Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 12:11 - ପବିତ୍ର ବାଇବଲ

11 ସେ ଯେତେବେଳେ ମିଶର ଦେଶର ନିକଟବର୍ତ୍ତୀ ହେଲେ ଅବ୍ରାମ ନିଜର ସ୍ତ୍ରୀ ସାରୀଙ୍କୁ କହିଲେ, “ମୁଁ ଜାଣେ ତୁମ୍ଭେ ଦେଖିବାକୁ ବହୁତ ସୁନ୍ଦରୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଅନନ୍ତର ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ।

Gade chapit la Kopi

ଓଡିଆ ବାଇବେଲ

11 ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ।

Gade chapit la Kopi




ଆଦି ପୁସ୍ତକ 12:11
14 Referans Kwoze  

ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ସ୍ତ୍ରୀ ବିଷୟରେ ପଗ୍ଭରନ୍ତେ ସେ କହିଲେ, “ସେ ମୋର ଭଉଣୀ” ସେ ଏହା କହିଲେ, କାରଣ ସେ ରିବିକା ଲାଗି ଭୟ କରୁଥିଲେ। ସେଠାକାର ଲୋକମାନେ ତାଙ୍କୁ ବଧ କରିଥାଆନ୍ତେ, କାରଣ ସେ ବହୁତ ସୁନ୍ଦରୀ ଥିଲେ।


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।


ରାହେଲ ବହୁତ ସୁନ୍ଦରୀ, ରୂପବତୀ ଥିଲେ ଏବଂ ଲେୟାର ନୟନ କୋମଳ ଓ ଦୁର୍ବଳ ଥିଲା


ଯେତେବେଳେ ଅବ୍ରାମ ମିଶରକୁ ପ୍ରବେଶ କଲେ, ମିଶରୀୟମାନେ ସେହି ସୁନ୍ଦରୀ ସ୍ତ୍ରୀଲୋକ ସାରୀଙ୍କୁ ଦେଖିଲେ।


ମୋ’ ପ୍ରିୟତମ, ମୋ’ ପ୍ରତି ଐନଗଦିର ଦ୍ରାକ୍ଷାକ୍ଷେତ୍ର‌ସ୍ଥ ହେନା ପୁଷ୍ପ ଗୁଚ୍ଛ ତୁଲ୍ୟ ଅଟନ୍ତି।


ଥରେ ସନ୍ଧ୍ୟା ସମୟରେ ଦାଉଦ ବିଛଣାରୁ ଉଠି ଛାତ ଉପରେ ବୁଲିବା ସମୟରେ ଜଣେ ସ୍ତ୍ରୀଲୋକ ଗାଧୋଉ ଥିବାର ଦେଖିଲେ। ସେହି ସ୍ତ୍ରୀ ଜଣକ ଅତି ସୁନ୍ଦରୀ ଥିଲା।


ଯେତେବେଳେ ଗରାରରେ ଥିଲେ, ଅବ୍ରହାମ ଲୋକମାନଙ୍କୁ କହିଲେ, ସାରା ହେଉଛି ତାଙ୍କର ଭଉଣୀ, ଗରାରର ରାଜା ଅବିମେଲକ୍ ଏ କଥା ଶୁଣିଲେ। ଅବିମେଲକ ସାରାଙ୍କୁ ଗ୍ଭହୁଁଥିଲେ। ତେଣୁ ସେ ତାଙ୍କୁ ଆଣିବା ପାଇଁ କେତେକ ଦାସକୁ ପଠାଇଲେ।


ସେ ବହୁତ ସୁନ୍ଦରୀ ଥିଲେ। ସେ ମଧ୍ୟ ଅବିବାହିତା ଥିଲେ। ସେ ଜଣେ କୁମାରୀ। ସେ କୂଅ ନିକଟକୁ ଗଲେ ଓ ତା'ର ପାତ୍ରରେ ପାଣି ଭର୍ତ୍ତି କଲେ।


ପରମେଶ୍ୱରଙ୍କର ପୁତ୍ରଗଣ ଦେଖିଲେ, ସେହି କନ୍ୟାମାନେ ଦେଖିବାକୁ ବହୁତ ସୁନ୍ଦରୀ। ତେଣୁ ପରମେଶ୍ୱରଙ୍କର ପୁତ୍ରଗଣ ସେମାନଙ୍କ ପସନ୍ଦ ଅନୁସାରେ ସେମାନଙ୍କୁ ବିବାହ କଲେ। ସେହି ସ୍ତ୍ରୀମାନେ ପିଲାମାନଙ୍କୁ ଜନ୍ମ ଦେଲେ। ସେହି ସମୟରେ ଓ ପରେ ମଧ୍ୟ ପୃଥିବୀରେ ଦୈତ୍ୟମାନେ ଥିଲେ। ସେମାନେ ପୂର୍ବ ସମୟର ପ୍ରସିଦ୍ଧ ଯୋଦ୍ଧା ଥିଲେ। ଏହା ପରେ ସଦାପ୍ରଭୁ କହିଲେ, “ଲୋକମାନେ ମନୁଷ୍ୟ ମାତ୍ର, ଆମ୍ଭର ଆତ୍ମା ମନୁଷ୍ୟ ମଧ୍ୟରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, କାରଣ ସେମାନେ କେବଳ ଶାରୀରିକ ଅଟନ୍ତି। ଏଥିପାଇଁ ସେମାନଙ୍କର ପରମାୟୁ 120 ବର୍ଷ ହେବ।”


ପରମେଶ୍ୱର ମୋତେ ମୋର ପିତାଙ୍କ ଗୃହରୁ ଦୂରକୁ ଆଗେଇ ନେଲେ। ପରମେଶ୍ୱର ମୋତେ ଏକ ସ୍ଥାନରୁ ଅନ୍ୟ ସ୍ଥାନକୁ ବୁଲାଇଲେ। ଏପରି ଯେତେବେଳେ ହେଲା ମୁଁ ସାରାକୁ କହିଲି, ‘ଦୟାକରି ମୋ’ ପାଇଁ ଏହା କର! ଆମ୍ଭେ ଯେଉଁଠାକୁ ଯିବା, ତୁମ୍ଭେ ଲୋକମାନଙ୍କୁ କହିବ ମୁଁ ତୁମ୍ଭର ଭାଇ।’”


ସେ ଲୋକ ଜଣକର ନାମ ନାବଲ ଥିଲା ଏବଂ ତାଙ୍କ ସ୍ତ୍ରୀର ନାମ ଅବୀଗଲ ଥିଲା, ସେ ଭାରି ସୁନ୍ଦରୀ ଓ ବୁଦ୍ଧିମତୀ ମଧ୍ୟ ଥିଲା। କିନ୍ତୁ ନାବଲ ଭାରି ନିର୍ଦ୍ଦୟ ଓ ପାପିଷ୍ଠ ଥିଲା। ସେ କାଲେବ ପରିବାରର ଥିଲା।


ସେହି ଯୁବତୀ ଅତି ସୁନ୍ଦରୀ ଥିଲା। ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା। ମାତ୍ର ରାଜା ଦାଉଦ ତା’ ସହିତ ଯୌନ ସମ୍ପର୍କ ରଖିଲେ ନାହିଁ।


ଲୋକଭୟ ଫାନ୍ଦଜନକ, ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।


Swiv nou:

Piblisite


Piblisite