Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:28 - ପବିତ୍ର ବାଇବଲ

28-29 ଏବଂ ଅବ୍ରହାମଙ୍କର ଗୋଟିଏ ପୁତ୍ର ସାଧାରଣ ଭାବରେ ଜନ୍ମ ହେଲା। ଅନ୍ୟ ପୁତ୍ର ଇସ୍‌ହାକ୍ ଆତ୍ମାଙ୍କ ଶକ୍ତି ଦ୍ୱାରା ଜାତ ହେଲା। ମୋ’ ଭାଇ ଓ ଭଉଣୀମାନେ! ତୁମ୍ଭେମାନେ ମଧ୍ୟ ଇସ୍‌ହାକ ଭଳି ପ୍ରତିଶୃତିର ସନ୍ତାନ ଅଟ। ସାଧାରଣ ଭାବରେ ଜନ୍ମ ଗ୍ରହଣ କରିଥିବା ପୁତ୍ରଟି ଇସ୍‌ହାକ ସହିତ ମନ୍ଦ ବ୍ୟବହାର କଲା। ଆଜି ମଧ୍ୟ ସେହିଭଳି ଅବସ୍ଥା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ହେ ଭାଇମାନେ, ତୁମ୍ଭେମାନେ ଇସ୍‍ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ।

Gade chapit la Kopi

ଓଡିଆ ବାଇବେଲ

28 ହେ ଭାଇମାନେ, ତୁମ୍ଭେମାନେ ଇସ୍‍ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ଇସାହାକଙ୍କ ପରି ବର୍ତ୍ତମାନ ତୁମ୍ଭେମାନେ ଈଶ୍ୱରଙ୍କ ପ୍ରତିଜ୍ଞାତ ସନ୍ତାନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ହେ ଭାଇମାନେ, ତୁମ୍ଭେମାନେ ଇସ୍‌ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ।

Gade chapit la Kopi




ଗାଲାତୀୟ 4:28
8 Referans Kwoze  

ଅବ୍ରହାମଙ୍କ ଦାସୀପୁତ୍ର ଶାରୀରିକ ସ୍ୱଭାବର ପଦ୍ଧତିରେ ଜନ୍ମ ହେଲା। କିନ୍ତୁ ସ୍ୱାଧୀନ ସ୍ତ୍ରୀଠାରୁ ଯେଉଁ ପୁତ୍ରଟି ଜନ୍ମ ହେଲା, ପରମେଶ୍ୱର ଅବ୍ରହାମଙ୍କୁ ଦେଇଥିବା ପ୍ରତିଜ୍ଞା ଅନୁସାରେ ସେ ଜାତ ହେଲା।


ଯଦି ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କର ଅଟ, ତେବେ ସ୍ୱଭାବତଃ ତୁମ୍ଭେ ଅବ୍ରହାମଙ୍କ ବଂଶଜ ମଧ୍ୟ ଅଟ, ଓ ପରମେଶ୍ୱର ଅବ୍ରହାମଙ୍କୁ ଯେଉଁ ପ୍ରତିଶୃତି ଦେଇଥିଲେ, ସେହି ପ୍ରତିଶୃତିର ମଧ୍ୟ ତୁମ୍ଭେ ଉତ୍ତରାଧିକାରୀ ଅଟ।


ତୁମ୍ଭେମାନେ ସେହି ଭାବବାଦୀମାନଙ୍କର ଉତ୍ତରାଧିକାରୀ। ପରମେଶ୍ୱର ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ଯେଉଁ ଚୁକ୍ତି କରିଥିଲେ, ତୁମ୍ଭେମାନେ ମଧ୍ୟ ତା'ର ଉତ୍ତରାଧିକାରୀ। ସେ ଅବ୍ରହାମଙ୍କୁ କହିଥିଲେ, ‘ତୁମ୍ଭମାନଙ୍କ ସନ୍ତାନମାନଙ୍କ ଦ୍ୱାରା ଜଗତରେ ସବୁ ଲୋକ ଆଶୀର୍ବାଦ ପାଇବେ।’


ତା'ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଦେଖ ସେହି ଦାସଟି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ। ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”


ଅବ୍ରାହମଙ୍କ କେବଳ ଅଳ୍ପ କିଛି ସନ୍ତାନ ହିଁ ପ୍ରକୃତରେ ପରମେଶ୍ୱରଙ୍କର ସନ୍ତାନ। ଅବ୍ରାହମଙ୍କୁ ପରମେଶ୍ୱର କହିଥିଲେ: “ଇସ୍‌‌ହାକ ଦ୍ୱାରା ତୁମ୍ଭର ବିଧି ସଙ୍ଗତ ବଂଶବୃଦ୍ଧି ହେବ।”


ମୋ’ ଭାଇ ଓ ଭଉଣୀମାନେ! ମୁଁ ପ୍ରାର୍ଥନା କରେ ଯେ, ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମା ସହିତ ସଦାସର୍ବଦା ରହିଥାଉ। ଆମେନ୍।


Swiv nou:

Piblisite


Piblisite