ଆଦି ପୁସ୍ତକ 17:1 - ପବିତ୍ର ବାଇବଲ1 ଯେତେବେଳେ ଅବ୍ରାମଙ୍କୁ ଅନେଶ୍ୱତ ବର୍ଷ ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ସର୍ବଶକ୍ତିମାନ ପରମେଶ୍ୱର। ଉତ୍ତମ କାର୍ଯ୍ୟମାନ କର। ମୋତେ ମାନ ଏବଂ ନିଷ୍ଠାପର ଜୀବନଯାପନ କର। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅବ୍ରାମଙ୍କର ଅନେଶ୍ଵତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ସର୍ବଶକ୍ତିମାନ ପରମେଶ୍ଵର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ। Gade chapit laଓଡିଆ ବାଇବେଲ1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ। Gade chapit la |
ଯଦି ତୁମ୍ଭେ ସଦାପ୍ରଭୁଙ୍କର ଏହି ନିୟମ ପାଳନ କରିବ, ତେବେ ସଦାପ୍ରଭୁ ମୋ’ ବିଷୟରେ ଯାହା ପ୍ରତିଜ୍ଞା କରିଛନ୍ତି ତାହା ନିଶ୍ଚୟ ହେବ। ସଦାପ୍ରଭୁ କହିଥିଲେ, ‘ଯଦି ତୁମ୍ଭର ସନ୍ତାନମାନେ ସମସ୍ତ ମନ ଓ ପ୍ରାଣ ସହିତ ମୁଁ ଦେଇଥିବା ଆଜ୍ଞାନୁସାରେ ଜୀବନ ଧାରଣ କରିବେ, ତେବେ ଇସ୍ରାଏଲର ସିଂହାସନରେ ତୁମ୍ଭ ବଂଶରୁ ହିଁ ବସିବେ। ସଦାପ୍ରଭୁ ତାଙ୍କର ଏହି ବାକ୍ୟ ପୂରଣ କରିବେ।’”
ତୁମ୍ଭେ ମୋ’ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଯେପରି ଆମ୍ଭର ଆଜ୍ଞା ପାଳନ କରି ଆମ୍ଭର ଆଜ୍ଞା ଓ ନିୟମକୁ ଅନୁସରଣ କରୁଅଛ, ଯଦି ତୁମ୍ଭର ପୁତ୍ରମାନେ ସେହିପରି କରନ୍ତି ଓ ସତର୍କତା ଭାବରେ ଆମ୍ଭକୁ ଅନୁସରଣ କରନ୍ତି, ତେବେ ଇସ୍ରାଏଲ ସିଂହାସନରେ ତୁମ୍ଭ ବଂଶରୁ ହିଁ ସର୍ବଦା ଇସ୍ରାଏଲ ଉପରେ ରାଜ୍ୟ କରିବେ। ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ତୁମ୍ଭର ସେହି ବାକ୍ୟ ଏବେ ସଫଳ କର।’