Biblia Todo Logo
Bib sou entènèt

- Piblisite -




ଗାଲାତୀୟ 6:14 - ପବିତ୍ର ବାଇବଲ

14 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶ ହିଁ ମୋର ଗର୍ବର ଏକମାତ୍ର କାରଣ। ମୁଁ ଆଶାକରେ ଯେ, ମୁଁ ତାହାଠାରୁ ଆଉ କେଉଁଠାରେ ଗର୍ବ କରିବି ନାହିଁ। କ୍ରୁଶ ଉପରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ମୋ’ ପାଇଁ ଏହି ଜଗତ ମୃତ ଓ ମୁଁ ମଧ୍ୟ ଜଗତ ପାଇଁ ମୃତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋʼଠାରୁ ଦୂରେ ଥାଉ; ତାହାଙ୍କ ଦ୍ଵାରା ଜଗତ ମୋʼ ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

14 କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋ'ଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋ' ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 କିନ୍ତୁ ମୁଁ କେବଳ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶ ବିଷୟରେ ଗର୍ବ କରୁଛି; କାରଣ ତାଙ୍କର କ୍ରୁଶ ଯୋଗୁଁ ଜଗତ ମୋ’ ନିମନ୍ତେ ମୃତ ଏବଂ ମୁଁ ଜଗତ ନିମନ୍ତେ ମୃତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋʼଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋʼ ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି।

Gade chapit la Kopi




ଗାଲାତୀୟ 6:14
37 Referans Kwoze  

ଆମ୍ଭେ ଜାଣୁ ଯେ, ଆମ୍ଭର ପୂର୍ବ ଜୀବନ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ତାହାଙ୍କ ସହିତ ମୃତ ହୋଇ ଯାଇଛି। ଆମ୍ଭର ପାପପୂର୍ଣ୍ଣ ଶରୀର ଆମ୍ଭ ଉପରେ ରାଜତ୍ୱ ନ କରିବା ପାଇଁ ଏପରି ଘଟିଲା। ତା'ପରେ ଆମ୍ଭେ ପାପର ଦାସ ହେବୁ ନାହିଁ।


ଅତଏବ ଏବେ ମୁଁ ନିଜେ ଜୀବିତ ନାହିଁ, ମାତ୍ର ମୋ’ ମଧ୍ୟରେ ଯୀଶୁ ଖ୍ରୀଷ୍ଟ ଜୀବିତ ଅଛନ୍ତି। ମୋର ଶରୀର ମଧ୍ୟରେ ମୁଁ ଏ ପର୍ଯ୍ୟନ୍ତ ଜୀବିତ ଅଛି ଓ ପରମେଶ୍ୱରଙ୍କ ପୁତ୍ରଙ୍କଠାରେ ମୋର ବିଶ୍ୱାସ ପାଇଁ ମୁଁ ଜୀବିତ ଅଛି। ସେ ମୋତେ ଭଲ ପାଇଲେ। ସେ ମୋ’ ଉଦ୍ଧାର ପାଇଁ ନିଜକୁ ସମର୍ପିତ କରି ଦେଇଛନ୍ତି।


କାରଣ ସ୍ଥିର କରିଥିଲି ଯେ ତୁମ୍ଭ ସହିତ ଥିବା ସମୟରେ, ମୁଁ ଯୀଶୁ ଖ୍ରୀଷ୍ଟ ଓ କ୍ରୁଶରେ ତାହାଙ୍କ ମୃତ୍ୟୁ ଭୋଗ ବ୍ୟତୀତ, ଅନ୍ୟସବୁ କଥା ଭୁଲିଯିବି।


କିନ୍ତୁ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ହୋଇଥିବା ଲୋକ ଅଟୁ। ଆମ୍ଭେ ଆତ୍ମା ଦ୍ୱାରା ପରମେଶ୍ୱରଙ୍କର ସେବା କରୁ। ଆମ୍ଭେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଗର୍ବ କରୁ। ଆମ୍ଭେ ନିଜେ କିଛି କରି ପାରିବା ବୋଲି ନିଜ ଉପରେ ନିର୍ଭର କରୁ ନାହୁଁ।


ମୁଁ ଏହି ସୁସମାଗ୍ଭର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଗ୍ଭର ହେଉଛି ଶକ୍ତି, ଯାହାଦ୍ୱାରା ପରମେଶ୍ୱର ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ୟ।


ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ନିଜର ମନର ଆବେଗ ଓ ପାପମୟ ସ୍ୱଭାବକୁ କ୍ରୁଶରେ ବିଦ୍ଧ କରିଛନ୍ତି। ସେମାନେ ନିଜର ସ୍ୱାର୍ଥପର ମନୋଭାବ ଓ ମନ୍ଦକାର୍ଯ୍ୟ ସବୁକୁ ତ୍ୟାଗ କରିଛନ୍ତି।


ସେଥିପାଇଁ ମନୁଷ୍ୟମାନଙ୍କ ପାଇଁ ତୁମ୍ଭେମାନେ ଗର୍ବ କରିବା ଉଚିତ୍ ନୁହେଁ, କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର।


ଅତଏବ, ମୋ’ ଭାଇ ଓ ଭଉଣୀମାନେ, ଦୃଢ଼ ଭାବରେ ସ୍ଥିର ରୁହ। କୌଣସି ବିଷୟ ତୁମ୍ଭକୁ ଅସ୍ଥିର ନ କରୁ। ପରମେଶ୍ୱରଙ୍କ ପାଇଁ କରାଯାଇଥିବା ତୁମ୍ଭର କାର୍ଯ୍ୟ କଦାପି ବ୍ୟର୍ଥ ଯିବ ନାହିଁ। ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସର୍ବଦା ନିଜକୁ ନିୟୋଜିତ କର।


ଅନେକ ଲୋକ ଭାବନ୍ତି ସେମାନଙ୍କର ଧନ ଓ ବଳ ସେମାନଙ୍କୁ ରକ୍ଷା କରିବ କିନ୍ତୁ ସେହି ଲୋକମାନେ ମୂର୍ଖ ଅଟନ୍ତି।


“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ସୋରର ଅଧିପତିକୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “‘ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି, ତୁମ୍ଭେ କହିଅଛ, “ମୁଁ ପରମେଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ପରମେଶ୍ୱରଙ୍କ ଆସନରେ ବସିଅଛି;” “‘ମାତ୍ର ନିଜ ଚିତ୍ତକୁ ଦେବତାଙ୍କ ଚିତ୍ତ ତୁଲ୍ୟ ମନେ କଲେ ମଧ୍ୟ ତୁମ୍ଭେ ପରମେଶ୍ୱର ନୁହଁ, ତୁମ୍ଭେ ମନୁଷ୍ୟ ମାତ୍ର।


ପରମପିତା ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଯୀଶୁ ଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ।


କିନ୍ତୁ ଆମ୍ଭେ ପ୍ରଗ୍ଭର କରୁଛୁ: “ଖ୍ରୀଷ୍ଟ କ୍ରୁଶରେ ମୃତ୍ୟୁ ବରଣ କଲେ।” ଏ କଥା ଯିହୂଦୀମାନଙ୍କ ଲାଗି ବାଧାଜନକ ଓ ଅଣଯିହୂଦୀମାନଙ୍କ ଲାଗି ମୂର୍ଖତା ଅଟେ।


ନା! ଆମ୍ଭେ ଆମ୍ଭର ପୁରାତନ ପାପ ପୂର୍ଣ୍ଣ ଜୀବନ ପ୍ରତି ମରିଯାଇଛୁ। ତା'ହେଲେ ଆମ୍ଭେ ଆଉ ପାପ କରି ଗ୍ଭଲିପାରିବା କି?


ମୁଁ ଯାହା କରୁଛି, ତାହା କରି ଗ୍ଭଲି ଥିବି। ସେହି ଲୋକମାନଙ୍କର ଗର୍ବ କରିବା ପାଇଁ ଯେପରି କୌଣସି କାରଣ ରହିବ ନାହିଁ, ସେଥିପାଇଁ ମୁଁ ଏପରି କରିଗ୍ଭଲିଥିବି।


ହେ ଶ୍ରେଷ୍ଠ ମାନବ, ତୁମ୍ଭେ କରୁଥିବା ଅନିଷ୍ଟ କର୍ମରେ ବଡ଼ିମା ହେଉଛି କାହିଁକି? ପରମେଶ୍ୱରଙ୍କ ବିଶ୍ୱସ୍ତ ପ୍ରେମ ମୋତେ ଦିନ ତମାମ ସୁରକ୍ଷା କରିବ।


ସେ ଆସି ସେହି କୃଷକମାନଙ୍କୁ ଜୀବନରେ ମାରିଦେବ। ତା'ପରେ ସେହି ଜମିଟିକୁ ଆଉ କେତେକ କୃଷକଙ୍କୁ ଭାଗ ଦେଇଦେବେ।” ଲୋକମାନେ ଏହି ଦୃଷ୍ଟାନ୍ତଟି ଶୁଣିଲେ ଓ ସେମାନେ କହିଲେ, “ଯେ, ଏ କଥା କେବେ ହେଲେ ନ ହେଉ।”


ଆମ୍ଭେ ଯିହୂଦୀମାନେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବା ପାଇଁ ଯୀଶୁଙ୍କ ପାଖକୁ ଯାଇଛୁ। ଅତଏବ ଆମ୍ଭେ ମଧ୍ୟ ପାପୀ। ଏହାର ଅର୍ଥ କ’ଣ ଏହା ଯେ ଯୀଶୁ ଆମ୍ଭକୁ ପାପୀ କରୁଛନ୍ତି? ନା!


ମୁଁ ବ୍ୟବସ୍ଥା ପାଇଁ ଆଉ ବଞ୍ଚି ରହି ନାହିଁ। କାରଣ ବ୍ୟବସ୍ଥା ମୋର ମୃତ୍ୟୁ ଘଟାଇଲା। କିନ୍ତୁ ମୁଁ ପରମେଶ୍ୱରଙ୍କ ପାଇଁ ଜୀବନଯାପନ କରୁଛି, ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ମୃତ୍ୟୁଭୋଗ କରିସାରିଛି।


ଏହାର ଅର୍ଥ କ’ଣ ଏହା ଯେ ବ୍ୟବସ୍ଥା ପରମେଶ୍ୱରଙ୍କ ପ୍ରତିଜ୍ଞାଗୁଡ଼ିକର ବିରୋଧୀ ଅଟେ? ଲୋକଙ୍କ ଭିତରେ ଜୀବନ ଭଳି ବ୍ୟବସ୍ଥା ଯଦି ଦିଆଯାଇ ପାରିଥା’ନ୍ତା, ତେବେ ସେହି ବ୍ୟବସ୍ଥା ଦ୍ୱାରା ପରମେଶ୍ୱରଙ୍କ ସହିତ ଆମ୍ଭେ ପ୍ରକୃତରେ ଧାର୍ମିକ ହୋଇ ପାରିଥାଆନ୍ତୁ।


ଅନେକ ଲୋକ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁମାନଙ୍କ ଭଳି ଜୀବନ-ଯାପନ କରୁଛନ୍ତି। ମୁଁ ଅନେକଥର ଏହି ଲୋକମାନଙ୍କ ବିଷୟରେ କହିଛି। ଏବେ ମଧ୍ୟ ମୁଁ କାନ୍ଦିକାନ୍ଦି ସେମାନଙ୍କ ବିଷୟରେ କହୁଛି।


ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁ ବରଣ କରିଛ ଓ ଜଗତର ଅସାର ନିୟମଗୁଡ଼ିକରୁ ମୁକ୍ତ କରାଯାଇଛ। ତଥାପି ତୁମ୍ଭେ ନିଜକୁ ଜଗତର ଲୋକ ବୋଲି ଭାବି କାହିଁକି ଏବେ ମଧ୍ୟ ଏପରି ବ୍ୟବହାର କରୁଛ? ତୁମ୍ଭେ ନିମ୍ନ ନିୟମଗୁଡ଼ିକ କ’ଣ ପାଇଁ ପାଳନ କରୁଛ:


Swiv nou:

Piblisite


Piblisite