Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 1:22 - ପବିତ୍ର ବାଇବଲ

22 ପରମେଶ୍ୱର ପ୍ରାଣୀମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ୱର ସେମାନଙ୍କୁ କହିଲେ, ବହୁବଂଶ ହୋଇ ସମୁଦ୍ର ଜଳକୁ ପରିପୂର୍ଣ୍ଣ କର। ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହୁଅନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି ପରମେଶ୍ଵର ସେମାନଙ୍କୁ ଆଶୀର୍ବାଦ କରି କହିଲେ, ପ୍ରଜାବ; ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

22 ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”

Gade chapit la Kopi




ଆଦି ପୁସ୍ତକ 1:22
16 Referans Kwoze  

ତୁମ୍ଭ ସହିତ ସମସ୍ତ ପଶୁଗୁଡ଼ିକୁ ବାହାର କରିଆଣ। ସମସ୍ତ ପଶୁ, ସମସ୍ତ ପକ୍ଷୀ, ସମସ୍ତ ଭୂଚର ପ୍ରାଣୀ ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ। ପୁଣି ପୃଥିବୀ ଫଳବନ୍ତ ହେଉ।”


ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରନ୍ତି। ତହିଁରେ ସେମାନେ ଅତିଶୟ ବୃଦ୍ଧି ପା’ନ୍ତି। ଏବଂ ସେମାନଙ୍କର ବହୁତ ପଶୁପଲ ଊଣା ହୁଅନ୍ତି ନାହିଁ।


“ଆୟୁବ, ତୁମ୍ଭେ ବହେମୋତକୁ ଦେଖ। ମୁଁ ପରମେଶ୍ୱର, ସେହି ବହେମୋତକୁ ସୃଷ୍ଟି କରିଛି ଓ ତୁମ୍ଭକୁ ମଧ୍ୟ ମୁଁ ସୃଷ୍ଟି କରିଛି। ବହେମୋତ ଗାଈପରି ଘାସ ଖାଏ।


ସେଥିପାଇଁ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ ଏବଂ କହିଲେ, “ବହୁତ ସନ୍ତାନ-ସନ୍ତତି ସହ ଆଶୀର୍ବାଦ ପ୍ରାପ୍ତ ହୁଅ। ପୃଥିବୀରେ ଶାସନ କରି, ପୃଥିବୀକୁ ପରିପୂର୍ଣ୍ଣ କର। ଆଉ ଜଳରେ ଥିବା ମତ୍ସ୍ୟଗଣ ଉପରେ ଏବଂ ବୃହତ୍ ପ୍ରାଣୀଗଣ ଉପରେ ଏବଂ ପୃଥିବୀ ଉପରେ ଗମନକାରୀ ଭୂଚର ପ୍ରାଣୀଗଣ ଉପରେ ଶାସନ କର।”


ସଦାପ୍ରଭୁ ଆୟୁବକୁ ଅଧିକ ଆଶୀର୍ବାଦ କଲେ, ତାହାଠାରୁ ମଧ୍ୟ ଅଧିକ ଯାହା ତା'ର ପ୍ରଥମ ଥିଲା। ଆୟୁବ 14,000 ମେଣ୍ଢା, 6,000 ଓଟ, 1,000 ହଳ ବଳଦ, 1,000 ମାଈ ଗଧ ପାଇଲେ।


ପରମେଶ୍ୱର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ୱର ସେମାନଙ୍କୁ କହିଲେ, “ବହୁ ସନ୍ତାନ ଜନ୍ମ କର, ଲୋକ ଦ୍ୱାରା ପୃଥିବୀକୁ ପୂର୍ଣ୍ଣ କର।


ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ୍ କରେ, ପୁଣି ତାହା ଦୁଃଖ ନିବାରଣ କରେ।


ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ। ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଗ୍ଭରିଆଡ଼େ ଜୀତବୃକ୍ଷର ଗ୍ଭରାପରି ହେବେ।


ସେମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ପାଇଁ ତାଙ୍କୁ ଧନ୍ୟବାଦ କର, ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି ବୋଲି।


“ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେବା, ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା, ଆଉ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା।


ପରମେଶ୍ୱର ତାଙ୍କୁ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭର ପରିବାର ବହୁତ ବଡ଼ ହେବ। ତୁମ୍ଭର ପରିବାରରୁ ଅନେକ ଜାତିଗଣ ହେବ। ରାଜାମାନେ ତୁମ୍ଭ ଶରୀରରୁ ଆସିବେ।


ଯେତେବେଳେ ମୁଁ ଆସିଲି ତୁମ୍ଭର ଖୁବ୍ କମ୍ ସମ୍ପତ୍ତି ଥିଲା। ବର୍ତ୍ତମାନ ବହୁତ ବୃଦ୍ଧି ପାଇଛି, ସଦାପ୍ରଭୁ ମୋ’ କାରଣରୁ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି। ବର୍ତ୍ତମାନ ମୋର ନିଜ ପରିବାରକୁ ଯୋଗାଇବା ପାଇଁ ସମୟ ଆସିଛି।”


ଲାବନ ତାଙ୍କୁ କହିଲେ, “ମୋତେ କିଛି କହିବାକୁ ଦିଅ। ମୁଁ ଗୁଣି ବିଦ୍ୟା କରି ଜାଣି ପାରିଛି ଯେ, ସଦାପ୍ରଭୁ ତୁମ୍ଭ ହେତୁରୁ ମୋତେ ଆଶୀର୍ବାଦ କରିଛନ୍ତି।


ତେଣୁ ପରମେଶ୍ୱର ନିଜ ନିଜ ଜାତି ପ୍ରକାରେ ସୃଷ୍ଟି କଲେ, ବୃହତ୍ ସାମୁଦ୍ରିକ ଜୀବ ଓ ଅନ୍ୟ ଜୀବ, ଯେଉଁମାନେ ସମୁଦ୍ରରେ ରହନ୍ତି। ପରମେଶ୍ୱର ଆକାଶରେ ଉଡ଼ୁଥିବା ବିଭିନ୍ନ ପ୍ରକାର ପକ୍ଷୀଗଣ ସୃଷ୍ଟି କଲେ। ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।


ସନ୍ଧ୍ୟା ହେଲା, ଏହା ପରେ ସକାଳ ହେଲା ଏବଂ ଏହା ପଞ୍ଚମ ଦିନ ଥିଲା।


Swiv nou:

Piblisite


Piblisite