Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 11:5 - ପବିତ୍ର ବାଇବଲ

5 ସଦାପ୍ରଭୁ ଲୋକମାନଙ୍କ ଦ୍ୱାରା ତିଆରି ହେଉଥିବା ନଗର ଏବଂ ଦୁର୍ଗ ଦେଖିବା ପାଇଁ ଓହ୍ଲାଇ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଅନନ୍ତର ମନୁଷ୍ୟସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

5 ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।

Gade chapit la Kopi




ଆଦି ପୁସ୍ତକ 11:5
10 Referans Kwoze  

ତେଣୁ ମୁଁ ସେଠାକୁ ଯିବି ଏବଂ ଦେଖିବି, ଯଦି ସେମାନେ ସେପରି କରିଅଛନ୍ତି, ଯାହା ମୁଁ ଶୁଣିଛି। ଯଦି ନାହିଁ, ମୁଁ ଜାଣିବାକୁ ଗ୍ଭହେଁ।”


ମନୁଷ୍ୟପୁତ୍ର କେବଳ ସେହି ଜଣେ ଯିଏ ସ୍ୱର୍ଗରୁ ଆସିଛନ୍ତି, ଓ ସେ ହିଁ ଏକମାତ୍ର ଯିଏ ସ୍ୱର୍ଗକୁ ଯାଇଛନ୍ତି।


ସମଗ୍ର ବିଶ୍ୱରେ ପରମେଶ୍ୱରଙ୍କ ଦୃଷ୍ଟିରେ କୌଣସି କଥା ଲୁଚି ରହି ପାରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁକିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁରେ ତହିଁର ହିସାବ ଦେବାକୁ ହେବ।


ଏବଂ ତୃତୀୟ ଦିନ ପାଇଁ ପ୍ରସ୍ତୁତ ହୋଇ ରହିବେ କାରଣ ଏହି ଦିନ ଆମ୍ଭେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବୁ। ଏବଂ ସମସ୍ତ ଲୋକେ ମୋତେ ଦେଖି ପାରିବେ।


ସଦାପ୍ରଭୁ ତାହାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ୱର୍ଗରେ, ସେ ସେହିଠାରୁ ଯାହାସବୁ ଘଟୁଛି ସମସ୍ତ ବିଷୟ ଦେଖନ୍ତି। ସଦାପ୍ରଭୁ ମନୁଷ୍ୟକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଗ୍ଭର କରନ୍ତି।


ଏହା ପରେ ସଦାପ୍ରଭୁ ପର୍ବତ ଉପରେ ଅବତରଣ କଲାପରେ ସେ ମୋଶାଙ୍କୁ ପର୍ବତ ଉପରକୁ ଡାକିଲେ। ତେଣୁ ମୋଶା ପର୍ବତ ଉପରକୁ ଚଢ଼ିଲେ।


ସୀନୟ ପର୍ବତ ଧୂଆଁରେ ପରିପୂର୍ଣ୍ଣ ଥିଲା। ଚିମିନିରୁ ଧୂଆଁ ବାହାରିଲା ପରି ପର୍ବତରୁ ଧୂଆଁ ବାହାରୁଥିଲା। ଏପରି ଘଟିଲା କାରଣ ସଦାପ୍ରଭୁ ଅଗ୍ନି ବାହନରେ ପର୍ବତରେ ଅବତରଣ କରିଥିଲେ। ପର୍ବତଟି କମ୍ପନ କରିବାକୁ ଲାଗିଲା।


ଏଥିନିମନ୍ତେ ଆମ୍ଭେ ସେମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ୟକୁ ଯିବା। ଆମ୍ଭେ ସେମାନଙ୍କୁ ସେହି ଭୂମିରୁ ଏକ ଉତ୍ତମ ଭୂମିକୁ ନେଇଯିବା, ଯେଉଁଠାରେ ପ୍ରଚୁର ପରିମାଣରେ ଦୁ‌ଗ୍‌ଧ ଓ ମହୁର ବନ୍ୟା ଛୁଟୁଥିବ। ସେଠାରେ ସେମାନଙ୍କ ପାଇଁ କୌଣସି ଅସୁବିଧା ହେବ ନାହିଁ। ତୁମ୍ଭେ ସେଠାରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ୟମାନ ମିଳିବ। ବହୁଦେଶୀୟ ଲୋକମାନେ ସେଠାରେ ବାସ କରୁଥିବେ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ବାସ କରନ୍ତି ତୁମ୍ଭେମାନେ ସେହିଠାରେ ବାସ କରିବ।


Swiv nou:

Piblisite


Piblisite