Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 14:10 - ପବିତ୍ର ବାଇବଲ

10 ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଗାତ ଥିଲା ସଦୋମର ରାଜା ଓ ଗମୋରାର ରାଜା ପଳାୟନ କଲାବେଳେ ସେଠାରେ ପଡ଼ିଗଲେ ଏବଂ ଅବଶିଷ୍ଟ ସୈନ୍ୟମାନେ ପର୍ବତକୁ ପଳାଇ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇ ଗଲେ।

Gade chapit la Kopi

ଓଡିଆ ବାଇବେଲ

10 ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇଗଲେ।

Gade chapit la Kopi




ଆଦି ପୁସ୍ତକ 14:10
12 Referans Kwoze  

ସେମାନେ ନଗର ବାହାରକୁ ଆସିବା ମାତ୍ରେ ଜଣେ ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ବର୍ତ୍ତମାନ ତୁମ୍ଭର ଜୀବନ ରକ୍ଷା ପାଇଁ ପଛକୁ ନ ଅନାଇ ଶୀଘ୍ର ଦୌଡ଼। ଏହି ଉପତ୍ୟକାର କୌଣସି ଜାଗାରେ ରୁହ ନାହିଁ। ତୁମ୍ଭେ ପର୍ବତରେ ପହଞ୍ଚିବା ପର୍ଯ୍ୟନ୍ତ ଦୌଡ଼। ଯଦି ତୁମ୍ଭେ ଅଟକି ଯାଅ ତେବେ ଏହି ନଗର ସହିତ ତୁମ୍ଭେ ଧ୍ୱଂସ ପାଇଯିବ।”


ଲୋଟ ସୋୟରରେ ରହିବାକୁ ଭୟ କଲେ। ତେଣୁ ସେ ଏବଂ ତାଙ୍କର କନ୍ୟା ରହିବା ପାଇଁ ପର୍ବତକୁ ପଳାଇଲେ, ସେମାନେ ସେଠାରେ ଏକ ଗୁମ୍ଫାରେ ବାସ କଲେ।


ଯେତେବେଳେ ଲୋକମାନେ ଭୟରେ ଦୌଡ଼ିବେ, ସେମାନେ ଖାତ ଭିତରେ ପଡ଼ିବେ ଏବଂ ଯେତେବେଳେ ସେମାନେ ଖାତରୁ ବାହାରକୁ ପଡ଼ିବେ, ସେମାନେ ଧରାଯିବେ। ସଦାପ୍ରଭୁ କହନ୍ତି, ଏହା ଘଟିବ କାରଣ ମୁଁ ମୋୟାବ ଉପରେ ଶାସ୍ତିର ବର୍ଷ ଆଣିବି।”


ଯେତେବେଳେ ଲୋକମାନେ ଭୟର ଶବ୍ଦ ଶୁଣିବେ ଓ ପଳାୟନ କରିବେ, ସେମାନେ ସେତେବେଳେ ଗର୍ତ୍ତରେ ପଡ଼ିବେ। ସେମାନଙ୍କ ମଧ୍ୟରୁ କେତେକ ଗର୍ତ୍ତରୁ ଉଠି ଉପରକୁ ଆସିଲେ ଫାନ୍ଦରେ ପଡ଼ିବେ।” କାରଣ ଊର୍ଦ୍ଧ୍ୱସ୍ଥ ଝରକାସବୁ ଉନ୍ମୁକ୍ତ ରହିଛି ଏବଂ ପୃଥିବୀର ମୂଳଦୁଆ କମ୍ପିତ ହେଉଅଛି।


ଲୋକମାନେ କହିଲେ, “ଆସ ଆମ୍ଭେ ଇଟା ପୋଡ଼ି ଟାଣ କରିବା।” ତେଣୁ ଲୋକମାନେ ପଥର ବ୍ୟବହାର ନ କରି ଇଟାକୁ ଘର କରିବା ପାଇଁ ବ୍ୟବହାର କଲେ। ଏବଂ ସେମାନେ ମାଟିଆ ତେଲକୁ ଚୂନ ସ୍ୱରୂପ ବ୍ୟବହାର କଲେ।


ସେମାନଙ୍କୁ ଐନଦୋର ନିକଟରେ ପରାସ୍ତ କଲ ଏବଂ ସେମାନଙ୍କ ଶରୀର ସେହି ସ୍ଥାନରେ ସଢ଼ି ଗଲା।


ଯୁଦ୍ଧ ସମୟରେ ଇସ୍ରାଏଲର ସୈନିକମାନେ ଅୟ ସୈନ୍ୟମାନଙ୍କ ପଛରେ ଗୋଡ଼ାଇ କ୍ଷେତ ଓ ମରୁଭୂମି ଅଞ୍ଚଳକୁ ଆଣିଲେ। ସେମାନେ ସେହିଠାରେ ସେମାନଙ୍କୁ ହତ୍ୟା କଲେ। ଏହା ପରେ ଇସ୍ରାଏଲ ସୈନ୍ୟମାନେ ଅୟକୁ ଫେରି ଆସିଲେ ଏବଂ ଅୟ ସହରରେ ଜୀବିତ ଲୋକମାନଙ୍କୁ ଓ ସୈନ୍ୟମାନଙ୍କୁ ହତ୍ୟା କଲେ।


ଏହି ସମସ୍ତ ରାଜାମାନେ ସେମାନଙ୍କର ସୈନ୍ୟମାନଙ୍କୁ ସୀଦ୍ଦୀମ ଉପତ୍ୟକାରେ ଉପସ୍ଥିତ କରାଇଲେ। ସେହି ସୀଦ୍ଦୀମ ଉପତ୍ୟକା ବର୍ତ୍ତମାନ ଲବଣ ସମୁଦ୍ର।


ସେମାନେ ଏଲମର ରାଜା କଦର୍ଲାୟୋମର ଓ ଗୋୟିମର ତିଦିୟଲର ରାଜା ଓ ଶିନିୟରର ଅମ୍ରାଫ‌ଲ୍‌ର ରାଜା ଓ ଇଲ୍ଲାସରର ରାଜା। ଏହି ଗ୍ଭରି ଜଣ ରାଜା ପାଞ୍ଚ ରାଜାଙ୍କ ବିରୁଦ୍ଧରେ ଯୁଦ୍ଧ କଲେ।


ଏଥିପାଇଁ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଏବଂ ଭକ୍ଷ୍ୟ ଲୁଟିନେଇ ପଳାଇଗଲେ।


ତା'ପରେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣଙ୍କୁ ଜୟ କରି ବାହୁଡ଼ିବା ପରେ ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍ ରାଜାର ପଦାକୁ ଗମନ କଲେ।


ଏହା ପରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ ମାତ୍ର ମନୁଷ୍ୟସକଳ ଆମ୍ଭକୁ ଦିଅ।”


Swiv nou:

Piblisite


Piblisite