Biblia Todo Logo
Bib sou entènèt

- Piblisite -




ଗାଲାତୀୟ 6:4 - ପବିତ୍ର ବାଇବଲ

4 ଜଣେ ଲୋକ ନିଜକୁ ଅନ୍ୟ ସହିତ ତୁଳନା କରିବା ଉଚିତ୍ ନୁହେଁ। ମାତ୍ର ପ୍ରତ୍ୟେକ ଲୋକ ନିଜର କାର୍ଯ୍ୟଗୁଡ଼ିକୁ ପରୀକ୍ଷା ନିରୀକ୍ଷା କରିବା ଉଚିତ୍। ତା'ହେଲେ ସେ ନିଜର କାମ ପାଇଁ ଗର୍ବ ଅନୁଭବ କରି ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କିନ୍ତୁ ପ୍ରତ୍ୟେକ ଜଣ ଆପଣା କର୍ମ ପରୀକ୍ଷା କରୁ, ତେବେ ସେ ଅନ୍ୟ ସହିତ ଆପଣାକୁ ତୁଳନା କରିବା ଦ୍ଵାରା ଦର୍ପ ନ କରି କେବଳ ନିଜଠାରେ ଦର୍ପର କାରଣ ପାଇବ;

Gade chapit la Kopi

ଓଡିଆ ବାଇବେଲ

4 କିନ୍ତୁ ପ୍ରତ୍ୟେକ ଜଣ ଆପଣା କର୍ମ ପରୀକ୍ଷା କରୁ, ତେବେ ସେ ଅନ୍ୟ ସହିତ ଆପଣାକୁ ତୁଳନା କରିବା ଦ୍ୱାରା ଦର୍ପ ନ କରି କେବଳ ନିଜଠାରେ ଦର୍ପର କାରଣ ପାଇବ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ପ୍ରତ୍ୟେକେ ନିଜ ନିଜର ଆଚରଣକୁ ବିଚାର କରି ଦେଖିବା ଉଚିତ। ଯଦି ତାହା ଉକ୍ରୃଷ୍ଟ ହୋଇଥାଏ, ସେଥିପାଇଁ ସେ ନିଜକୁ କୃତାର୍ଥ ମନେକରୁ ଏବଂ ଅନ୍ୟର କାର୍ଯ୍ୟକଳାପ ସହିତ ନିଜର କୃତିତ୍ୱକୁ ତୁଳନା କରି ସେ ଗର୍ବ ନ କରୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିନ୍ତୁ ପ୍ରତ୍ୟେକ ଜଣ ଆପଣା କର୍ମ ପରୀକ୍ଷା କରୁ, ତେବେ ସେ ଅନ୍ୟ ସହିତ ଆପଣାକୁ ତୁଳନା କରିବା ଦ୍ୱାରା ଦର୍ପ ନ କରି କେବଳ ନିଜଠାରେ ଦର୍ପର କାରଣ ପାଇବ;

Gade chapit la Kopi




ଗାଲାତୀୟ 6:4
17 Referans Kwoze  

ତୁମ୍ଭେମାନେ ବିଶ୍ୱାସରେ ଜୀବନ କାଟୁଛ କି ନାହିଁ? ନିଜ ନିଜକୁ ପରୀକ୍ଷା କରି ଦେଖ। ତୁମ୍ଭେମାନେ ଜାଣ ଯେ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ଅଛନ୍ତି। କିନ୍ତୁ ଯଦି ତୁମ୍ଭେମାନେ ପରୀକ୍ଷାରେ ବିଫଳ ହୁଅ, ତାହାହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ରହୁ ନାହାନ୍ତି ତାହା ଜାଣ।


ହେ ସଦାପ୍ରଭୁ, ମୋତେ ପରୀକ୍ଷା କର, ପ୍ରମାଣ ନିଅ ଓ ମୋର ହୃଦୟ ଓ ମନକୁ ପରିଷ୍କାର କର।


ପ୍ରତ୍ୟେକଲୋକ ରୋଟୀ ଖାଇବା ପୂର୍ବରୁ ଓ ପିଆଲାରୁ ପିଇବା ପୂର୍ବରୁ ନିଜ ହୃଦୟକୁ ପରୀକ୍ଷା କରିନେବା ଦରକାର।


ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତରେ ଆମ୍ଭେ ଯାହାକିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ୱରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ଯ୍ୟ ଦୃଷ୍ଟିରୁ ଏହା ଅଧିକ ସତ୍ୟ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନରେ ନୁହେଁ ମାତ୍ର ପରମେଶ୍ୱରଙ୍କ କୃପାରୁ କରୁଛୁ।


ଫାରୂଶୀଜଣକ କରଆଦାୟକାରୀଙ୍କଠାରୁ ଦୂରରେ ଅଲଗା ଠିଆ ହୋଇଥିଲେ। ଫାରୂଶୀ ଜଣକ ପ୍ରାର୍ଥନା କଲାବେଳେ କହିଲେ, ‘ହେ ପରମେଶ୍ୱର, ମୁଁ ଅନ୍ୟ ଲୋକଙ୍କ ଭଳି ଖରାପ ହୋଇ ନ ଥିବାରୁ ତୁମ୍ଭକୁ କୃତଜ୍ଞତା ଜଣାଉଛି। ମୁଁ ଗ୍ଭେରି, ଠକାମି, ବ୍ୟଭିଗ୍ଭର, ପାପ କରୁଥିବା ଲୋକମାନଙ୍କ ଭଳି ନୁହେଁ। ମୁଁ ଏହି କରଆଦାୟକାରୀ ଅପେକ୍ଷା ଭଲ ହୋଇଥିବାରୁ ତୁମ୍ଭ ପାଖରେ କୃତଜ୍ଞତା ଜଣାଉଛି।


ଦୁଷ୍ଟ ଲୋକମାନେ ତାଙ୍କର କର୍ମଫଳ ଅନୁସାରେ ଦଣ୍ଡ ଭୋଗ କରିବେ, ମାତ୍ର ଧାର୍ମିକ ଲୋକେ ତାଙ୍କର ଉତ୍ତମ କାର୍ଯ୍ୟ ପାଇଁ ପୁରସ୍କୃତ ହେବେ।


ସେ ମୋତେ ମାରି ଦେଇ ପାରନ୍ତି, ମୁଁ ଭରସା ବିହିନ। ତଥାପି ତାଙ୍କ ସମ୍ମୁଖରେ ମୋର ପକ୍ଷ ପ୍ରସ୍ତୁତ କରିବି।


ଯେଉଁମାନେ ତୁମ୍ଭମାନଙ୍କୁ ସୁନ୍ନତ ପାଇଁ ପ୍ରବର୍ତ୍ତାଉଛନ୍ତି, ସେମାନେ ନିଜେ ବ୍ୟବସ୍ଥା ପାଳନ କରୁ ନାହାନ୍ତି। କିନ୍ତୁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରିବାକୁ ବଡ଼ ଆଗ୍ରହୀ ଅଟନ୍ତି। ତୁମ୍ଭମାନଙ୍କୁ ଏହିପରି କରିବାକୁ ବାଧ୍ୟ କରି, ସେମାନେ ଗର୍ବ କରି ପାରିବେ।


ଅତଏବ ଗଛ ଲଗାଇଥିବା ଲୋକ ଓ ତାକୁ ପାଣି ଦେଇଥିବା ଲୋକ, ଦୁହିଁଙ୍କର ଉଦ୍ଦେଶ୍ୟ ସମାନ ଓ ଦୁହେଁ ତାହାଙ୍କର କାମ ଲାଗି ପ୍ରତିଫଳ ପାଇବେ।


ଯଦି ସେ ମୂଳଦୁଆ ଉପରେ ନିର୍ମିତ ଲୋକର ଗୃହ ଠିଆ ହୋଇ ରହିଥିବ। ତା'ହେଲେ ସେ ଲୋକ ତା'ର ପୁରସ୍କାର ପାଇବ।


ଯଦି ମୁଁ ତୁମ୍ଭ ପାଖକୁ ଫେରିଯାଏ, ତେବେ ଏହା ଖ୍ରୀଷ୍ଟ ଯୀଶୁଙ୍କଠାରେ ମୋ’ ପାଇଁ ତୁମ୍ଭର ଅଧିକ ଗର୍ବର କାରଣ ହେବ।


Swiv nou:

Piblisite


Piblisite