Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 12:10 - ପବିତ୍ର ବାଇବଲ

10 ସେହି ସମୟରେ ସେହି ଦେଶରେ ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ତେଣୁ ଅବ୍ରାମ ବାସ କରିବା ପାଇଁ ମିଶର ଦେଶକୁ ଯାତ୍ରା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା।

Gade chapit la Kopi

ଓଡିଆ ବାଇବେଲ

10 ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା।

Gade chapit la Kopi




ଆଦି ପୁସ୍ତକ 12:10
21 Referans Kwoze  

ଏହି ସମୟରେ ସେ ଦେଶରେ ଦୁର୍ଭିକ୍ଷ ଅତି ଭୟଙ୍କର ଥିଲା।


ସେମାନେ ସେ ସ୍ଥାନଗୁଡ଼ିକରେ ଶିଷ୍ୟମାନଙ୍କ ଆତ୍ମାକୁ ସବଳ କଲେ ଓ ବିଶ୍ୱାସରେ ବୃଦ୍ଧିପାଇବା ପାଇଁ ଉତ୍ସାହିତ କଲେ। ସେମାନେ କହିଲେ, “ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ନିମନ୍ତେ ଆମ୍ଭକୁ ଅନେକ ଦୁଃଖ କଷ୍ଟ ଭୋଗ କରିବାକୁ ପଡ଼ିବ।”


ସେ ସମୟରେ ସମଗ୍ର ମିଶର ଓ କିଣାନ ଦେଶରେ ଦୁର୍ଭିକ୍ଷ ପଡ଼ିବାରୁ ଲୋକେ ବହୁତ କଷ୍ଟରେ ପଡ଼ିଲେ। ଆମ୍ଭର ପୂର୍ବପୁରୁଷମାନେ ଖାଇବାକୁ କିଛି ପାଇଲେ ନାହିଁ।


“ମୋ'ଠାରେ ତୁମ୍ଭେମାନେ ଯେପରି ଶାନ୍ତି ପାଇବ, ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ଏସମସ୍ତ କଥା କହିଲି। ଏହି ଜଗତରେ ତୁମ୍ଭେ କଷ୍ଟ ପାଇବ। କିନ୍ତୁ ସାହସୀ ହୁଅ ମୁଁ ଜଗତକୁ ଜୟ କରିଛି।”


ଅନାବୃଷ୍ଟି ବିଷୟରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।


ପରମେଶ୍ୱର ଉର୍ବର ଜମିକୁ ଲବଣାକ୍ତ ଭୂମିରେ ବଦଳାଇ ପାରନ୍ତି। କାରଣ ଦେଶର ଅଧର୍ମୀ ଲୋକମାନେ ସେଠାରେ ବାସ କରନ୍ତି।


ସେମାନେ ଏକ ଦେଶରୁ ଅନ୍ୟ ଦେଶକୁ ଏବଂ ଏକ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଭ୍ରମଣ କରୁଥିଲେ।


ଧାର୍ମିକ ବ୍ୟକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ କିନ୍ତୁ ସଦାପ୍ରଭୁ ସେମାନଙ୍କୁ ସେମାନଙ୍କର ପ୍ରତ୍ୟେକ ବିପଦରୁ ଉଦ୍ଧାର କରିବେ।


ନଗର ଅବରୋଧ ଥିଲା। ଲୋକେ ନଗର ଭିତରକୁ ଖାଦ୍ୟ ଆଣି ପାରିଲେ ନାହିଁ। ଫଳରେ ସେଠାରେ ମହାଦୁର୍ଭିକ୍ଷ ଦେଖା ଦେଲା। ଏପରି ଶୋଚନୀୟ ହେଲା ଶମରିୟାର ଗୋଟିଏ ଗର୍ଦ୍ଦଭ ମୁଣ୍ତ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତମଳର ଏକ ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେଲା।


ଅନନ୍ତର ଇଲୀଶାୟ ପୁନର୍ବାର ଗି‌ଲ୍‌‌‌ଗ‌ଲ୍‌‌‌କୁ ଫେରିଗଲେ। ସେହି ସମୟରେ ସେଠାରେ ସେହି ଭୂମିରେ ଦୁର୍ଭିକ୍ଷ ପଡ଼ିଥିଲା। ଯେତେବେଳେ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କର ପୁତ୍ରମାନେ ତାଙ୍କ ସମ୍ମୁଖରେ ବସୁଥିବା ବେଳେ ଇଲୀଶାୟ ନିଜର ଦାସକୁ କହିଲେ, “ହଣ୍ତା ଚୁଲିରେ ବସାଅ ଓ ଭବିଷ୍ୟ‌ଦ୍‌ବକ୍ତାଙ୍କର ସନ୍ତାନଗଣଙ୍କ ପାଇଁ ବ୍ୟଞ୍ଜନ ପାକ କର।”


ଦାଉଦଙ୍କ ରାଜତ୍ୱ ସମୟରେ କ୍ରମାଗତ ତିନି ବର୍ଷ ଧରି ଦୁର୍ଭିକ୍ଷ ହେଲା। ଏହି ସମୟରେ ରାଜା ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଶାଉଲ ଓ ତା'ର ହତ୍ୟାକାରୀ ବଂଶ ଯୋଗୁଁ ଏପରି ହେଉଛି। ଯେହେତୁ ସେ ଗିବିୟୋନୀୟମାନଙ୍କୁ ହତ୍ୟା କରିଥିଲା।”


ସେହି ସମୟରେ ଯେତେବେଳେ ବିଗ୍ଭରକଗଣ ଶାସନ କରୁଥିଲେ, ସେହି ଦେଶରେ ଦୁର୍ଭିକ୍ଷ ପଡ଼ିଥିଲା। ତେଣୁ ଏଲିମେଲକ ନାମକ ଜଣେ ଲୋକ ଯିହୁଦାସ୍ଥିତ ନିଜର ଗୃହ ବୈ‌ଥ୍‌ଲେହେମକୁ ପରିତ୍ୟାଗ କଲା ଏବଂ ସେ ତା'ର ସ୍ତ୍ରୀ ଓ ଦୁଇ ପୁତ୍ର ସହିତ ମୋୟାବ ଦେଶରେ ବାସ କରିବାକୁ ଗଲା।


ସେହି ସମୟରେ ଅତିଶୟ ଦୁର୍ଭିକ୍ଷ ହେବାରୁ ସର୍ବଦେଶରେ ଖାଦ୍ୟଦ୍ରବ୍ୟର ଅଭାବ ହେଲା। ତହିଁରେ ମିଶର ଦେଶୀୟ ଓ କିଣାନ ଦେଶୀୟ ଲୋକମାନେ ଦୁର୍ଭିକ୍ଷ ହେତୁ ପ୍ରାୟ ମୂର୍ଚ୍ଛାଗତ ହେବାକୁ ଲାଗିଲେ।


କିଣାନ ଦେଶରେ ଦୁର୍ଭିକ୍ଷ ଭୟଙ୍କର ଥିଲା। ତେଣୁ କିଣାନ ଦେଶରୁ ବହୁତ ଲୋକ ମିଶରକୁ ଖାଦ୍ୟଶସ୍ୟ କିଣିବାକୁ ଗଲେ। ସେମାନଙ୍କ ମଧ୍ୟରେ ଯାକୁବର ପୁତ୍ରମାନେ ମଧ୍ୟ ଥିଲେ।


ସର୍ବଦେଶୀୟ ଲୋକମାନେ ମିଶର ଦେଶର ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ। ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା।


ସବୁଆଡ଼େ ଦୁର୍ଭିକ୍ଷ ପଡ଼ିଥିଲା। ତେଣୁ ଯୋଷେଫ ସବୁ ସ୍ଥାନରେ ଗୋଲା ଫିଟାଇ ମିସ୍ରୀୟମାନଙ୍କୁ ଶସ୍ୟ ବିକିବାକୁ ଲାଗିଲେ। ତଥାପି ମିଶରରେ ଦୁର୍ଭିକ୍ଷ ପ୍ରବଳ ହେଲା।


Swiv nou:

Piblisite


Piblisite