Biblia Todo Logo
Bib sou entènèt

- Piblisite -




ଗାଲାତୀୟ 6:6 - ପବିତ୍ର ବାଇବଲ

6 ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟର ଶିକ୍ଷା କରୁଛି, ସେ ନିଜର ଶିକ୍ଷକଙ୍କୁ ତା’ ନିକଟରେ ଥିବା ସମସ୍ତ ଭଲ ବିଷୟ ଗୁଡ଼ିକର ସହଭାଗୀ କରାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ଯେ ଈଶ୍ଵରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ।

Gade chapit la Kopi

ଓଡିଆ ବାଇବେଲ

6 କିନ୍ତୁ ଯେ ଈଶ୍ୱରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଖ୍ରୀଷ୍ଟୀୟ ସୁସମାଚାର ଶିକ୍ଷା କରିବା ବେଳେ ଶିକ୍ଷାଦାତା ଗୁରୁଙ୍କୁ ନିଜେ ଉପଭୋଗ କରୁଥିବା ସମସ୍ତ ଉତ୍ତମ ବିଷୟର ଅଂଶୀ କରାଇବା ଉଚିତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ଯେ ଈଶ୍ବରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ।

Gade chapit la Kopi




ଗାଲାତୀୟ 6:6
9 Referans Kwoze  

ସେମାନେ ଖୁସୀରେ ଏହା କରିଛନ୍ତି। ଏହା ସେମାନଙ୍କର କର୍ତ୍ତବ୍ୟ ମଧ୍ୟ ଅଟେ। କାରଣ ଯିହୂଦୀମାନଙ୍କର ଆତ୍ମିକ ଆଶୀର୍ବାଦର ଅଂଶ ଅଣଯିହୂଦୀମାନେ ପାଇଛନ୍ତି। ଅତଏବ ଯିହୂଦୀମାନଙ୍କର ଉନ୍ନତି ପାଇଁ ଅଣଯିହୂଦୀମାନେ ସେମାନଙ୍କର ଜାଗତିକ ଆଶୀର୍ବାଦକୁ ବ୍ୟବହାର କରିବା ଉଚିତ୍।


ସାବଧାନ ହେବ, ତୁମ୍ଭେମାନେ ଆପଣା ଭୂମିରେ ବାସ କରିବା ଯାଏ ଓ ବଞ୍ଚି ରହିଥିବା ଯାଏ ଲେବୀୟମାନଙ୍କୁ ତ୍ୟାଗ କରିବ ନାହିଁ।


ଯାତ୍ରା ବେଳେ ଝୁଲା ନିଅ ନାହିଁ। ପିନ୍ଧିଥିବା ପୋଷାକ ଓ ଜୋତା ଛଡ଼ା ଅଧିକା ପୋଷାକ ବା ଜୋତା କି ବାଡ଼ି ନିଅ ନାହିଁ। ଜଣେ ସେବକ କେବଳ ନିହାତି ଆବଶ୍ୟକୀୟ ପଦାର୍ଥ ନେବା ଉଚିତ୍।


ମୁଁ ଏଗୁଡ଼ିକ ଲେଖିବା ଫଳରେ ତୁମ୍ଭେମାନେ ଜାଣି ପାରିବ ଯେ ଆପଣଙ୍କୁ ଯାହାସବୁ ଶିକ୍ଷା ଦିଆଯାଇଛି, ତାହା ସତ୍ୟ।


ଲୋକମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର କର। ସବୁବେଳେ ପ୍ରସ୍ତୁତ ରୁହ। ଲୋକମାନଙ୍କୁ କୁହ ଯେ ସେମାନେ କ’ଣ କରିବା ଉଚିତ୍, ସେମାନେ ଭୁଲ୍ କଲାବେଳେ ସେମାନଙ୍କୁ ଅନୁଯୋଗ କର ଓ ସେମାନଙ୍କୁ ଉତ୍ସାହ ଦିଅ। ଅତି ଧୈର୍ଯ୍ୟ ସହକାରେ ଓ ଯତ୍ନପୂର୍ବକ ଶିକ୍ଷା ଦ୍ୱାରା ଏହି ସମସ୍ତ ବିଷୟ କର।


ପୁଣି ତୁମ୍ଭେମାନେ ଓ ତୁମ୍ଭ ପରିବାର ଲୋକମାନେ ସବୁ ସ୍ଥାନରେ ତାହା ଭୋଜନ କରିବ। କାରଣ ତାହା ସମାଗମ-ତମ୍ବୁରେ କରିଥିବା ସେବାକାର୍ଯ୍ୟର ପୁରସ୍କାର ଅଟେ।


“ବ୍ୟବସ୍ଥା ପୁସ୍ତକର ଲିଖନ ଅନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଆମ୍ଭମାନଙ୍କ ଗୋପଲର ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ମନ୍ଦିରରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ ମଧ୍ୟ ନିୟମ କରୁଥିଲୁ।


Swiv nou:

Piblisite


Piblisite