ଗାଲାତୀୟ 4:9 - ପବିତ୍ର ବାଇବଲ9 କିନ୍ତୁ ଏବେ ତୁମ୍ଭେମାନେ ପ୍ରକୃତ ପରମେଶ୍ୱରଙ୍କ ପରିଚୟ ପାଇଅଛ। ପ୍ରକୃତରେ ପରମେଶ୍ୱରଙ୍କ ଦ୍ୱାରା ପରିଚୟ ପାଇଅଛ। ତେବେ ତୁମ୍ଭେମାନେ ପୂର୍ବରୁ ପାଳନ କରୁଥିବା ଦୁର୍ବଳ ଓ ଅଦରକାରୀ ନିୟମଗୁଡ଼ିକ ପ୍ରତି କାହିଁକି ପୁଣି ଆକୃଷ୍ଟ ହେଉଛ? ତୁମ୍ଭେମାନେ କ’ଣ ପୁଣି ଦାସ ହେବାକୁ ଇଚ୍ଛା କର? Gade chapit laପବିତ୍ର ବାଇବଲ (Re-edited) - (BSI)9 କିନ୍ତୁ ଏବେ ଈଶ୍ଵରଙ୍କ ପରିଚୟ ପାଇଅଛ; ବରଞ୍ଚ ଈଶ୍ଵରଙ୍କ ଦ୍ଵାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହିସବୁର ଦାସ ହେବାକୁ ଇଚ୍ଛା କରୁଅଛ? Gade chapit laଓଡିଆ ବାଇବେଲ9 କିନ୍ତୁ ଏବେ ଈଶ୍ୱରଙ୍କ ପରିଚୟ ପାଇଅଛ; ବରଂ ଈଶ୍ୱରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ ? Gade chapit laପବିତ୍ର ବାଇବଲ (CL) NT (BSI)9 କିନ୍ତୁ ବର୍ତ୍ତମାନ ତୁମ୍ଭେମାନେ ଈଶ୍ୱରଙ୍କୁ ଜାଣି ଅଛ, ଅଥବା ମୁଁ କହିବି, ବର୍ତ୍ତମାନ ଈଶ୍ୱର ତୁମ୍ଭମାନଙ୍କୁ ଜାଣିଛନ୍ତି। ତେବେ ଏହା କିପରି ସମ୍ଭବ ଯେ, ତୁମ୍ଭେମାନେ ପୁଣି ଥରେ ସେହି ହୀନବଳ, ଦୟନୀୟ ଦେବଦେବୀମାନଙ୍କ ନିକଟକୁ ଫେରି ଯିବାକୁ ଚାହୁଁଛ? ତୁମ୍ଭେମାନେ କାହିଁକି ପୁନର୍ବାର ସେମାନଙ୍କ ଦାସ ହେବାକୁ ଇଚ୍ଛା କରୁଛ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କିନ୍ତୁ ଏବେ ଈଶ୍ବରଙ୍କ ପରିଚୟ ପାଇଅଛ; ବରଂ ଈଶ୍ବରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ମୌଳିକ ବିଷୟଗୁଡ଼ିକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ? Gade chapit la |
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।
“ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ।