Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 1:14 - ପବିତ୍ର ବାଇବଲ

14 ଏହା ପରେ ପରମେଶ୍ୱର କହିଲେ, “ଆକାଶର ତୋରଣରେ ଜ୍ୟୋତିର୍ଗଣ ଉତ୍ପନ୍ନ ହୁଅନ୍ତୁ। ସେହି ଜ୍ୟୋତିର୍ଗଣ ରାତ୍ରିରୁ ଦିନକୁ ପୃଥକ କରିବେ। ସେହି ଜ୍ୟୋତିର୍ଗଣ ଋତୁ, ଦିନ ଓ ବର୍ଷଗୁଡ଼ିକର ସମୟକାଳ ଦେଖାଇବା ପାଇଁ ଚିହ୍ନ ରୂପେ ବ୍ୟବହୃତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଅନନ୍ତର ପରମେଶ୍ଵର କହିଲେ, ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ତଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

14 ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍‍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ କରିବା ପାଇଁ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।

Gade chapit la Kopi




ଆଦି ପୁସ୍ତକ 1:14
43 Referans Kwoze  

ଏପରି ସାବଧାନ ହୁଅ, ଯେତେବେଳେ ତୁମ୍ଭେମାନେ ସୂର୍ଯ୍ୟ, ଚନ୍ଦ୍ର, ତାରାଗଣକୁ ଆକାଶରେ ଦେଖ। ତୁମ୍ଭେମାନେ ସେମାନଙ୍କୁ ବିମୋହିତ ହୋଇ ପ୍ରଣାମ କରିବା ଓ ସେବା କରିବା ଉଚିତ୍ ନୁହେଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅନ୍ୟ ସମସ୍ତ ଜାତିଗଣ ଏହିସବୁ କରିବାକୁ ରଖିଛନ୍ତି।


ସଦାପ୍ରଭୁ କହନ୍ତି, “ଯିଏ ଦିବସରେ ଆଲୋକ ଦେବା ପାଇଁ ସୂର୍ଯ୍ୟ ଓ ରାତ୍ରିରେ ଜ୍ୟୋତିଃ ପ୍ରଦାନ କରିବା ପାଇଁ ଚନ୍ଦ୍ର ଓ ନକ୍ଷତ୍ରାଦି ସୃଷ୍ଟି କରନ୍ତି, ଆଉ ଯଦି, ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସେହି ହେଉଛନ୍ତି ସୈନ୍ୟାଧିପତି ସଦାପ୍ରଭୁ।”


ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର! ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।


ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ, ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।


ସୂର୍ଯ୍ୟ ଚନ୍ଦ୍ର ଅନ୍ଧକାରମୟ ହେବ ଏବଂ ତାରକାଗଣ କିରଣ ଦେବା ବନ୍ଦ କରି ଦେବେ।


ସଦାପ୍ରଭୁ ଏହିକଥା କହନ୍ତି, “ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ ଓ ଆକାଶର ନାନା ଚିହ୍ନରେ ଭୟଭୀତ ହୁଅ ନାହିଁ, କାରଣ ଅନ୍ୟ ଦେଶୀୟମାନେ ତହିଁରେ ଭୀତ ହୁଅନ୍ତି।


ଅମାବାସ୍ୟା ଦିନରେ ମେଣ୍ଢା ତୂରୀ ବଜାଅ। ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।


ଯେପର୍ଯ୍ୟନ୍ତ ପୃଥିବୀ ରହିଛି, ସେପର୍ଯ୍ୟନ୍ତ ବୁଣିବାର ସମୟ ଓ ଅମଳ କରିବାର ସମୟ, ଥଣ୍ଡା ଓ ଗରମ, ପୁଣି ଗ୍ରୀଷ୍ମ ଓ ଶୀତକାଳ, ଦିବସ ଓ ରାତ୍ରି ଏସବୁ ପୃଥିବୀରେ ଗ୍ଭଲିଥିବ।”


ଆକାଶକୁ ଦେଖ! କିଏ ସେହି ନକ୍ଷତ୍ରମାନଙ୍କୁ ସୃଷ୍ଟି କରିଛନ୍ତି? କିଏ ସେହି ସମସ୍ତ ନକ୍ଷତ୍ରମାନଙ୍କୁ ଆଦେଶ ଦିଅନ୍ତି ଓ ସେମାନଙ୍କ ନାମ ଧରି ସେମାନଙ୍କୁ ଡାକନ୍ତି? ତାଙ୍କର ପ୍ରବଳ ଶକ୍ତି ଓ ଅମାପ ଶକ୍ତି ଯୋଗୁଁ ଗୋଟିଏ ମଧ୍ୟ ହଜେ ନାହିଁ।


“ସେହି ଦିନଗୁଡ଼ିକର ବିପଦ ପଡ଼ିବା ପରେ ପରେ ଏହି ଘଟଣାମାନ ଘଟିବ: ‘ସୂର୍ଯ୍ୟ ଅନ୍ଧକାରମୟ ହେବ, ଚନ୍ଦ୍ର ଆଲୋକ ଦେବ ନାହିଁ। ତାରାମାନେ ଆକାଶରୁ ଖସି ପଡ଼ିବେ, ଆକାଶର ସମସ୍ତ ଶକ୍ତିଗୁଡ଼ିକ ପରିବର୍ତ୍ତିତ ହୋଇଯିବେ।’


ସଦାପ୍ରଭୁ ଏହା କହିଥିଲେ: “ସେଦିନ ମଧ୍ୟାହ୍ନରେ ସୂର୍ଯ୍ୟକୁ ଅସ୍ତ କରାଇବା ଓ ଏକ ନିର୍ମଳ ଦିନରେ ପୃଥିବୀକୁ ଅନ୍ଧକାରମୟ କରାଇବା।


ସେମାନଙ୍କ ସମ୍ମୁଖରେ ପୃଥିବୀ ଓ ଆକାଶ ଥରିଉଠେ। ସୂର୍ଯ୍ୟ ଚନ୍ଦ୍ର ଅନ୍ଧକାରମୟ ହୁଏ। ତାରକାଗଣ ନିଜର ତେଜ ହରାନ୍ତି।


ସଦାପ୍ରଭୁ କହନ୍ତି, “ଯଦି କେହି ଦିନରାତି ସହିତ ନିୟମ ଭଙ୍ଗ କରେ, ସେ ନିୟମିତ ଭାବରେ ଦେଖା ଦିଏ ନାହିଁ। ମାତ୍ର ଯଥା ସମୟରେ ଦିବାରାତ୍ରି ହୁଏ।


ତା'ପରେ ମୁଁ ମେଷଶାବକଙ୍କୁ ଷଷ୍ଠ ମୁଦ୍ରା ଭାଙ୍ଗିବାର ଦେଖିଲି। ସେତେବେଳେ ଭୀଷଣ ଭୂମିକମ୍ପ ହେଲା। ସୂର୍ଯ୍ୟ ଲୋମରେ ତିଆରି ହୋଇଥିବା କଳାକମ୍ବଳ ପରି କଳାବର୍ଣ୍ଣ ହୋଇଗଲା। ପୂର୍ଣ୍ଣଚନ୍ଦ୍ର ସମ୍ପୂର୍ଣ୍ଣ ଭାବରେ ରକ୍ତ ପରି ଲାଲବର୍ଣ୍ଣ ହୋଇଗଲା।


ସେମାନେ ପଗ୍ଭରିଲେ, “ଯିହୂଦୀମାନଙ୍କର ରାଜା ସେହି ନବଜାତ ଶିଶୁ କେଉଁଠାରେ? କାରଣ ଆମ୍ଭେ ପୂର୍ବ ଦେଶରେ ତାହାଙ୍କ ତାରା ଉଠିଥିବାର ଦେଖିଲୁ। ସେହି ତାରା ପ୍ରକାଶ କରେ ଯେ, ସେ ଜନ୍ମ ହୋଇଛନ୍ତି, ତେଣୁ ଆମ୍ଭେ ତାହାଙ୍କୁ ପ୍ରଣାମ କରିବାକୁ ଆସିଛୁ।”


ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ଭିତର ପ୍ରାଙ୍ଗଣର ପୂର୍ବଦ୍ୱାର କାର୍ଯ୍ୟକାରୀ ଛଅ ଦିନ ବନ୍ଦ ରହିବ। ମାତ୍ର ବିଶ୍ରାମ ଦିନ ଓ ଅମାବାସ୍ୟା ଦିନ ଖୋଲା ରହିବ।


ସଦାପ୍ରଭୁ କହନ୍ତି, “ଯଦି ଦିବାରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ ଓ ଆମ୍ଭେ ଯେବେ ଆକାଶର ଓ ପୃଥିବୀର ବିଧି ସକଳ ନିରୂପଣ କରି ନ ଥାଉ, ତାହାହେଲେ ଆମ୍ଭେ ତୁମ୍ଭକୁ ଅଗ୍ରାହ୍ୟ କରିବା।


ପରମେଶ୍ୱରଙ୍କ ଦୃଷ୍ଟିରେ ଚନ୍ଦ୍ର ମଧ୍ୟ ପବିତ୍ର ଓ ଦୀପ୍ତିମାନ ନୁହେଁ। ଏପରିକି ନକ୍ଷତ୍ର ସମୂହ ମଧ୍ୟ ନିର୍ମଳ ନୁହନ୍ତି।


ମୁଁ ମୋହର ମେଘଧନୁ ମେଘରେ ସ୍ଥାପନ କରିଅଛି। ତାହା ପୃଥିବୀ ସହିତ ମୋର ଚୁକ୍ତିର ଚିହ୍ନ ହେବ।


ଯେତେବେଳେ ଚତୁର୍ଥ ଦୂତ ତୂରୀ ବଜାଇଲେ, ଏକତୃତୀୟାଂଶ ସୂର୍ଯ୍ୟ, ଏକତୃତୀୟାଂଶ ଚନ୍ଦ୍ର ଓ ଏକତୃତୀୟାଂଶ ନକ୍ଷତ୍ରଗୁଡ଼ିକ ଆଘାତ ପାଇଲେ। ତେଣୁ ସେମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ଅନ୍ଧକାରମୟ ହୋଇଗଲା। ଦିନ ଓ ରାତ୍ରିର ଏକ ତୃତୀୟାଂଶ ଆଲୋକବିହୀନ ହେଲା।


ସୂର୍ଯ୍ୟ ଦେଖାଯାଉ ନ ଥିଲା। ମନ୍ଦିରର ପରଦା ଦୁଇଖଣ୍ଡ ହୋଇ ଚିରିଗଲା।


“ସେହି ଦିନମାନଙ୍କରେ ଏହି ବଡ଼ ବିପଦର ସମୟ ଗ୍ଭଲି ଗଲାପରେ ‘ସୂର୍ଯ୍ୟ ସମ୍ପୂର୍ଣ୍ଣ ଅନ୍ଧକାରମୟ ହୋଇଯିବ, ଚନ୍ଦ୍ର ତା'ର ଆଲୋକ ଦେବ ନାହିଁ।


“ଅମାବାସ୍ୟା ଦିନ ହୋମବଳି ନିମନ୍ତେ ଏକ ନିଖୁଣ ଗୋବତ୍ସ ଛଅ ମେଷ ଶାବକ ଓ ଏକ ମେଷ ହେବ। ଆଉ ଏଗୁଡ଼ିକ ସବୁ ନିଖୁଣ ହେବେ।


ତୁମ୍ଭର ବ୍ୟବସ୍ଥା ଯୋଗୁଁ ସ୍ୱର୍ଗ ଓ ପୃଥିବୀ ଆଜି ପର୍ଯ୍ୟନ୍ତ ଗ୍ଭଲୁ ରହିଛି। କାରଣ ସବୁକିଛି ତୁମ୍ଭର ଦାସମାନେ।


କେହି ତାଙ୍କର ତାରାଗଣର ସଂଖ୍ୟା ଗଣନା କରି ପାରିବେ ନାହିଁ। ସେ ସମସ୍ତଙ୍କୁ ସମାନ ଭାବରେ ସୂର୍ଯ୍ୟକିରଣ ପ୍ରଦାନ କରନ୍ତି।


ସେହି ଦିନର ପ୍ରାତଃକାଳୀନ ନକ୍ଷତ୍ର କାଳିମାମୟ ହୋଇ ଅନ୍ଧକାରରେ ଲୁଚି ଯାଉ। ରାତ୍ରିଟି ପ୍ରଭାତର ପ୍ରତୀକ୍ଷାରେ ରହୁ ଏବଂ ସୂର୍ଯ୍ୟର ପ୍ରଥମ କିରଣ ନ ଦେଖୁ।


ସେହି ତାରା ପାତାଳର ପ୍ରବେଶ ଦ୍ୱାର ଖୋଲିଲା କ୍ଷଣି ପ୍ରକାଣ୍ଡ ଭାଟିରୁ ଧୂଆଁ ଉଠିଲା ଭଳି ସେହି ଅତଳଗର୍ଭ ଭିତରୁ ଧୂଆଁ ଉଠିଲା। ସେହି ଧୂଆଁ ଦ୍ୱାରା ସୂର୍ଯ୍ୟ ଓ ଆକାଶ ଅନ୍ଧକାରମୟ ହୋଇଗଲା


ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।


ସେହି ଜ୍ୟୋତିର୍ଗଣ ପୃଥିବୀରେ ଆଲୋକ ଦେବା ପାଇଁ ତୋରଣ ମଧ୍ୟରେ ଥା’ନ୍ତୁ।” ଏବଂ ଏହିପରି ହେଲା।


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର! ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାଙ୍କର ପ୍ରଶଂସା କର।


Swiv nou:

Piblisite


Piblisite