Biblia Todo Logo
Bib sou entènèt

- Piblisite -




ଗାଲାତୀୟ 5:2 - ପବିତ୍ର ବାଇବଲ

2 ଶୁଣ! ମୁଁ ପାଉଲ କହୁଛି, ଯଦି ତୁମ୍ଭେମାନେ ସୁନ୍ନତ ହୋଇ ବ୍ୟବସ୍ଥା ନିକଟକୁ ଫେରି ଯିବ, ତା'ହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ପାଇଁ ଲାଭଦାୟକ ହେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ଵାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

2 ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ମୁଁ ପାଉଲ, ଯାହା କହୁଅଛି ଶୁଣ; ତୁମ୍ଭେମାନେ ଯଦି ସୁନ୍ନତ ବିଧି ପାଳନ କର, ତା’ର ଅର୍ଥ ହେବ, ତୁମ୍ଭମାନଙ୍କ ପାଇଁ ଖ୍ରୀଷ୍ଟଙ୍କର କୌଣସି ପ୍ରୟୋଜନ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ।

Gade chapit la Kopi




ଗାଲାତୀୟ 5:2
16 Referans Kwoze  

ଆତ୍ମାଙ୍କ ସାହାଯ୍ୟରେ ଆମେ ଏଥିପାଇଁ ଅପେକ୍ଷା କରି ରହିଛୁ। ଯଦି କେହି ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛି, ତା'ହେଲେ ସେ ସୁନ୍ନତ ହୋଇଛି ନା ନାହିଁ, ଏହା ମହତ୍ତ୍ୱପୂର୍ଣ୍ଣ ନୁହେଁ। ମହତ୍ତ୍ୱପୂର୍ଣ୍ଣ ବିଷୟ ହେଲା, ପ୍ରେମଜନକ ବିଶ୍ୱାସ, ଯାହା କାର୍ଯ୍ୟରେ ପରିପ୍ରକାଶ ହୁଏ।


କେତେକ ଲୋକ ଯିହୂଦାରୁ ଆନ୍ତିୟଖିଆକୁ ଆସିଲେ। ସେମାନେ ଭାଇମାନଙ୍କୁ ଏହି ଶିକ୍ଷା ଦେଲେ, “ତୁମ୍ଭେମାନେ ଯଦି ମୋଶାଙ୍କର ବ୍ୟବସ୍ଥା ଅନୁସାରେ ସୁନ୍ନତ ନ ହୁଅ, ତେବେ ତୁମ୍ଭେମାନେ ପରିତ୍ରାଣ ପାଇ ପାରିବ ନାହିଁ।”


କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ସେହିପରି ସୁସମାଗ୍ଭର କୁହାଯାଇଅଛି, କିନ୍ତୁ ସେମାନେ ଶୁଣି ମଧ୍ୟ ତାହାକୁ ବିଶ୍ୱାସପୂର୍ବକ ନିଜସ୍ୱ ନ କରିବାରୁ ସେମାନଙ୍କ ପକ୍ଷରେ ସୁସମାଗ୍ଭର ଲାଭଜନକ ହେଲା ନାହିଁ।


ମୋ’ ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଶିଖାଇ ନାହିଁ ଯେ, ଲୋକେ ସୁନ୍ନତ ହେବା ନିହାତି ଆବଶ୍ୟକ। ଯଦି ମୁଁ ଏହା ଶିଖାଇଛି, ତା'ହେଲେ ମୋତେ କାହିଁକି ତାଡ଼ନା ଆସୁଛି? ମୁଁ ଯଦି ଏହା ପ୍ରଗ୍ଭର କରିଥିଲି, ତା'ହେଲେ କ୍ରୁଶ ସମ୍ବନ୍ଧୀୟ ମୋର ଶିକ୍ଷା ଲୋକଙ୍କୁ ବ୍ୟତିବ୍ୟସ୍ତ କରି ପକାଇ ନ ଥା’ନ୍ତା।


ମୁଁ ପାଉଲ, ଖ୍ରୀଷ୍ଟଙ୍କ ପରି ମୁଁ ମୃଦୁଭାବରେ ତୁମ୍ଭମାନଙ୍କୁ ନିବେଦନ କରେ। କେତେକ ଲୋକ କୁହନ୍ତି, ମୁଁ ତୁମ୍ଭ ମଧ୍ୟରେ ଥିଲାବେଳେ ନମ୍ର ଥାଏ କିନ୍ତୁ ଦୂରରେ ଥିଲାବେଳେ ସାହସୀ ବା ନିର୍ଭୟ ଅଟେ।


ଆମ୍ଭେ ଶୁଣିଲୁ ଯେ ଆମ୍ଭ ଭିତରୁ କେତେକ ଲୋକ ଆମ୍ଭଠାରୁ ଆଦେଶ ନ ପାଇ ତୁମ୍ଭମାନଙ୍କୁ ସେମାନଙ୍କ କଥା ଦ୍ୱାରା ଅସୁବିଧାରେ ପକାଇଛନ୍ତି ଓ ତୁମ୍ଭମାନଙ୍କୁ ବ୍ୟତିବ୍ୟସ୍ତ କରୁଛନ୍ତି।


ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଥିଲୁ। ମୁଁ ପାଉଲ ନିଜେ କେତେ ଥର ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଶୟତାନ ଆମ୍ଭକୁ ବାଧା ଦେଇଛି।


କିନ୍ତୁ ମୁଁ ତୁମ୍ଭକୁ ପ୍ରେମରେ ନିବେଦନ କରିବାକୁ ଇଚ୍ଛା କରେ। ମୁଁ ପାଉଲ, ବୁଢ଼ା ହୋଇ ଗଲିଣି ଓ ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ବନ୍ଦୀ ହୋଇଛି।


ମୁଁ ପାଉଲ, ନିଜ ହାତରେ ତୁମ୍ଭମାନଙ୍କୁ ନମସ୍କାର ଲେଖି ଜଣାଉଛି।


କିନ୍ତୁ ଫାରୂଶୀମାନଙ୍କ ଦଳର କେତେକ ବିଶ୍ୱାସୀ ଲୋକ ଠିଆ ହୋଇ କହିଲେ, “ଅନ୍ୟ ଜାତୀୟମାନଙ୍କୁ ନିଶ୍ଚିତରୂପେ ସୁନ୍ନତ ହେବାକୁ ପଡ଼ିବ ଓ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ପଡ଼ିବ।”


ମୁଁ ପାଉଲ, ଏହି କଥା ମୋ’ ହାତରେ ଲେଖୁଛି। ଅନୀସିମର ଯଦି ତୁମ୍ଭକୁ କିଛି ଦେବାକୁ ଅଛି, ମୁଁ ତାହା ତୁମ୍ଭକୁ ଫେରାଇ ଦେବି। ନିଜ ଜୀବନ ପାଇଁ ତୁମ୍ଭେ ଯେ ମୋ'ଠାରେ କେତେ ଋଣୀ, ସେ ସମ୍ପର୍କରେ ମୁଁ କିଛି କହିବି ନାହିଁ।


Swiv nou:

Piblisite


Piblisite