Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 17:12 - ପବିତ୍ର ବାଇବଲ

12 ତୁମ୍ଭର ପୁତ୍ରମାନଙ୍କୁ ଯେତେବେଳେ ଆଠଦିନ ହେବ, ତୁମ୍ଭେ ସେତେବେଳେ ସେମାନଙ୍କୁ ସୁନ୍ନତ କରିବ। ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ଦାସମାନଙ୍କର, ତୁମ୍ଭର ଘରେ ଯେଉଁମାନେ ଜନ୍ମ ହୋଇଛନ୍ତି, ଯେଉଁମାନେ ବିଦେଶରୁ କିଣା ଯାଇଅଛନ୍ତି, ସମସ୍ତ ପୁତ୍ରଗଣଙ୍କୁ ସୁନ୍ନତ କରାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ।

Gade chapit la Kopi

ଓଡିଆ ବାଇବେଲ

12 ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି, ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି, ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ।

Gade chapit la Kopi




ଆଦି ପୁସ୍ତକ 17:12
12 Referans Kwoze  

ଅଷ୍ଟମ ଦିନରେ ବାଳକ ନିଶ୍ଚୟ ସୁନ୍ନତ ହେବ।


ଶିଶୁଟି ଆଠ ଦିନର ହେବାରୁ ତା'ର ସୁନ୍ନତ କରାଗଲା ଓ ତାହାଙ୍କର ନାମ ଯୀଶୁ ରଖାଗଲା। ସେ ଗର୍ଭରେ ରହି ବଢ଼ିବା ପୂର୍ବରୁ ସ୍ୱର୍ଗଦୂତ ତାହାଙ୍କୁ ଏହି ନାମ ଦେଇଥିଲେ।


ମୋର ଜନ୍ମ ହେବାର ଆଠ ଦିନପରେ, ମୋର ସୁନ୍ନତ କରାଯାଇଥିଲା। ମୁଁ ଜଣେ ଇସ୍ରାଏଲୀୟ ଲୋକ। ମୁଁ ବିନ୍ୟାମିନଙ୍କ ବଂଶଧର। ଏବ୍ରୀୟ ପିତାମାତାଙ୍କଠାରୁ ଜନ୍ମିଥିବାରୁ ମୁଁ ଜଣେ ଏବ୍ରୀୟ ଅଟେ। ମୋ’ ପାଇଁ ମୋଶାଙ୍କ ବ୍ୟବସ୍ଥା ଆଜି ଗୁରୁତ୍ୱପୂର୍ଣ୍ଣ, ସେ ଦୃଷ୍ଟିରୁ ମୁଁ ଜଣେ ଫାରୂଶୀ।


ବାଳକର ଜନ୍ମ ହେବାର ଅଷ୍ଟମ ଦିନ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ସେମାନେ ବାଳକର ନାମ ତା'ର ପିତାଙ୍କ ନାମ ଅନୁସାରେ ଜିଖରିୟ ଦେବାକୁ ଗ୍ଭହୁଁଥିଲେ।


ଜଣେ କେବଳ ଶରୀରରେ ଯିହୂଦୀ, କିନ୍ତୁ ପ୍ରକୃତରେ ଯିହୂଦୀ ନୁହେଁ। ପ୍ରକୃତ ସୁନ୍ନତ କେବଳ ବାହାର ଶରୀରରେ ନୁହେଁ।


“ଏହିପରି ପରମେଶ୍ୱର ଅବ୍ରହାମଙ୍କୁ ଏହି ଚୁକ୍ତି ପାଇଁ ସୁନ୍ନତର ଚିହ୍ନ ପ୍ରଦାନ କଲେ। ସେ ଇ‌ସ୍‌ହାକଙ୍କର ପିତା ହେଲେ। ଇ‌ସ୍‌ହାକଙ୍କ ଜନ୍ମର ଅଷ୍ଟମ ଦିନ ଅବ୍ରହାମ ତାହାଙ୍କର ସୁନ୍ନତ କଲେ ଓ ଇ‌ସ୍‌ହାକ ତାହାଙ୍କର ପୁତ୍ର ଯାକୁବର ସୁନ୍ନତ କଲେ। ପୁଣି ଯାକୁବ ତାହାଙ୍କ ବାରଜଣ ପୁତ୍ରଙ୍କର ସୁନ୍ନତ କଲେ, ଏହି ପୁତ୍ରମାନେ ଆମ୍ଭ ଗୋଷ୍ଠୀଗୁଡ଼ିକର ପିତା ହେଲେ।


ଅବ୍ରହାମ ପରମେଶ୍ୱରଙ୍କ ନିର୍ଦ୍ଦେଶ ଅନୁସାରେ ଇ‌ସ୍‌ହାକକୁ ଠିକ୍ ଆଠଦିନ ପରେ ସୁନ୍ନତ କଲେ।


ତା'ପରେ ଠିକ୍ ସେହି ଦିନ ଅବ୍ରହାମ ଇଶ୍ମାଏଲ ଓ ତାଙ୍କର ସମସ୍ତ ସେବକଗଣଙ୍କୁ ଏବଂ ଦାସଗଣଙ୍କୁ ଏକତ୍ରିତ କଲେ। ଅବ୍ରହାମ ମଧ୍ୟ କ୍ରୀତଦାସମାନଙ୍କୁ ଏକତ୍ରିତ କଲେ। ଅବ୍ରହାମ ପରିବାରର ସମସ୍ତ ପୁରୁଷଗଣ ଏକତ୍ରିତ ହେଲେ। ଏବଂ ସମସ୍ତେ ସୁନ୍ନତ ହେଲେ। ପରମେଶ୍ୱରଙ୍କ ବାକ୍ୟାନୁସାରେ ଅବ୍ରହାମ ସେମାନଙ୍କୁ ସୁନ୍ନତ କରାଇଲେ।


କିନ୍ତୁ ପ୍ରତ୍ୟେକ ଲୋକର ଦାସ ଯିଏ କିଣା ହୋଇଛି ସେ ଖାଇ ପାରିବ ଯଦି ସେ ସୁନ୍ନତ ହୋଇଥାଏ।


ତୁମ୍ଭମାନଙ୍କର ମେଷ, ଗୋବତ୍ସା ଇତ୍ୟାଦି ତାଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ତାଙ୍କର ମା ପାଖରେ ସାତ ଦିନ ରଖି ଅଷ୍ଟମ ଦିନରେ ମୋ'ଠାରେ ଉତ୍ସର୍ଗ କରିବ।


Swiv nou:

Piblisite


Piblisite