Biblia Todo Logo
Bib sou entènèt

- Piblisite -




ଗାଲାତୀୟ 2:8 - ପବିତ୍ର ବାଇବଲ

8 ପରମେଶ୍ୱର ପିତରଙ୍କୁ ଜଣେ ପ୍ରେରିତ ରୂପରେ କାମ କରିବା ଶକ୍ତି ପ୍ରଦାନ କରିଥିଲେ। ସେ ଯିହୂଦୀମାନଙ୍କର ଜଣେ ପ୍ରେରିତ। ପରମେଶ୍ୱର ମୋତେ ମଧ୍ୟ ଜଣେ ପ୍ରେରିତ ଭାବରେ କାମ କରିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି। କିନ୍ତୁ ମୁଁ ଅଣଯିହୂଦୀମାନଙ୍କ ପାଇଁ ପ୍ରେରିତ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 (କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ବିଜାତିମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),

Gade chapit la Kopi

ଓଡିଆ ବାଇବେଲ

8 (କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୂଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 କାରଣ ପିତର ଯେପରି ଇହୁଦୀମାନଙ୍କ ନିମନ୍ତେ ପ୍ରେରିତ ଶିଷ୍ୟ ରୂପେ ନିଯୁକ୍ତ ହୋଇଥିଲେ, ମୁଁ ମଧ୍ୟ ଠିକ୍ ସେହିପରି ଈଶ୍ୱରଙ୍କ ଶକ୍ତି ଦ୍ୱାରା ଅଣଇହୁଦୀମାନଙ୍କ ନିମନ୍ତେ ପ୍ରେରିତ ଶିଷ୍ୟ ରୂପେ ନିଯୁକ୍ତ ହୋଇଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 (କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୁଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),

Gade chapit la Kopi




ଗାଲାତୀୟ 2:8
23 Referans Kwoze  

କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଯାଅ, କାରଣ ଏହି ଲୋକକୁ ମୁଁ ଏକ ବିଶେଷ କାର୍ଯ୍ୟ ପାଇଁ ବାଛିଛି।


“କିନ୍ତୁ ପ୍ରଭୁ ମୋତେ କହିଲେ, ‘ତୁମ୍ଭେ ଯାଅ। ମୁଁ ତୁମ୍ଭକୁ ବହୁତ ଦୂର ଅଣଯିହୂଦୀ ଦେଶଗୁଡ଼ିକୁ ପଠାଇବି।’”


ପାଉଲ ସେମାନଙ୍କୁ ଅଭିନନ୍ଦନ ଜଣାଇଲେ। ପରମେଶ୍ୱର ତାହାଙ୍କ ସେବାକାର୍ଯ୍ୟ ମାଧ୍ୟମରେ ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁସବୁ କାର୍ଯ୍ୟ କରିଛନ୍ତି, ସେସବୁ ସେ ସେମାନଙ୍କୁ ଗୋଟି ଗୋଟି କରି କହିଲେ।


ତା'ପରେ ସମସ୍ତେ ନୀରବ ହୋଇଗଲେ। ସେମାନେ ବର୍ଣ୍ଣ‌ବ୍‌‌ବା ଓ ପାଉଲଙ୍କ କଥା ଶୁଣିଲେ। ପରମେଶ୍ୱର ଅନ୍ୟ ଜାତୀୟମାନଙ୍କ ମଧ୍ୟରେ ସେମାନଙ୍କ ଜରିଆରେ, ଯେଉଁସବୁ ଆଶ୍ଚର୍ଯ୍ୟକର୍ମ ଓ ଚିହ୍ନମାନ କରିଥିଲେ, ସେ ସବୁ ପାଉଲ ଓ ବର୍ଣ୍ଣ‌ବ୍‌‌ବା ବର୍ଣ୍ଣନା କଲେ।


କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ମୁଁ ଆଜି ଏହା ହୋଇପାରିଛି। ମୋ’ ପ୍ରତି ତାହାଙ୍କ ଅନୁଗ୍ରହ ବିଫଳ ହୋଇ ନାହିଁ। ମୁଁ ଅନ୍ୟ ସମସ୍ତ ପ୍ରେରିତଙ୍କ ତୁଳନାରେ କଠୋର ପରିଶ୍ରମ କରିଛି। ମୁଁ ପ୍ରକୃତରେ ଯେ ଅଧିକ ପରିଶ୍ରମ କରିଅଛି, ତାହା ନୁହେଁ କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ଏହା କରିପାରିଛି।


ଅନ୍ୟମାନେ ମୋତେ ପ୍ରେରିତ ବୋଲି ଗ୍ରହଣ ନ କରି ପାରନ୍ତି, କିନ୍ତୁ ତୁମ୍ଭେମାନେ ମୋତେ ପ୍ରେରିତ ବୋଲି ନିଶ୍ଚିତ ଭାବରେ ଗ୍ରହଣ କରୁଛ। ମୁଁ ଯେ ପ୍ରଭୁଙ୍କର ଜଣେ ପ୍ରେରିତ, ତୁମ୍ଭେମାନେ ଏଥିର ପ୍ରମାଣ ଅଟ।


ତା'ପରେ ପ୍ରେରିତମାନେ ଲୋକମାନଙ୍କ ଉପରେ ନିଜ ହାତ ରଖିବାରୁ ସେମାନେ ପବିତ୍ରଆତ୍ମାଙ୍କୁ ଗ୍ରହଣ କଲେ।


କିନ୍ତୁ ଉପଦେଶ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକ ଲୋକ ସେମାନଙ୍କ ବାର୍ତ୍ତା ବିଶ୍ୱାସ କଲେ। ତେଣୁ ବର୍ତ୍ତମାନ ସେଠାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବିଶ୍ୱାସୀ ଥିଲେ।


ସେହି ପଦରେ ପ୍ରେରିତ ହେବା ନିମନ୍ତେ ତୁମ୍ଭେ ଏହି ଦୁଇ ଜଣଙ୍କ ମଧ୍ୟରୁ କାହାକୁ ପସନ୍ଦ କରିଛ, ତାହା ଆମ୍ଭମାନଙ୍କୁ ଦେଖାଇଦିଅ।”


କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭେମାନେ ଶକ୍ତି ପାଇ ତୁମ୍ଭେମାନେ ମୋର ସାକ୍ଷୀ ହେବ। ପ୍ରଥମେ ଯିରୁଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭେମାନେ ସମଗ୍ର ଯିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳରେ।”


ଖ୍ରୀଷ୍ଟ ମୋତେ ଦେଇଥିବା ମହାନ୍ ଶକ୍ତି ବଳରେ ସଂଘର୍ଷ କରି ମୁଁ ଏହି କାମଟି କରୁଛି। ଏହି ଶକ୍ତି ମୋ’ ଜୀବନରେ କାମ କରୁଛି।


ସେ ସବୁ ବିଫଳ ହୋଇ ନାହିଁ। ତୁମ୍ଭେମାନେ ବ୍ୟବସ୍ଥା ପାଳନ କର ବୋଲି କ’ଣ ପରମେଶ୍ୱର ତୁମ୍ଭମାନଙ୍କୁ ପବିତ୍ରଆତ୍ମା ପ୍ରଦାନ କରିଛନ୍ତି? ନା! ତୁମ୍ଭମାନଙ୍କ ମଧ୍ୟରେ ପରମେଶ୍ୱର ଯେଉଁ ଆଶ୍ଚର୍ଯ୍ୟକର୍ମମାନ କରିଛନ୍ତି, ତାହା କ’ଣ ବ୍ୟବସ୍ଥା ପାଳନ ପାଇଁ କରାଯାଇଥିଲା? ନା! ବରଂ ତୁମ୍ଭେମାନେ ସୁସମାଗ୍ଭର ଶୁଣି ସେଗୁଡ଼ିକରେ ବିଶ୍ୱାସ କଲ ବୋଲି, ପରମେଶ୍ୱର ତୁମ୍ଭମାନଙ୍କୁ ତାଙ୍କର ଆତ୍ମା ପ୍ରଦାନ କରି ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟଜନକ କର୍ମମାନ କରିଛନ୍ତି।


ତୁମ୍ଭେମାନେ ଦେଖୁଛ ଓ ଶୁଣୁଛ ଯେ, ଏହି ପାଉଲ କେବଳ ଏଫିସ ନଗରରେ ନୁହେଁ, ପୁରା ଏସିଆରେ ଲୋକମାନଙ୍କୁ ମତେଇ ପ୍ରଭାବିତ କରୁଛି। ସେ କହୁଛି ଯେ, ମନୁଷ୍ୟର ହାତ ତିଆରି ଦେବତାମାନେ ପ୍ରକୃତ ଦେବତା ନୁହନ୍ତି।


ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶୁଣିଥିବା ଶିକ୍ଷାଗୁଡ଼ିକୁ ମଣିଷମାନଙ୍କର ନୁହେଁ ବରଂ ପରମେଶ୍ୱରଙ୍କ ବାକ୍ୟ ବୋଲି ଭାବି ଗ୍ରହଣ କରିଥିବାରୁ, ଆମ୍ଭେ ପରମେଶ୍ୱରଙ୍କୁ ଅନବରତ ଧନ୍ୟବାଦ ଜଣାଉଛୁ। ଏହା ପ୍ରକୃତରେ ପରମେଶ୍ୱରଙ୍କ ଶିକ୍ଷା। ଏହି ଶିକ୍ଷାର ପ୍ରଭାବ, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଉପରେ ପଡ଼ିଛି।


Swiv nou:

Piblisite


Piblisite