାଇଁ ମୁଁ ଜୀବିତ ଅଛି। ସେ ମୋତେ ଭଲ ପାଇଲେ। ସେ ମୋ’ ଉଦ୍ଧାର ପାଇଁ ନିଜକୁ ସମର୍ପିତ କରି ଦେଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼଠାରେ ଜୀବିତ ଅଛନ୍ତି; ପୁଣି ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ଵାସରେ, ଅର୍ଥାତ୍, ଈଶ୍ଵରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ଵାସ କରି ଯାପନ କରୁଅଛି।

Gade chapit la Kopi

ଓଡିଆ ବାଇବେଲ

20 ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋ'ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ୱରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋ' ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ତେଣୁ ବର୍ତ୍ତମାନ ପ୍ରକୃତରେ ମୁଁ ଆଉ ଜୀବିତ ନୁହେଁ, ମୋ’ଠାରେ ଖ୍ରୀଷ୍ଟ ହିଁ ଜୀବନ୍ତ। ମୁଁ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଛି, ତାହା କେବଳ ଈଶ୍ୱରଙ୍କ ପୁତ୍ରଙ୍କ ଉପରେ ମୋ’ ବିଶ୍ୱାସ ଦ୍ୱାରା ସମ୍ଭବ ହୋଇଛି - ଯିଏ ମୋତେ ପ୍ରେମ କରି ମୋ’ ପାଇଁ ତାଙ୍କ ପ୍ରାଣଦାନ କରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।

Gade chapit la Kopi




ଗାଲାତୀୟ 2:20
65 Referans Kwoze  

ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ନିଜର ମନର ଆବେଗ ଓ ପାପମୟ ସ୍ୱଭାବକୁ କ୍ରୁଶରେ ବିଦ୍ଧ କରିଛନ୍ତି। ସେମାନେ ନିଜର ସ୍ୱାର୍ଥପର ମନୋଭାବ ଓ ମନ୍ଦକାର୍ଯ୍ୟ ସବୁକୁ ତ୍ୟାଗ କରିଛନ୍ତି।


ଖ୍ରୀଷ୍ଟ ସମସ୍ତଙ୍କ ପାଇଁ ମରିବାର ଉଦ୍ଦେଶ୍ୟ ହେଉଛି ଯେ ଯେଉଁ ଲୋକମାନେ ଜୀବିତ, ଏହା ପରେ ସେମାନେ ନିଜ ପାଇଁ ଜୀବିତ ନ ରୁହନ୍ତି, ବରଂ ଯିଏ ମରି ଯାଇଥିଲେ ଓ ପୁନର୍ବାର ସେମାନଙ୍କ ପାଇଁ ଉ‌‌ତ୍‌‌ଥିତ ହେଲେ, ସେହି ଖ୍ରୀଷ୍ଟଙ୍କ ପାଇଁ ଜୀବିତ ରୁହନ୍ତୁ।


ଆମ୍ଭେ ଯଦି ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁବରଣ କରିଛୁ, ତା'ହେଲେ ଜାଣୁ ଯେ ଆମ୍ଭେ ମଧ୍ୟ ତାହାଙ୍କ ସହିତ ଜୀବିତ ରହିବା।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶ ହିଁ ମୋର ଗର୍ବର ଏକମାତ୍ର କାରଣ। ମୁଁ ଆଶାକରେ ଯେ, ମୁଁ ତାହାଠାରୁ ଆଉ କେଉଁଠାରେ ଗର୍ବ କରିବି ନାହିଁ। କ୍ରୁଶ ଉପରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ମୋ’ ପାଇଁ ଏହି ଜଗତ ମୃତ ଓ ମୁଁ ମଧ୍ୟ ଜଗତ ପାଇଁ ମୃତ।


ତୁମ୍ଭେମାନେ ବିଶ୍ୱାସରେ ଜୀବନ କାଟୁଛ କି ନାହିଁ? ନିଜ ନିଜକୁ ପରୀକ୍ଷା କରି ଦେଖ। ତୁମ୍ଭେମାନେ ଜାଣ ଯେ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ଅଛନ୍ତି। କିନ୍ତୁ ଯଦି ତୁମ୍ଭେମାନେ ପରୀକ୍ଷାରେ ବିଫଳ ହୁଅ, ତାହାହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ରହୁ ନାହାନ୍ତି ତାହା ଜାଣ।


ପାପର ସେବା କରିବା ପାଇଁ ତୁମ୍ଭମାନଙ୍କ ଶରୀରର ଅଙ୍ଗଗୁଡ଼ିକକୁ ଅନୁମତି ଦିଅ ନାହିଁ। ମନ୍ଦ କାମ କରିବା ପାଇଁ ଶରୀରକୁ ବ୍ୟବହାର କର ନାହିଁ। ତା’ ପରିବର୍ତ୍ତେ ନିଜକୁ ପରମେଶ୍ୱରଙ୍କଠାରେ ସମର୍ପଣ କର। ଯେଉଁମାନେ ମରି ଥିଲେ ଓ ଏବେ ଜୀବିତ ଅଛନ୍ତି ସେ ଲୋକଙ୍କ ଭଳି ହୁଅ। ନିଜ ଶରୀରର ଅଙ୍ଗଗୁଡ଼ିକୁ ଭଲ କାମ କରିବା ପାଇଁ ପରମେଶ୍ୱରଙ୍କଠାରେ ସମର୍ପଣ କର।


ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ସହିତ ରହି ପାରିବା ବୋଲି, ସେ ଆମ୍ଭ ପାଇଁ ମଲେ। ଯେତେବେଳେ ଯୀଶୁ ଆସିବେ, ସେହି ସମୟରେ ଆମ୍ଭେ ଜୀବିତ ରହିବା କି ମରିଯାଇଥିବା, ତାହା ମହତ୍ତ୍ୱପୂର୍ଣ୍ଣ ନୁହେଁ।


ସେ ଆମ୍ଭ ପାଇଁ ନିଜକୁ ଦେଲେ। ଆମ୍ଭକୁ ସମସ୍ତ ମନ୍ଦରୁ ମୁକ୍ତ କରିବା ପାଇଁ ଏବଂ ଆମ୍ଭକୁ ଜଣେ ପବିତ୍ର ଜାତି ଓ କେବଳ ତାହାଙ୍କ ଭଳି ବ୍ୟକ୍ତିସମୂହ ଭାବରେ ଗଢ଼ିବା ପାଇଁ ସେ ମଲେ। ଏହି ପବିତ୍ର ଲୋକମାନେ ସର୍ବଦା ଭଲ କାମ କରିବା ପାଇଁ ଇଚ୍ଛା କରନ୍ତି।


ପରମପିତା ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଯୀଶୁ ଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ।


ହେ ପରମପିତା, ମୁଁ ତୁମ୍ଭଠାରେ ପ୍ରାର୍ଥନା କରେ ଯେପରି ମୋ’ ଉପରେ ବିଶ୍ୱାସ ରଖୁଥିବା ଲୋକମାନେ ଏକ ହୋଇପାରିବେ। ତୁମ୍ଭେ ମୋ'ଠାରେ ରହିଛ ଓ ମୁଁ ତୁମ୍ଭଠାରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠାରେ ଯେପରି ଏକ ହୋଇ ପାରିବେ। ତଦ୍ଦ୍ୱାରା ଜଗତ ବିଶ୍ୱାସ କରିବ, ଯେ ତୁମ୍ଭେ ମୋତେ ପଠାଇଅଛ।


କିନ୍ତୁ ଏସବୁରେ ଆମ୍ଭ ପ୍ରତି ପ୍ରେମ ପ୍ରଦର୍ଶିତ କରିଥିବା ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେ ପୂର୍ଣ୍ଣ ବିଜୟୀ।


ଆମ୍ଭେ ଏହା ମଧ୍ୟ ଜାଣୁ ଯେ, ପରମେଶ୍ୱରଙ୍କ ପୁତ୍ର ଆସିଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ୱରଙ୍କୁ ଜାଣିପାରୁ। ସେହି ପରମେଶ୍ୱର ସତ୍ୟ ଅଟନ୍ତି। ସେହି ସତ୍ୟମୟ ପରମେଶ୍ୱର ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କର ଜୀବନ ଅଛି।


ପ୍ରେମପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ରେମ କରିଛନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଅନ୍ୟମାନଙ୍କୁ ପ୍ରେମ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ମଧୁର-ସୁଗନ୍ଧି-ଯୁକ୍ତ ଭେଟି ଓ ପରମେଶ୍ୱରଙ୍କ ବଳି ସ୍ୱରୂପ ଅଟନ୍ତି।


ଖ୍ରୀଷ୍ଟଙ୍କଠାରୁ ମୋତେ ଶକ୍ତି, ପ୍ରଦତ୍ତ ହୋଇଥିବାରୁ, ତାଙ୍କ ମାଧ୍ୟମରେ ମୁଁ ସବୁକିଛି କରିବାକୁ ସକ୍ଷମ।


ତୁମ୍ଭ ବିଶ୍ୱାସ ହେତୁ ତୁମ୍ଭ ହୃଦୟରେ ଖ୍ରୀଷ୍ଟ ବାସ କରନ୍ତି। ତୁମ୍ଭ ଜୀବନ ପ୍ରେମରେ ଶକ୍ତିଶାଳୀ ହେଉ ଏବଂ ପ୍ରେମରେ ଗଢ଼ି ଉଠୁ।


ଏଥିରୁ ସ୍ପଷ୍ଟ ଯେ, କୌଣସି ଲୋକ ବ୍ୟବସ୍ଥା ପାଳନ ଦ୍ୱାରା ପରମେଶ୍ୱରଙ୍କଠାରେ ଧାର୍ମିକ ବୋଲି ପ୍ରମାଣିତ ହୁଏ ନାହିଁ। କାରଣ ଶାସ୍ତ୍ର କହେ: “ବିଶ୍ୱାସକୁ ଆଧାର କରି ଧାର୍ମିକ ବ୍ୟକ୍ତି ସଦାକାଳ ପାଇଁ ଜୀବିତ ରହିବ।”


ହଁ, ପରମେଶ୍ୱର ଏ ପୃଥିବୀକୁ ଏତେ ପ୍ରେମ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ବ୍ୟକ୍ତି, ବିନାଶ ହେବେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ।


ପରମେଶ୍ୱର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ୟ ଆଲୋକରେ ବାସ କରିବା ଉଚିତ୍। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତେବେ ଆମ୍ଭେ ପରସ୍ପର ସହଭାଗୀ ହୋଇପାରିବା। ଯଦି ଆମ୍ଭେମାନେ ଆଲୋକରେ ରହୁ, ତେବେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।


ଏହି ମହାନ୍ ସତ୍ୟଟି ସମସ୍ତଙ୍କ ପାଇଁ ଅଟେ। ପରମେଶ୍ୱର ଏହି ମହାନ୍ ଓ ବୈଭବପୂର୍ଣ୍ଣ ସତ୍ୟକୁ ନିଜ ଲୋକଙ୍କୁ ଜଣାଇ ଦେବା ପାଇଁ ସ୍ଥିର କଲେ। ଏହି ସତ୍ୟ ସ୍ୱୟଂ ତୁମ୍ଭମାନଙ୍କ ଭିତରେ ଥିବା ଖ୍ରୀଷ୍ଟ ନିଜେ ଅଟନ୍ତି। ପରମେଶ୍ୱରଙ୍କ ମହିମା ପ୍ରାପ୍ତ କରିବା ପାଇଁ, ସେ ହେଉଛନ୍ତି ଆମ୍ଭର ଏକମାତ୍ର ଭରସା।


ଏବେ ଆମ୍ଭେ ଏହି ଅନୁଗ୍ରହରେ ରହିଛୁ ଓ ଆମ୍ଭେ ପରମେଶ୍ୱରଙ୍କ ଏହି ମହିମାରେ ଭାଗୀଦର ହୋଇଥିବା ଆଶାରେ ଆନନ୍ଦିତ।


ପରମେଶ୍ୱର ଲୋକମାନଙ୍କୁ କିପରି ତାଙ୍କ ପାଇଁ ଧାର୍ମିକ କରନ୍ତି ତାହା ସୁସମାଗ୍ଭର ଦର୍ଶାଇ ଥାଏ। ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପାଇଁ ଧାର୍ମିକତା ଆରମ୍ଭ ହୁଏ ଓ ବିଶ୍ୱାସରେ ଶେଷ ହୁଏ। ଯେପରି ଧର୍ମଶାସ୍ତ୍ରରେ କୁହାଯାଇଛି, “ବିଶ୍ୱାସ ଦ୍ୱାରା ଧାର୍ମିକ ଅନନ୍ତକାଳ ଜୀବିତ ରହେ।”


ମୋ’ ଦ୍ୱାରା ଖ୍ରୀଷ୍ଟ କହୁଛନ୍ତି କି ନାହିଁ, ଏଥିର ତୁମ୍ଭେମାନେ ପ୍ରମାଣ ଗ୍ଭହୁଁଛ। ମୋର ପ୍ରମାଣ ଏହି ଯେ, ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଦଣ୍ଡ ପ୍ରଦାନ କରିବାରେ ଦୁର୍ବଳ ନୁହନ୍ତି। କିନ୍ତୁ ସେ ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିଶାଳୀ ଅଟନ୍ତି।


ଯୀଶୁ ହେଉଛନ୍ତି ବିଶ୍ୱସ୍ତ ସାକ୍ଷୀ। ମୃତ୍ୟୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧ୍ୟରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା। ସେହି ଯୀଶୁ ଆମ୍ଭମାନଙ୍କୁ ପ୍ରେମ କରନ୍ତି। ସେହି ଯୀଶୁ ତାହାଙ୍କ ରକ୍ତ ଦେଇ ଆମ୍ଭମାନଙ୍କୁ ପାପରୁ ମୁକ୍ତ କରିଛନ୍ତି।


ତୁମ୍ଭେମାନେ ପରମେଶ୍ୱରଙ୍କ ପୁତ୍ରଙ୍କର ସ୍ୱର୍ଗରୁ ଆସିବା ସମୟକୁ ଅପେକ୍ଷା କରି ମୂର୍ତ୍ତିପୂଜା ବନ୍ଦ କରିଥିଲି। ପରମେଶ୍ୱର ତାଙ୍କ ପୁତ୍ର ଯୀଶୁଙ୍କୁ ମୃତ୍ୟୁରୁ ପୁନରୁ‌ତ୍‌‌ଥିତ କରିଛନ୍ତି। ପରମେଶ୍ୱରଙ୍କ ଆଗାମୀ କ୍ରୋଧପୂର୍ଣ୍ଣ ବିଗ୍ଭରରୁ ଯୀଶୁ ଆମ୍ଭକୁ ଉଦ୍ଧାର କରନ୍ତି।


“ମୁଁ ଉତ୍ତମ ମେଷପାଳକ। ଉତ୍ତମ ମେଷପାଳକ ମେଷମାନଙ୍କ ପାଇଁ ତା'ର ଜୀବନ ଦିଏ।


“ପରମପିତା ମୋତେ ପଠାଇଛନ୍ତି। ପରମପିତା ଜୀବନ୍ତ ଓ ତାହାଙ୍କ ହେତୁ ମୁଁ ଜୀବିତ। ତେଣୁ ଯେଉଁ ଲୋକ ମୋତେ ଭୋଜନ କରେ, ସେ ମୋ’ ହେତୁ ଜୀବିତ ରହିବ।


ଦେଖ, ମୁଁ ଏଠାରେ ଅଛି ଓ ଦ୍ୱାର ପାଖରେ ଠିଆ ହୋଇ ଆଘାତ କରୁଛି। ଯଦି ଜଣେ ଲୋକ ମୋ’ ସ୍ୱର ଶୁଣେ ଓ ଦ୍ୱାର ଫିଟାଏ, ତେବେ ମୁଁ ଭିତରକୁ ଆସି ସେହି ଲୋକ ସହିତ ଖାଇବି। ସେ ଲୋକ ମଧ୍ୟ ମୋ’ ସହିତ ଖାଦ୍ୟ ଖାଇବ।


ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ନ ଦେଖି ମଧ୍ୟ ପ୍ରେମ କରୁଛ। ଏବେ ତୁମ୍ଭେ ତାହାଙ୍କୁ ନ ଦେଖି ମଧ୍ୟ ବିଶ୍ୱାସ କରୁଛ। ତୁମ୍ଭେ ଅତୁଳନୀୟ ଆନନ୍ଦ ପାଉଛ। ସେହି ଆନନ୍ଦ ମହିମାରେ ପରିପୂର୍ଣ୍ଣ।


ମନୁଷ୍ୟପୁତ୍ରଙ୍କ କ୍ଷେତ୍ରରେ ତାହା ଏକା ଭଳି। ମନୁଷ୍ୟପୁତ୍ର ଅନ୍ୟମାନଙ୍କଠାରୁ ସେବା ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସେବା କରିବା ପାଇଁ ଆସିଅଛନ୍ତି। ମନୁଷ୍ୟପୁତ୍ର ଅନେକ ଲୋକଙ୍କ ମୁକ୍ତିର ମୂଲ୍ୟଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।”


ନିଜ ବନ୍ଧୁମାନଙ୍କ ପାଇଁ ପ୍ରାଣଦାନ ଦେଇ ଜଣେ ବ୍ୟକ୍ତି ସର୍ବୋତ୍କୃଷ୍ଟ ପ୍ରେମ ଦେଖାଇ ପାରିବ।


ଆମ୍ଭେ ଜାଣୁ ଯେ ନିୟମ ପାଳନ ଦ୍ୱାରା କେହି ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ ନାହିଁ। ମାତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହେବା ପାଇଁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ। ଆମ୍ଭେ ନିୟମ ପାଳନ ପାଇଁ ନୁହେଁ ବରଂ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖିଥିବାରୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। କେବଳ ବ୍ୟବସ୍ଥା ପାଳନ ଦ୍ୱାରା କୌଣସି ଲୋକ ଧାର୍ମିକ ହୋଇପାରେ ନାହିଁ।


ଆମ୍ଭେ ମଧ୍ୟ ଜଗତରେ ରହୁଛୁ। କିନ୍ତୁ ଆମ୍ଭ ଜାଗତିକ ଲୋକଙ୍କ ଭଳି ସଂଗ୍ରାମ କରୁ ନାହୁଁ।


ଆମ୍ଭେ ତୁମ୍ଭଠାରେ ବିଶ୍ୱାସ କରୁ। ଆମ୍ଭେ ଜାଣୁ ଯେ ତୁମ୍ଭେ ପରମେଶ୍ୱରଙ୍କ ନିକଟରୁ ଆସିଥିବା ପବିତ୍ର ବ୍ୟକ୍ତି।”


ତା'ପରେ ନିଥନିୟେଲ ଯୀଶୁଙ୍କୁ କହିଲେ, “ହେ ଗୁରୁ, ଆପଣ ପରମେଶ୍ୱରଙ୍କ ପୁତ୍ର। ଆପଣ ଇସ୍ରାଏଲର ରାଜା।”


ପରମେଶ୍ୱର ଏଥିର ସାକ୍ଷୀ। ମୋ’ କହିବା ଉଦ୍ଦେଶ୍ୟ ନୁହେଁ ଯେ, ଆମ୍ଭେ ତୁମ୍ଭମାନଙ୍କ ବିଶ୍ୱାସକୁ ନିୟନ୍ତ୍ରିତ କରିବାକୁ ଇଚ୍ଛା କରୁ। ତୁମ୍ଭେମାନେ ବିଶ୍ୱାସରେ ଦୃଢ଼ କିନ୍ତୁ ଆମ୍ଭେମାନେ ତୁମ୍ଭର ଆନନ୍ଦ ପାଇଁ ତୁମ୍ଭମାନଙ୍କର ସହକର୍ମୀ।


ତା'ପରେ ଶାଉଲ ସିଧା ଯିହୂଦୀ ସମାଜଗୃହମାନଙ୍କରେ ପହଞ୍ଚି ସେଠାରେ ଯୀଶୁଙ୍କ ବିଷୟରେ ପ୍ରଗ୍ଭର କଲେ। ସେ ଲୋକମାନଙ୍କୁ କହିବାକୁ ଲାଗିଲେ, “ଯୀଶୁ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି।’’


ହେ ପତିଗଣ! ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କରି ତା’ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି ନିଜ ନିଜର ପତ୍ନୀମାନଙ୍କୁ ପ୍ରେମ କର।


ଆମ୍ଭେ ଯାହା ଦେଖୁ, ତା’ ସାହାଯ୍ୟରେ ନୁହେଁ, ମାତ୍ର ବିଶ୍ୱାସ ଦ୍ୱାରା ପରିଗ୍ଭଳିତ ହେଉ, ସେଥିପାଇଁ ମୁଁ କୁହେ ଯେ, ଆମ୍ଭମାନଙ୍କର ଆଶା ଅଛି।


ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି।


ଆମ୍ଭେମାନେ ଦେଖିଅଛୁ ଯେ ପରମେଶ୍ୱର ଜଗତର ଉଦ୍ଧାର ପାଇଁ ଯେ ନିଜର ପୁତ୍ରଙ୍କୁ ପଠାଇଛନ୍ତି, ଆମ୍ଭେମାନେ ଏଥିର ସାକ୍ଷୀ। ବର୍ତ୍ତମାନ ମଧ୍ୟ ଆମ୍ଭେ ସେହି ସାକ୍ଷ୍ୟ ଦେଉଅଛୁ।


ସେମାନେ ଏହିପରି ଯାଉ ଯାଉ ଜଳଥିବା ଗୋଟିଏ ଜାଗାରେ ପହଞ୍ଚିଲେ, ଓ ନପୁଂସକ ଜଣକ କହିଲେ, “ଦେଖ, ଏଠାରେ ତ ଜଳ ଅଛି। ଏବେ ମୋର ବାପ୍ତିଜିତ ହେବାର କିଛି ଅସୁବିଧା ଅଛି କି?”


ଶୟତାନ ପରୀକ୍ଷା କରିବା ନିମନ୍ତେ ଆସି ତାହାଙ୍କୁ କହିଲା, “ତୁମ୍ଭେ ଯଦି ପରମେଶ୍ୱରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ିକୁ ରୋଟୀ ହୋଇ ଯିବା ପାଇଁ କୁହ।”


ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋ’ ପ୍ରତି ଅଛି।


ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ପରମେଶ୍ୱର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ୱର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ।


ଆମ୍ଭର ପାପ ଲାଗି ଯୀଶୁଙ୍କୁ ମୃତ୍ୟୁ ନିମନ୍ତେ ସମର୍ପିତ କରାହେଲା। ଆମ୍ଭକୁ ପରମେଶ୍ୱରଙ୍କଠାରେ ଧାର୍ମିକ କରିବା ଲାଗି ଯୀଶୁ ମୃତ୍ୟୁରୁ ପୁନର୍ଜୀବିତ ହେଲେ।


ଆମ୍ଭେ ଅଧାର୍ମିକ ଥିବା ବେଳେ ଖ୍ରୀଷ୍ଟ ଆମ୍ଭ ପାଇଁ ମରି ଥିଲେ। ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଜୀବନଯାପନ କରୁଥିଲୁ, ତଥାପି ଯଥାର୍ଥ ସମୟରେ ଖ୍ରୀଷ୍ଟ ଆମ୍ଭ ପାଇଁ ମରିଥିଲେ।


କିନ୍ତୁ ଆମ୍ଭେ ସମସ୍ତେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଆମ୍ଭ ପାଇଁ ମୃତ୍ୟୁ ବରଣ କଲେ। ଏହା ଦ୍ୱାରା ପରମେଶ୍ୱର ପ୍ରମାଣିତ କଲେ ଯେ, ସେ ଆମ୍ଭକୁ ବହୁତ ପ୍ରେମ କରନ୍ତି।


ପାପ ହେତୁ ତୁମ ମାନଙ୍କ ଶରୀର ସବୁବେଳେ ମୃତ ହୋଇ ରହିବ। କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ଅଛନ୍ତି, ତା'ହେଲେ ଆତ୍ମା ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରିବେ, କାରଣ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ସହିତ ଧାର୍ମିକ କରିଛନ୍ତି।


ଆମ୍ଭେ ସମସ୍ତେ ନିଜ ପାଇଁ ନୁହେଁ କିନ୍ତୁ ପ୍ରଭୁଙ୍କ ପାଇଁ ଜୀବିତ ବା ମୃତ୍ୟୁବରଣ କରୁ।


କିନ୍ତୁ ଯେଉଁ ଲୋକ ପ୍ରଭୁଙ୍କ ସଙ୍ଗରେ ରହେ ସେ ଆତ୍ମାରେ ତାହାଙ୍କ ସହିତ ଏକ ହୁଏ।


ଯଦି ଆମ୍ଭେ ଠିକ୍ ମନରେ ଅଛୁ ତାହା ତୁମ୍ଭମାନଙ୍କ ପାଇଁ। ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭକୁ ନିୟନ୍ତ୍ରିତ କରେ। କାରଣ ଆମ୍ଭେ ଜାଣୁ ଯେ ଜଣେ ସମସ୍ତଙ୍କ ପାଇଁ ମରିଛନ୍ତି। ସେଥିପାଇଁ ସମସ୍ତେ ମରିଛନ୍ତି।


ମୁଁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଇ ସତ୍ୟକହୁଛି, ସେହି ବିଷୟରେ ଗର୍ବ ପୂର୍ବକ କହିବା ପାଇଁ ମୋତେ ସମଗ୍ର ଆଖାୟାରେ କେହି ଅଟକାଇ ପାରିବ ନାହିଁ।


ମୋର ବଞ୍ଚି ରହିବାର ଅର୍ଥ ହେଉଛି ଖ୍ରୀଷ୍ଟ। ମୃତ୍ୟୁ ମଧ୍ୟ ମୋ’ ପାଇଁ ଏକ ଲାଭ ଅଟେ।”


ପରମେଶ୍ୱରଙ୍କୁ ଦାନ ଓ ବଳି ଉତ୍ସର୍ଗ କରିବା ପ୍ରତ୍ୟେକ ମହାଯାଜକଙ୍କ କାମ ଅଟେ। ଅତଏବ ଆମ୍ଭର ମହାଯାଜକ ମଧ୍ୟ ପରମେଶ୍ୱରଙ୍କୁ କିଛି ଉତ୍ସର୍ଗ କରିବା କଥା।


Swiv nou:

Piblisite


Piblisite