ଗାଲାତୀୟ 3:16 - ପବିତ୍ର ବାଇବଲ16 ସେ ଚୁକ୍ତିକୁ ମଧ୍ୟ ଏଡ଼ାଇ ଦେଇ ହୁଏ ନାହିଁ। ସେହିପରି ପରମେଶ୍ୱର ଅବ୍ରହାମ “ଓ ତାହାଙ୍କ ସନ୍ତାନଙ୍କୁ” ପ୍ରତିଶୃତି ଦେଇଥିଲେ। କିନ୍ତୁ “ସେ ତାହାଙ୍କର ସମସ୍ତ ବଂଶଧର” ପାଇଁ ଏହି ପ୍ରତିଜ୍ଞା ଦେଇ ନ ଥିଲେ। ତା'ର ଅର୍ଥ ଜଣେ ମାତ୍ର ବ୍ୟକ୍ତିଙ୍କୁ ପ୍ରତିଜ୍ଞା କରାଯାଇଥିଲା ଏବଂ ସେହି ବ୍ୟକ୍ତି ଜଣକ ହେଉଛନ୍ତି ଖ୍ରୀଷ୍ଟ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଅବ୍ରହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା। ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ। Gade chapit laଓଡିଆ ବାଇବେଲ16 ଅବ୍ରାହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା । ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ । Gade chapit laପବିତ୍ର ବାଇବଲ (CL) NT (BSI)16 ଅବ୍ରାହାମ ଓ ତାଙ୍କର ବଂଶଧର ନିକଟରେ ଈଶ୍ୱର ତାଙ୍କର ପ୍ରତିଜ୍ଞା କରିଥିଲେ। କିନ୍ତୁ ଏ ସମ୍ପର୍କରେ “ତୁମର ବଂଶଧରମାନଙ୍କ ପାଇଁ”, ଅର୍ଥାତ୍ ଅନେକ ଲୋକଙ୍କ ପାଇଁ ବୋଲି ଶାସ୍ତ୍ରରେ ଉଲ୍ଲେଖ ନାହିଁ। କେବଳ “ତୁମ ବଂଶଧର ପାଇଁ” ବୋଲି ଉଲ୍ଲେଖ ଅଛି। ତେଣୁ ସେହି ଶାସ୍ତ୍ରୋକ୍ତି କେବଳ ଜଣେ ବ୍ୟକ୍ତି, ଅର୍ଥାତ୍ ଖ୍ରୀଷ୍ଟଙ୍କ ପ୍ରତି ଉଦ୍ଦିଷ୍ଟ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଅବ୍ରହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା। ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ। Gade chapit la |
ସେଥିପାଇଁ ବିଶ୍ୱାସ ଦ୍ୱାରା ଲୋକେ ପରମେଶ୍ୱରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ୟର ଦାନ ହୋଇପାରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ୟରେ ପ୍ରତିଜ୍ଞା ଦାନ ମିଳେ ତା'ହେଲେ ଅବ୍ରହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କେବଳ ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରହାମ ଭଳି ବିଶ୍ୱାସ ପୂର୍ବକ ଜୀବନଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରହାମ ଆମ୍ଭ ସମସ୍ତଙ୍କର ପିତା।
ତା'ହେଲେ ବ୍ୟବସ୍ଥାର ପ୍ରୟୋଜନ କ’ଣ? ଲୋକମାନଙ୍କ ଭୂଲ୍ କାମଗୁଡ଼ିକୁ ଦେଖାଇବା ଲାଗି ବ୍ୟବସ୍ଥାକୁ ପ୍ରତିଜ୍ଞା ସହିତ ଯୋଗ କରାଯାଇଥିଲା। ଅବ୍ରହାମଙ୍କ ବିଶେଷ ସନ୍ତାନଙ୍କ ଆସିବା ପର୍ଯ୍ୟନ୍ତ ବ୍ୟବସ୍ଥା ଜାରି ରହିବାର ଥିଲା। ପରମେଶ୍ୱରଙ୍କ ପ୍ରତିଶୃତି ଏହି ସନ୍ତାନଙ୍କ ସମ୍ବନ୍ଧରେ ଥିଲା। ବ୍ୟବସ୍ଥାଗୁଡ଼ିକ ସ୍ୱର୍ଗଦୂତମାନଙ୍କ ଜରିଆରେ ଦିଆଯାଇଥିଲା। ସ୍ୱର୍ଗଦୂତମାନେ ମୋଶାଙ୍କ ମଧ୍ୟସ୍ଥତାରେ ମନୁଷ୍ୟମାନଙ୍କୁ ଦେଲେ।