Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:17 - ପବିତ୍ର ବାଇବଲ

17 ଭଣ୍ଡ ଶିକ୍ଷକମାନେ ତୁମ୍ଭମାନଙ୍କୁ ବହୁତ ଶ୍ରଦ୍ଧା ଦେଖାଉଛନ୍ତି, ମାତ୍ର ତାହା ଠିକ୍ ଉଦ୍ଦେଶ୍ୟରେ ନୁହେଁ। କାରଣ, ତାହାଦ୍ୱାରା ସେମାନେ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ଆମ୍ଭଠାରୁ ଦୂରେଇ ନେବାକୁ ଇଚ୍ଛା କରନ୍ତି ଓ ସେମାନଙ୍କ ଛଡ଼ା ଆଉ କାହାକୁ ଅନୁସରଣ ନ କରିବା ପାଇଁ ପ୍ରବର୍ତ୍ତାଉଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସେମାନେ ତ ତୁମ୍ଭମାନଙ୍କ ବିଷୟରେ ଉଦ୍ଯୋଗୀ, କିନ୍ତୁ ଭଲ ଅଭିପ୍ରାୟରେ ନୁହେଁ, ବରଞ୍ଚ ତୁମ୍ଭେମାନେ ଯେପରି ସେମାନଙ୍କ ବିଷୟରେ ଉଦ୍ଯୋଗୀ ହୁଅ, ଏଥିନିମନ୍ତେ ସେମାନେ ତୁମ୍ଭମାନଙ୍କୁ ମୋʼଠାରୁ ପୃଥକ କରିବାକୁ ଇଚ୍ଛା କରୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

17 ସେମାନେ ତ ତୁମ୍ଭମାନଙ୍କ ବିଷୟରେ ଉଦ୍‍ଯୋଗୀ, କିନ୍ତୁ ଭଲ ଅଭିପ୍ରାୟରେ ନୁହେଁ, ବରଂ ତୁମ୍ଭେମାନେ ଯେପରି ସେମାନଙ୍କ ବିଷୟରେ ଉଦ୍‍ଯୋଗୀ ହୁଅ, ଏଥି ନିମନ୍ତେ ସେମାନେ ତୁମ୍ଭମାନଙ୍କୁ ମୋ'ଠାରୁ ପୃଥକ କରିବାକୁ ଇଚ୍ଛା କରୁଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ସେହି ଅନ୍ୟ ଲୋକମାନେ ତୁମ୍ଭମାନଙ୍କର ମଙ୍ଗଳ ନିମନ୍ତେ ଅତ୍ୟନ୍ତ ଆଗ୍ରହୀ ବୋଲି ଦେଖାଇ ହୁଅନ୍ତି। କିନ୍ତୁ ଏଥିରେ ସେମାନଙ୍କର ସତ୍ ଉଦ୍ଦେଶ୍ୟ ନାହିଁ।। ସେମାନଙ୍କର ଏକମାତ୍ର ଇଚ୍ଛା, ଯେପରି ତୁମ୍ଭେମାନେ ମୋ’ ପ୍ରତି ବିମୁଖ ହୋଇ ସେମାନଙ୍କ ପ୍ରତି ମନୋଯୋଗୀ ହୁଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେମାନେ ତ ତୁମ୍ଭମାନଙ୍କ ବିଷୟରେ ଉଦ୍‍ଯୋଗୀ, କିନ୍ତୁ ଭଲ ଅଭିପ୍ରାୟରେ ନୁହେଁ, ବରଂ ତୁମ୍ଭେମାନେ ଯେପରି ସେମାନଙ୍କ ବିଷୟରେ ଉଦ୍‍ଯୋଗୀ ହୁଅ, ଏଥିନିମନ୍ତେ ସେମାନେ ତୁମ୍ଭମାନଙ୍କୁ ମୋʼଠାରୁ ପୃଥକ୍ କରିବାକୁ ଇଚ୍ଛା କରୁଅଛନ୍ତି।

Gade chapit la Kopi




ଗାଲାତୀୟ 4:17
14 Referans Kwoze  

ଏହି ଲୋକମାନଙ୍କଠାରୁ ଦୂରରେ ରୁହ। ଏଭଳି ଲୋକେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସେବା ନ କରି କେବଳ ନିଜ ସୁଖରେ ମାତି ଥା’ନ୍ତି। ସେମାନେ ଆକର୍ଷଣୀୟ ଓ ସୁନ୍ଦର କଥା କହି ଲୋକମାନଙ୍କୁ ବୋକା କରନ୍ତି ଓ ଯେଉଁମାନେ ମନ୍ଦ ବିଷୟରେ ଜାଣି ନାହାନ୍ତି, ସେମାନଙ୍କୁ ଭୁଲାନ୍ତି।


ସେହି ଭଣ୍ଡ ଶିକ୍ଷକମାନେ କେବଳ ତୁମ୍ଭର ଧନ ଗ୍ଭହାନ୍ତି। ସେମାନେ ଖାଲି ମିଛ କଥା କହି ତୁମ୍ଭର ମନ ନେବେ। ଏହି ଭଣ୍ଡ ଶିକ୍ଷକଙ୍କର ନ୍ୟାୟ ବିଗ୍ଭର ବହୁ ପୂର୍ବରୁ ପ୍ରସ୍ତୁତ ହୋଇ ରହିଛି। ପରମେଶ୍ୱର ସେମାନଙ୍କୁ ନଷ୍ଟ କରିଦେବେ। ସେମାନେ ତାହାଙ୍କଠାରୁ ରକ୍ଷା ପାଇବେ ନାହିଁ।


ତୁମ୍ଭେମାନେ ଭାବୁଛ ଯେ ତୁମ୍ଭମାନଙ୍କର ସମସ୍ତ ଆବଶ୍ୟକୀୟ ବିଷୟ ତୁମ୍ଭମାନଙ୍କ ପାଖରେ ଅଛି। ତୁମ୍ଭେ ନିଜକୁ ଧନ୍ୟ ବୋଲି ମନେ କରୁଛ। ତୁମ୍ଭେମାନେ ଆମ୍ଭ ବିନା ରାଜା ହୋଇ ଯାଇଛ ବୋଲି ଭାବୁଛ। ହଁ, ତୁମ୍ଭେମାନେ ପ୍ରକୃତରେ ରାଜା ହୋଇଥିଲେ ଭଲ ହୋଇଥା’ନ୍ତା। ତା'ହେଲେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରିଥାଆନ୍ତୁ।


ମୁଁ ବିଶ୍ୱାସ ପୂର୍ବକ ସେମାନଙ୍କ ବିଷୟରେ କହିପାରେ, ଯେ ସେମାନେ ପ୍ରକୃତରେ ପରମେଶ୍ୱରଙ୍କୁ ଅନୁକରଣ କରିବା ପାଇଁ ଗ୍ଭହାନ୍ତି କିନ୍ତୁ ଠିକ୍ ବାଟ ଜାଣନ୍ତି ନାହିଁ।


“ରେ କପଟୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ! ହାୟ! ତୁମ୍ଭର ମାର୍ଗ ଅନୁସରଣ କରିବା ପାଇଁ ଲୋକ ଖୋଜି ପାଇବା ପାଇଁ ତୁମ୍ଭେ ବିଭିନ୍ନ ଦେଶ ଓ ସମୁଦ୍ର ପାରି ହୋଇ ଗ୍ଭଲିଯାଉଛ। ଯେତେବେଳେ ସେଭଳି ଲୋକଟିଏ ପାଇ ଯାଉଛ ସେତେବେଳେ ତାକୁ ତୁମ୍ଭେ ତୁମ୍ଭଠାରୁ ଅଧିକ ଖରାପ କରିପକାଉଛ। ତୁମ୍ଭେ ସବୁ ଏତେ ଖରାପ ଯେ ତୁମ୍ଭେ କେବଳ ନର୍କର ଅଧିକାରୀ ହେବ।


ସେହି ଭଣ୍ଡ ଶିକ୍ଷକମାନେ ନିରର୍ଥକ କଥାଗୁଡ଼ିକ ପାଇଁ ଗର୍ବ କରନ୍ତି। ସେମାନେ ଲୋକମାନଙ୍କୁ ପାପ ରାସ୍ତାରେ କଢ଼ାଇ ନିଅନ୍ତି। ମନ୍ଦ ଭାବରେ ରହୁଥିବା ଲୋକଙ୍କଠାରୁ ବାହାରି ଆସି ଭଲ ମାର୍ଗରେ ଯିବାକୁ ଆରମ୍ଭ କରିଥିବା ଲୋକଙ୍କୁ ଏମାନେ ଆକର୍ଷିତ କରନ୍ତି। ପାପପୂର୍ଣ୍ଣ ଆତ୍ମାରେ ମନ୍ଦ ଇଚ୍ଛାଗୁଡ଼ିକୁ ଜାଗତ୍ର କରାଇ ଭଣ୍ଡ ଶିକ୍ଷକମାନେ ଏପରି କରନ୍ତି।


ସେ ପ୍ରକୃତରେ ତୁମ୍ଭ ପାଇଁ ମନୋଯୋଗୀ। ଅନ୍ୟ ଲୋକମାନେ କେବଳ ତାଙ୍କ ନିଜ ଜୀବନ ବିଷୟରେ ଆଗ୍ରହୀ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ସେମାନେ ଆଗ୍ରହୀ ନୁହନ୍ତି।


ସେ କେବଳ ତୁମ୍ଭମାନଙ୍କର ସ୍ୱାମୀ ହେବେ। କିନ୍ତୁ ମୁଁ ଭୟ କରୁଛି ଯେ, ଯେପରି ହବା ସର୍ପର ପ୍ରବଞ୍ଚନା ଦ୍ୱାରା ପ୍ରଭାବିତ ହୋଇଥିଲା, ସେହିଭଳି ତୁମ୍ଭମାନଙ୍କ ମନ ମଧ୍ୟ ଖ୍ରୀଷ୍ଟଙ୍କ ପ୍ରତି ସତ୍ୟ ଓ ପବିତ୍ର ସମର୍ପଣଠାରୁ ଦୂରକୁ ଗ୍ଭଲି ଯିବ।


ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି କାରଣ ତୁମ୍ଭେମାନେ ମୋତେ ସମସ୍ତ ବିଷୟରେ ମନେ ପକାଉ ଅଛ। ମୁଁ ଯେଉଁ ଉପଦେଶ ଗୁଡ଼ିକ ଦେଇଥିଲି ସେ ଗୁଡ଼ିକୁ ସ୍ମରଣରେ ରଖି ପାଳନ କରୁଛ।


ତୁମ୍ଭମାନଙ୍କ ଭିତରୁ ଅନେକ ଅହଂକାରୀ ହୋଇ ଯାଇଛ। ଏହାଭାବି ତୁମ୍ଭେମାନେ ଗର୍ବ କର ଯେ ମୁଁ ତୁମ୍ଭମାନଙ୍କ ପାଖକୁ ଆଉ କେବେ ଯିବି ନାହିଁ।


କିନ୍ତୁ ଏବେ କ’ଣ ତୁମ୍ଭମାନଙ୍କୁ ସତ୍ୟ କହୁଥିବାରୁ ମୁଁ ତୁମ୍ଭମାନଙ୍କ ଶତ୍ରୁ ହୋଇଗଲି?


କିନ୍ତୁ ଉଦ୍ଦେଶ୍ୟ ଯଦି ଭଲ ହୋଇଥାଏ, ତେବେ କେବଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ବେଳେ ନୁହେଁ, ମାତ୍ର ସବୁବେଳେ ସେଥିରେ ଉଦ୍‌‌ଯୋଗୀ ହେବା ଉଚିତ୍।


Swiv nou:

Piblisite


Piblisite