Biblia Todo Logo
Bib sou entènèt

- Piblisite -




ଗାଲାତୀୟ 3:24 - ପବିତ୍ର ବାଇବଲ

24 ଅତଏବ, ଖ୍ରୀଷ୍ଟଙ୍କ ଆଗମନ ପୂର୍ବରୁ ବ୍ୟବସ୍ଥା ଆମ୍ଭର ସ୍ୱାମୀ ଥିଲା। ତା'ପରେ ଆମ୍ଭେ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ସହିତ ଧାର୍ମିକ ହେଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏହି ପ୍ରକାରେ ବିଶ୍ଵାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକ ସ୍ଵରୂପ ହୋଇଥିଲା।

Gade chapit la Kopi

ଓଡିଆ ବାଇବେଲ

24 ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକସ୍ୱରୂପ ହୋଇଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ବ୍ୟବସ୍ଥା ଆମ ତତ୍ତ୍ୱାବଧାରକ ଥିଲା; କିନ୍ତୁ ତା’ପରେ, କେବଳ ବିଶ୍ୱାସ ଦ୍ୱାରା ଆମେ ଈଶ୍ୱରଙ୍କ ସମ୍ମୁଖରେ ନିର୍ଦ୍ଦେଶଷ ବିବେଚିତ ହେବୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକ ସ୍ୱରୂପ ହୋଇଥିଲା।

Gade chapit la Kopi




ଗାଲାତୀୟ 3:24
16 Referans Kwoze  

ଖ୍ରୀଷ୍ଟ ବ୍ୟବସ୍ଥାକୁ ସମାପ୍ତ କଲେ ଯେପରି, ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରେ ଧାର୍ମିକ ହୋଇ ପାରିବ।


ଆମ୍ଭେ ଜାଣୁ ଯେ ନିୟମ ପାଳନ ଦ୍ୱାରା କେହି ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ ନାହିଁ। ମାତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହେବା ପାଇଁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ। ଆମ୍ଭେ ନିୟମ ପାଳନ ପାଇଁ ନୁହେଁ ବରଂ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖିଥିବାରୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। କେବଳ ବ୍ୟବସ୍ଥା ପାଳନ ଦ୍ୱାରା କୌଣସି ଲୋକ ଧାର୍ମିକ ହୋଇପାରେ ନାହିଁ।


ପୂର୍ବ କାଳରେ ଏଗୁଡ଼ିକ ଭବିଷ୍ୟତରେ ଘଟିବାକୁ ଯାଉଥିବା ଘଟଣାଗୁଡ଼ିକର ଛାୟା ମାତ୍ର ଥିଲା। କିନ୍ତୁ ଯାହାସବୁ ଘଟିବାକୁ ଥିଲା, ସେଗୁଡ଼ିକର ବାସ୍ତବରୂପ ହେଉଛନ୍ତି ଖ୍ରୀଷ୍ଟ।


ମୁଁ ବ୍ୟବସ୍ଥା ପାଇଁ ଆଉ ବଞ୍ଚି ରହି ନାହିଁ। କାରଣ ବ୍ୟବସ୍ଥା ମୋର ମୃତ୍ୟୁ ଘଟାଇଲା। କିନ୍ତୁ ମୁଁ ପରମେଶ୍ୱରଙ୍କ ପାଇଁ ଜୀବନଯାପନ କରୁଛି, ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ମୃତ୍ୟୁଭୋଗ କରିସାରିଛି।


ଏବେ ବିଶ୍ୱାସର ରାସ୍ତା ଉପସ୍ଥିତ ହୋଇଅଛି ଓ ଆମ୍ଭେ ଏଣିକି ବ୍ୟବସ୍ଥାର ଅଧୀନ ନୋହୁଁ।


ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଦଶ ହଜାର ଶିକ୍ଷକ ଥାଇ ପାରନ୍ତି, କିନ୍ତୁ ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି, ସୁସମାଗ୍ଭର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ସକାଶେ ମୁଁ ତୁମ୍ଭମାନଙ୍କର ପିତା ହୋଇଛି।


ତା'ହେଲେ ଏସବୁର ଅର୍ଥ କ’ଣ? ଏହାର ଅର୍ଥ ଯେ, ଅଣଯିହୂଦୀମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ହେବା ପାଇଁ ଯତ୍ନ ଶୀଳ ନୁହନ୍ତି। କିନ୍ତୁ ସେମାନେ ପରମେଶ୍ୱରଙ୍କ ଦ୍ୱାରା ନିଜ ବିଶ୍ୱାସ ହେତୁ ଧାର୍ମିକ ହେଲେ।


Swiv nou:

Piblisite


Piblisite