ଗାଲାତୀୟ 4:4 - ପବିତ୍ର ବାଇବଲ4 କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହେବାରୁ ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ୟବସ୍ଥା ଅଧୀନରେ ଜୀବନଯାପନ କରୁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ଵର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ବ୍ୟବସ୍ଥାଧୀନ ହେଲେ, Gade chapit laଓଡିଆ ବାଇବେଲ4 କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାଧୀନ ହେଲେ, Gade chapit laପବିତ୍ର ବାଇବଲ (CL) NT (BSI)4 ଶେଷରେ ଯେତେବେଳେ ଉପଯୁକ୍ତ ସମୟ ଆସିଲା, ଈଶ୍ୱର ତାଙ୍କ ନିଜ ପୁତ୍ରଙ୍କୁ ପ୍ରେରଣ କଲେ। ଜଣେ ସାଧାରଣ ସ୍ତ୍ରୀ ଗର୍ଭରୁ ସେ ଜାତ ହୋଇ ଇହୁଦୀୟ ବ୍ୟବସ୍ଥାର ଅଧୀନରେ ଜୀବନ ଯାପନ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେଲେ, Gade chapit la |
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।