ଗାଲାତୀୟ 3:5 - ପବିତ୍ର ବାଇବଲ5 ସେ ସବୁ ବିଫଳ ହୋଇ ନାହିଁ। ତୁମ୍ଭେମାନେ ବ୍ୟବସ୍ଥା ପାଳନ କର ବୋଲି କ’ଣ ପରମେଶ୍ୱର ତୁମ୍ଭମାନଙ୍କୁ ପବିତ୍ରଆତ୍ମା ପ୍ରଦାନ କରିଛନ୍ତି? ନା! ତୁମ୍ଭମାନଙ୍କ ମଧ୍ୟରେ ପରମେଶ୍ୱର ଯେଉଁ ଆଶ୍ଚର୍ଯ୍ୟକର୍ମମାନ କରିଛନ୍ତି, ତାହା କ’ଣ ବ୍ୟବସ୍ଥା ପାଳନ ପାଇଁ କରାଯାଇଥିଲା? ନା! ବରଂ ତୁମ୍ଭେମାନେ ସୁସମାଗ୍ଭର ଶୁଣି ସେଗୁଡ଼ିକରେ ବିଶ୍ୱାସ କଲ ବୋଲି, ପରମେଶ୍ୱର ତୁମ୍ଭମାନଙ୍କୁ ତାଙ୍କର ଆତ୍ମା ପ୍ରଦାନ କରି ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟଜନକ କର୍ମମାନ କରିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)5 ଅତଏବ, ଯେ ତୁମ୍ଭମାନଙ୍କୁ ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିର କାର୍ଯ୍ୟ ସାଧନ କରନ୍ତି, ସେ କି ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ଵାସରେ ଶୁଣିବା ହେତୁ କରନ୍ତି? Gade chapit laଓଡିଆ ବାଇବେଲ5 ଅତଏବ, ଯେ ତୁମ୍ଭମାନଙ୍କୁ ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ଶୁଣିବା ହେତୁ କରନ୍ତି ? Gade chapit laପବିତ୍ର ବାଇବଲ (CL) NT (BSI)5 ତୁମ୍ଭେମାନେ କେବଳ ବ୍ୟବସ୍ଥାରେ ବିଶ୍ୱାସ କରୁଥିବାରୁ କଅଣ ଈଶ୍ୱର ତୁମକୁ ତାଙ୍କର ଆତ୍ମା ପ୍ରଦାନ କରିଛନ୍ତି ଓ ତୁମ ମଧ୍ୟରେ ଅଲୌକିକ କାର୍ଯ୍ୟସବୁ ସାଧନ କରୁଛନ୍ତି, ନା, ତୁମ୍ଭେମାନେ ସୁସମାଚାର ଶୁଣି ସେଥିରେ ବିଶ୍ୱାସ କରୁଛ ବୋଲି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଅତଏବ, ଯେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ କରନ୍ତି? Gade chapit la |
ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାଯ୍ୟରେ ସଂଗ୍ରାମ କରୁ ସେଗୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ରରେ ପରମେଶ୍ୱରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତ୍ରୁର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରିପାରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାଯ୍ୟରେ ଆମ୍ଭେ ଲୋକଙ୍କ ସମସ୍ତ ଯୁକ୍ତି ଓ ପରମେଶ୍ୱରଙ୍କ ଜ୍ଞାନ ବିରୁଦ୍ଧରେ ଉଠୁଥିବା ପ୍ରତ୍ୟେକ ଗର୍ବର କଥା ଖଣ୍ଡନ କରୁ।