Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 15:5 - ପବିତ୍ର ବାଇବଲ

5 ଏହା ପରେ ପରମେଶ୍ୱର ତାଙ୍କୁ ବାହାରକୁ ନେଲେ ଓ କହିଲେ, “ଊର୍ଦ୍ଧ୍ୱରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରି ପାରିବ।” ଏବଂ ସେ ମଧ୍ୟ କହିଲେ, “ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ୟକ ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଅନନ୍ତର ସେ ତାଙ୍କୁ ବାହାରକୁ ଆଣି କହିଲେ, ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯେବେ ତାରାସମୂହ ଗଣିପାର, ତେବେ ଗଣି କୁହ। ସେ ଆହୁରି କହିଲେ, ଏହି ପ୍ରକାର ତୁମ୍ଭର ବଂଶ ହେବ।।

Gade chapit la Kopi

ଓଡିଆ ବାଇବେଲ

5 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”

Gade chapit la Kopi




ଆଦି ପୁସ୍ତକ 15:5
22 Referans Kwoze  

ଏହି ଲୋକ ଜଣକ ଏତେ ବୃଦ୍ଧ ଥିଲେ ଯେ ସେ ମୃତବତ ଥିଲେ। କିନ୍ତୁ ସେହି ଜଣେ ଲୋକଙ୍କଠାରୁ ଆକାଶର ତାରାଗଣ ଓ ସମୁଦ୍ର କୂଳର ବାଲି ଭଳି ଅସଂଖ୍ୟ ସନ୍ତାନ ଜନ୍ମଗ୍ରହଣ କଲେ।


ଅବ୍ରହାମଙ୍କର ସନ୍ତାନ ହେବାର ଆଶା ନ ଥିଲା। କିନ୍ତୁ ଅବ୍ରହାମ ପରମେଶ୍ୱରଙ୍କୁ ବିଶ୍ୱାସ କଲେ ଓ ଭରସାକୁ ବଜାୟ ରଖିଲେ। ସେଥିପାଇଁ ସେ ଅନେକ ଜାତିର ପିତା ହେଲେ। ପରମେଶ୍ୱର ତାହାଙ୍କୁ କହିଥିଲେ: “ତୁମ୍ଭର ଅଗଣିତ ବଂଶଧର ହେବେ।”


ବର୍ତ୍ତମାନ ତୁମ୍ଭମାନଙ୍କର ସଂଖ୍ୟା ବେଶୀ ଏବଂ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କର ସଂଖ୍ୟା ବୃଦ୍ଧି କରିଛନ୍ତି, ତେଣୁ ତୁମ୍ଭେମାନେ ଆକାଶର ତାରାମାନଙ୍କ ତୁଲ୍ୟ ବହୁତ।


ମନେରଖ, ଅବ୍ରହାମ, ଇ‌ସ୍‌ହାକ ଏବଂ ଯାକୁବ, ତୁମ୍ଭର ସେବକଗଣ। ତୁମ୍ଭେ ନିଜେ ପ୍ରତିଜ୍ଞା କରିଅଛ, ‘ଆକାଶରେ ଥିବା ତାରାମାନଙ୍କ ପରି ତୁମ୍ଭମାନଙ୍କର ବଂଶ ବୃଦ୍ଧି ହେବ ଏବଂ ମୁଁ ପ୍ରତିଜ୍ଞା କରିଥିବା ଭୂମି ତୁମ୍ଭମାନଙ୍କୁ ଦେବି। ସେହି ଭୂମି ଅନନ୍ତକାଳ ତୁମ୍ଭମାନଙ୍କର ହେବ।”’


ମୁଁ ତୁମ୍ଭକୁ ଆଶୀର୍ବାଦ କରିବି। ଆକାଶର ତାରାତୁଲ୍ୟ ଓ ସମୁଦ୍ର କୂଳର ଅସଂଖ୍ୟ ବାଲି ତୁଲ୍ୟ ତୁମ୍ଭର ବଂଶଧର ବଢ଼ାଇବି। ଏବଂ ତୁମ୍ଭର ଲୋକମାନେ ଯେଉଁ ସହର ଅଧିକାର କରିଛନ୍ତି ସେହି ସହରରେ ବାସ କରିବ।


ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିଶରକୁ ଯାଇଥିଲେ। ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶ ମଣ୍ତଳର ତାରାଗଣ ପରି ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିଛନ୍ତି।


ଯେପରି ଆକାଶର ତାରା ଗଣା ଯାଇପାରିବ ନାହିଁ କି ସମୁଦ୍ରର ବାଲୁକା ମପା ଯାଇପାରିବ ନାହିଁ, ସେହିପରି ଆମ୍ଭେ ଦାଉଦ ବଂଶଧରକୁ ଓ ଲେବୀୟ ପରିବାରବର୍ଗକୁ ଏତେ ସଂଖ୍ୟାରେ ଦାସ ଓ ପରିଗ୍ଭରକ ପଠାଇବା ସେଗୁଡ଼ିକ ମଧ୍ୟ ଆକଳନ ହେବେ।”


ସେ ତାରାଗଣଙ୍କୁ ଗଣନା କରନ୍ତି। ସେ ପ୍ରତ୍ୟେକଙ୍କର ଗୋଟି ଗୋଟି କରି ନାମ ଧରି ଡାକନ୍ତି।


ଦାଉଦ ଇସ୍ରାଏଲର ଲୋକମାନଙ୍କୁ ଗଣିବା ନିମନ୍ତେ ସ୍ଥିର କଲେ। ସେଠାରେ ବହୁତ ଅଧିକ ଲୋକ ଥିଲେ, କାରଣ ପରମେଶ୍ୱର ପ୍ରତିଜ୍ଞା କରିଥିଲେ ଯେ, ସେ ଇସ୍ରାଏଲର ଲୋକମାନଙ୍କୁ ଆକାଶର ତାରାଗଣ ତୁଲ୍ୟ ଅଗଣ୍ୟ କରିବେ। ତେଣୁ ଦାଉଦ କେବଳ 20 ବର୍ଷ ବୟସ୍କ ଓ ତତୁର୍ଦ୍ଧ୍ୱ ବୟସର ଲୋକଙ୍କୁ ଗଣନା କଲେ।


ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଙ୍କେତ ହେବ।


ତୁମ୍ଭର ବହୁତ ବଂଶ ହେବେ। ତାହା ପୃଥିବୀର ଧୂଳି ପରି ଅସଂଖ୍ୟ ହେବେ। ସେମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ବ୍ୟାପିବେ। ପୃଥିବୀର ସମସ୍ତ ପରିବାର ତୁମ୍ଭ ବଂଶଧରମାନଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ।


ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହିସବୁ ଦେଶ ଦେବା ଓ ତୁମ୍ଭ ବଂଶଦ୍ୱାରା, ପୃଥିବୀସ୍ଥ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।


ସଦାପ୍ରଭୁଙ୍କର ଦୂତ ହାଗାରକୁ ପୁଣି କହିଲେ, “ତୁମ୍ଭର ଅନେକ ବଂଶଧର ଜନ୍ମ ହେବେ। ସେମାନଙ୍କୁ ଗଣି ହେବ ନାହିଁ।”


ପୃଥିବୀରେ ଧୂଳିପରି ମୁଁ ତୁମ୍ଭର ବଂଶ ବୃଦ୍ଧି କରାଇବି। ଯଦି କେହି ପୃଥିବୀର ଧୂଳି ଗଣିପାରେ ତେବେ ସେ ତୁମ୍ଭର ବଂଶର ଲୋକମାନଙ୍କୁ ଗଣି ପାରିବ।


ଯଦି ତୁମ୍ଭେ ଏପରି କର, ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବାକୁ ପ୍ରସ୍ତୁତ ଅଛି। ମୁଁ ପ୍ରତିଜ୍ଞା କରୁଛି ତୁମ୍ଭର ଲୋକମାନଙ୍କୁ ନେଇ ମୁଁ ଏକ ବିରାଟ ଜାତି ସୃଷ୍ଟି କରିବି।”


କିନ୍ତୁ ମୁଁ ସଦାପ୍ରଭୁ ତୁମ୍ଭର ପୂର୍ବପୁରୁଷ ଅବ୍ରହାମଙ୍କୁ ସେ ଭୂମିରୁ ଆଣି ନଦୀ ଏପାରିରେ ରଖିଲି। ମୁଁ ତାଙ୍କୁ କିଣାନ ଦେଶର ସବୁଆଡ଼େ ଆଗେଇ ନେଲି, ଏବଂ ତା'ର ବଂଶକୁ ବହୁ ସନ୍ତାନ ଦେଲି। ଏବଂ ତାକୁ ମଧ୍ୟ ଏକ ପୁତ୍ର ଦେଲି ଯାହାର ନାମ ଇ‌‌ସ୍‌‌ହାକ।


ମୁଁ ତୁମ୍ଭର ଦାସ ତୁମ୍ଭର ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି। ସେମାନଙ୍କର ସଂଖ୍ୟା ଅଗଣନୀୟ। ତେଣୁ ଜଣେ ଶାସକ ନିଶ୍ଚୟ ବହୁତ ନିଷ୍ପତ୍ତି କରିବ।


ତୁମ୍ଭେ ସେମାନଙ୍କ ବଂଶଧରଗଣଙ୍କୁ ଆକାଶର ନକ୍ଷେତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ। ଯେଉଁଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣଙ୍କଠାରେ ଶପଥ କରିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ।


ଆୟୁବ, ଆକାଶକୁ ଦେଖ। ମେଘମାଳାକୁ ଲକ୍ଷ୍ୟ କର, ସେ ସବୁ ତୁମ୍ଭଠାରୁ ବହୁ ଊର୍ଦ୍ଧ୍ୱରେ ଅବସ୍ଥିତ।


ତୁମ୍ଭମାନଙ୍କ ପିତା ଅବ୍ରହାମ ଓ ଜନ୍ମଦାତ୍ରୀ ସାରା ପ୍ରତି ଦୃଷ୍ଟି ଦିଅ। ସେ ଯେତେବେଳେ ଏକାକୀ ଥିଲା ଆମ୍ଭେ ତାହାକୁ ଆହ୍ୱାନ କଲୁ। ଆମ୍ଭେ ଆଶୀର୍ବାଦ କରି ତାକୁ ବହୁ ବଂଶ କଲୁ।”


ଯାକୁବ ରାତିରେ ସେହି ସ୍ଥାନରେ ରହିଲେ, ତାଙ୍କର ଭାଇ ଏଷୌକୁ କିଛି ଉପହାର ଦେବା ପାଇଁ ଯାକୁବ ପ୍ରସ୍ତୁତ ହେଲେ।


Swiv nou:

Piblisite


Piblisite