Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:19 - ପବିତ୍ର ବାଇବଲ

19 ମୋ’ ପ୍ରିୟ ସନ୍ତାନଗଣ! ମୁଁ ତୁମ୍ଭମାନଙ୍କ ପାଇଁ ପୁଣି ଥରେ ଜଣେ ମା’ ପରି ପ୍ରସବବେଦନା ଅନୁଭବ କରୁଛି ଓ ତୁମ୍ଭେମାନେ ଯେପର୍ଯ୍ୟନ୍ତ ପ୍ରକୃତରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ନ ହୋଇଛ, ସେପର୍ଯ୍ୟନ୍ତ ମୁଁ ଏପ୍ରକାର କଷ୍ଟ ଅନୁଭବ କରୁଥିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କ-ଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ପୁନର୍ବାର ପ୍ରସବବେଦନାରେ ବ୍ୟଥିତ ହେଉଅଛି।

Gade chapit la Kopi

ଓଡିଆ ବାଇବେଲ

19 ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟରୂପ ହୋଇନାହିଁ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ହେ ମୋର ପ୍ରିୟ ପିଲାମାନେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ଅନୁରୂପ କରି ଗଢ଼ିବା ପାଇଁ ମୁଁ ପୁନର୍ବାର ପ୍ରସବ ବେଦନାର ଯନ୍ତ୍ରଣା ଅନୁଭବ କରୁଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି।

Gade chapit la Kopi




ଗାଲାତୀୟ 4:19
28 Referans Kwoze  

ପରମେଶ୍ୱର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ୱର ନିର୍ଣୟ କରିଥିଲେ ଯେ ସେହି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା'ହେଲେ ଯୀଶୁ ଅନେକ ଭାଇ ଭଉଣୀ ମାନଙ୍କ ଭିତରେ ପ୍ରଥମଜାତ ବୋଲି ଧରା ହେବେ।


ସମସ୍ତ ଲୋକେ ପରମେଶ୍ୱରଙ୍କ ପୁତ୍ରଙ୍କ ବିଷୟକ ସମାନ ବିଶ୍ୱାସ ଓ ସମାନ ଜ୍ଞାନ ସହିତ ଏକତ୍ର ହେବା ପର୍ଯ୍ୟନ୍ତ ଏହି କାମ ଗ୍ଭଲିଥିବା ନିତାନ୍ତ ଆବଶ୍ୟକ, ଯେପର୍ଯ୍ୟନ୍ତ ଆମ୍ଭେ ଖ୍ରୀଷ୍ଟଙ୍କ ସଦୃଶ ସିଦ୍ଧ ଓ ସମ୍ପୂର୍ଣ୍ଣ ନ ହୋଇଛୁ, ସେ ପର୍ଯ୍ୟନ୍ତ ଆମ୍ଭକୁ ବୃଦ୍ଧି ପାଇ ପୂର୍ଣ୍ଣବୟସ୍କ ହେବାକୁ ପଡ଼ିବ।


ନିଜର ପାପପୂର୍ଣ୍ଣ ସ୍ୱାର୍ଥପର ଇଚ୍ଛାକୁ ତୃପ୍ତି କରିବାରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ୍।


ତୁମ୍ଭକୁ ସମ୍ପୂର୍ଣ୍ଣ ନୂତନ ବ୍ୟକ୍ତି ସ୍ୱରୂପ ହୋଇ ପରମେଶ୍ୱରଙ୍କ ଭଳି ପ୍ରକୃତରେ ଭଲ ଓ ପବିତ୍ର ହେବାକୁ ପଡ଼ିବ।


ଏପାଫ୍ରା ତୁମ୍ଭମାନଙ୍କୁ ନମସ୍କାର କରୁଛନ୍ତି। ସେ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସେବକ। ସେ ତୁମ୍ଭମାନଙ୍କ ଦଳର ଲୋକ। ସେ ସର୍ବଦା ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରନ୍ତି। ତୁମ୍ଭେମାନେ ଆଧ୍ୟାତ୍ମିକ ଭାବରେ ପରିପକ୍ୱ ହୁଅ, ଓ ପରମେଶ୍ୱର ଯାହାକିଛି ଇଚ୍ଛା କରନ୍ତି, ସେ ଭଳି ହୁଅ ବୋଲି ସେ ପ୍ରାର୍ଥନା କରନ୍ତି।


ତୁମ୍ଭେମାନେ ନୂତନ ଜୀବନ ଆରମ୍ଭ କରିଛ। ନୂତନ ଜୀବନରେ ତୁମ୍ଭେମାନେ ନୂଆ ହେଉଅଛ। ତୁମ୍ଭେମାନେ ତୁମ୍ଭମାନଙ୍କର ସେହି ସୃଷ୍ଟିକର୍ତ୍ତାଙ୍କ ଭଳି ହୋଇଯାଉଛ। ଏହି ନୂତନ ଜୀବନ ଦ୍ୱାରା ତୁମ୍ଭେମାନେ ପରମେଶ୍ୱରଙ୍କ ବିଷୟରେ ପ୍ରକୃତ ଜ୍ଞାନ ପ୍ରାପ୍ତ ହେଉଛ।


ନିଜ ଜୀବନରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ଚିନ୍ତା ଓ ଆଚରଣ କର।


ସତ୍ୟ ବାକ୍ୟ ଦ୍ୱାରା ସେ ଆମ୍ଭକୁ ଜୀବନ ଦାନ ଦେବା ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ୟରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ତ୍ୱପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।


ମୁଁ ତୁମ୍ଭକୁ ଅନୀସିମ ପାଇଁ ନିବେଦନ କରୁଛି। ମୁଁ ବନ୍ଦୀ ଗୃହରେ ଥିଲାବେଳେ ସେ ମୋର ସନ୍ତାନ ହୋଇଥିଲା।


ଏହି ମହାନ୍ ସତ୍ୟଟି ସମସ୍ତଙ୍କ ପାଇଁ ଅଟେ। ପରମେଶ୍ୱର ଏହି ମହାନ୍ ଓ ବୈଭବପୂର୍ଣ୍ଣ ସତ୍ୟକୁ ନିଜ ଲୋକଙ୍କୁ ଜଣାଇ ଦେବା ପାଇଁ ସ୍ଥିର କଲେ। ଏହି ସତ୍ୟ ସ୍ୱୟଂ ତୁମ୍ଭମାନଙ୍କ ଭିତରେ ଥିବା ଖ୍ରୀଷ୍ଟ ନିଜେ ଅଟନ୍ତି। ପରମେଶ୍ୱରଙ୍କ ମହିମା ପ୍ରାପ୍ତ କରିବା ପାଇଁ, ସେ ହେଉଛନ୍ତି ଆମ୍ଭର ଏକମାତ୍ର ଭରସା।


ମୁଁ ଗ୍ଭହେଁ ତୁମ୍ଭେମାନେ ଜାଣିରଖ ଯେ ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଛି। ଏବଂ ଲାଅଦିକୀଆରେ ଥିବା ଲୋକମାନଙ୍କୁ ଓ ମୋତେ ଦେଖି ନ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ୟ ମୁଁ ସାହାଯ୍ୟ କରିବାକୁ ଚେଷ୍ଟା କରୁଛି।


ପରମେଶ୍ୱରଙ୍କ ସେବାରେ, ତୁମ୍ଭ ବିଶ୍ୱାସ ତୁମ୍ଭକୁ ଏକ ବଳିଦାନ ରୂପେ ସେବା କରିବା ପାଇଁ ପ୍ରେରଣ ଯୋଗଏ। ହୁଏତ ତୁମ୍ଭର ବଳିଦାନ ରୂପ ସେବାରେ ମୋତେ ମୋର ନିଜ ରକ୍ତ ମଧ୍ୟ ଉତ୍ସର୍ଗ କରିବାକୁ ପଡ଼ିପାରେ। ଯଦି ତାହା ଘଟେ, ମୁଁ ତୁମ୍ଭମାନଙ୍କ ସହିତ ଆନନ୍ଦରେ ପରିପୂର୍ଣ୍ଣ ଓ ଖୁସୀ ହେବି।


ପରମେଶ୍ୱର ଜାଣନ୍ତି ଯେ ମୁଁ ତୁମ୍ଭମାନଙ୍କୁ ଦେଖିବାକୁ କେତେ ଇଚ୍ଛା କରୁଛି। ଖ୍ରୀଷ୍ଟ ଯୀଶୁଙ୍କର ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭମାନଙ୍କୁ ପ୍ରେମ କରେ।


ଭୟଙ୍କର ଯାତନା ପରେ ମଧ୍ୟ ସେ ତୃପ୍ତ ହେବେ। ସେ ନିଜର ଜ୍ଞାନ ବଳରେ ପରିତୃପ୍ତ ହେବେ। “ନିଜର ଧାର୍ମିକ ଦାସ ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହନ କରିବେ।


ତେଣୁ ପ୍ରିୟ ପିଲାମାନେ, ତୁମ୍ଭେମାନେ ସବୁ ନିଜ ନିଜକୁ ଭଣ୍ଡ ଦେବତାମାନଙ୍କଠାରୁ ଦୂରରେ ରଖ।


ପ୍ରିୟ ପିଲାମାନେ, ତୁମ୍ଭମାନଙ୍କ ପାପ ଖ୍ରୀଷ୍ଟଙ୍କ ଦ୍ୱାରା କ୍ଷମା କରାଯାଇଥିବା କାରଣରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।


ମୋର ପ୍ରିୟ ପିଲାମାନେ, ମୁଁ ଏହିସବୁ ତୁମ୍ଭମାନଙ୍କୁ ଲେଖୁଅଛି ଯେପରି, ତୁମ୍ଭେମାନେ ପାପ ନ କର। କିନ୍ତୁ ଯଦି କେହି ପାପ କରେ, ଆମ୍ଭର ଯୀଶୁ ଖ୍ରୀଷ୍ଟ ଯିଏ କି ଧାର୍ମିକ ଓ ଯିଏ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ସପକ୍ଷବାଦୀ; ସେ ଆମ୍ଭମାନଙ୍କୁ ସାହାଯ୍ୟ କରିବେ।


ଖ୍ରୀଷ୍ଟ ଜଗତରେ ଥିଲାବେଳେ ଯେ, ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେହି ପରମେଶ୍ୱରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେହେତୁ ଯୀଶୁ ପରମେଶ୍ୱରଙ୍କ ଇଚ୍ଛାନୁସାରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ୱର ତାହାଙ୍କ ପ୍ରାର୍ଥନାରେ ପ୍ରତ୍ୟୁତ୍ତର ଦେଇଥିଲେ।


ଏହି ପତ୍ର ତୀତସଙ୍କୁ ଲେଖାଯାଉଛି। ତୁମ୍ଭେ ସମବିଶ୍ୱାସରେ ମୋର ପ୍ରକୃତ ପୁତ୍ର ଭଳି। ଆମ୍ଭର ପରମପିତା ପରମେଶ୍ୱର ଖ୍ରୀଷ୍ଟ ଯୀଶୁ, ଆମ୍ଭର ତ୍ରାଣକର୍ତ୍ତାଙ୍କଠାରୁ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।


ମୁଁ ପାଉଲ, ଏହି କଥା ମୋ’ ହାତରେ ଲେଖୁଛି। ଅନୀସିମର ଯଦି ତୁମ୍ଭକୁ କିଛି ଦେବାକୁ ଅଛି, ମୁଁ ତାହା ତୁମ୍ଭକୁ ଫେରାଇ ଦେବି। ନିଜ ଜୀବନ ପାଇଁ ତୁମ୍ଭେ ଯେ ମୋ'ଠାରେ କେତେ ଋଣୀ, ସେ ସମ୍ପର୍କରେ ମୁଁ କିଛି କହିବି ନାହିଁ।


ଏହି ପତ୍ର ତୀମଥିଙ୍କ ପାଇଁ। ତୁମ୍ଭେ ବିଶ୍ୱାସ କରୁଥିବାରୁ ମୋର ପ୍ରକୃତ ପୁତ୍ର ଅଟ। ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ତୁମ୍ଭକୁ ଅନୁଗ୍ରହ, ଦୟା ଓ ଶାନ୍ତି ମିଳୁ।


ଯୀଶୁ ମର୍ମାନ୍ତକ ପୀଡ଼ାରେ ବୁଡ଼ି ରହି ଆହୁରି ଦୃଢ଼ ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ। ତାହାଙ୍କ ମୁହଁରୁ ଘନ ଘନ ରକ୍ତ ଟୋପା ଭଳି ଝାଳ ବାହାରି ଆସି ଭୂଇଁରେ ପଡ଼ିଲା।


ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଯିବା ପାଇଁ ପ୍ରସ୍ତୁତ। ଓ ମୁଁ ତୁମ୍ଭମାନଙ୍କ ପାଇଁ ଭାରସ୍ୱରୂପ ହେବି ନାହିଁ। ତୁମ୍ଭମାନଙ୍କର ଥିବା ସମ୍ପତ୍ତିରୁ ମୁଁ କିଛି ଇଚ୍ଛା କରେ ନାହିଁ। ପ୍ରତିବଦଳରେ ମୁଁ ତୁମ୍ଭମାନଙ୍କୁ ଗ୍ଭହେଁ। ସନ୍ତାନମାନଙ୍କର ନିଜ ପିତାମାତା ଲାଗି କୌଣସି ସଞ୍ଚୟର ଆବଶ୍ୟକତା ନ ଥାଏ, କିନ୍ତୁ ସନ୍ତାନମାନଙ୍କ ଲାଗି ପିତାମାତା ସଞ୍ଚୟ କରନ୍ତି।


ଆମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ। ଅତଏବ ତୁମ୍ଭମାନଙ୍କ ମଧ୍ୟରେ ଥିଲାବେଳେ ଆମ୍ଭେମାନେ ତୁମ୍ଭମାନଙ୍କ ଦ୍ୱାରା କାମ କରାଇବା ପାଇଁ ଆମ୍ଭ ଅଧିକାର ପ୍ରୟୋଗ କରି ପାରିଥାଆନ୍ତୁ। କିନ୍ତୁ ଆମ୍ଭେ ତୁମ୍ଭମାନଙ୍କ ସହିତ ଭଦ୍ର ବ୍ୟବହାର କଲୁ। ଜଣେ ମା ନିଜ ଶିଶୁମାନଙ୍କର ଯେପରି ଯତ୍ନ ନିଏ, ଆମ୍ଭେ ଠିକ୍ ସେହିପରି କଲୁ।


ମୁଁ ଯେତେବେଳେ ଶୁଣେ ଯେ ମୋର ପିଲାମାନେ ସତ୍ୟର ମାର୍ଗ ଅନୁସରଣ କରୁଛନ୍ତି, ତାହା ମୋତେ ବିଶେଷ ଆନନ୍ଦ ଦିଏ।


Swiv nou:

Piblisite


Piblisite