Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 17:16 - ପବିତ୍ର ବାଇବଲ

16 ମୁଁ ତାଙ୍କୁ ଆଶୀର୍ବାଦ କରିବି। ମୁଁ ତାଙ୍କ କୋଳରେ ଏକ ପୁତ୍ର ଦେବି। ଏବଂ ତୁମ୍ଭେ ତା'ର ପିତା ହେବ। ସେ ବହୁ ଜାତିର ଆଦିମାତା ହେବ। ଜାତିଗଣର ରାଜାମାନେ ତାଙ୍କଠାରୁ ଜନ୍ମ ନେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନାଦେଶୀୟ ରାଜଗଣ ଉତ୍ପନ୍ନ ହେବେ।

Gade chapit la Kopi

ଓଡିଆ ବାଇବେଲ

16 ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନାଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନା ଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।”

Gade chapit la Kopi




ଆଦି ପୁସ୍ତକ 17:16
17 Referans Kwoze  

ପରମେଶ୍ୱର ତାଙ୍କୁ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭର ପରିବାର ବହୁତ ବଡ଼ ହେବ। ତୁମ୍ଭର ପରିବାରରୁ ଅନେକ ଜାତିଗଣ ହେବ। ରାଜାମାନେ ତୁମ୍ଭ ଶରୀରରୁ ଆସିବେ।


ପୁଣି ରାଜାମାନେ ତୁମ୍ଭର ପାଳିତ ପିତା ହେବେ ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳିତା ମାତା ହେବେ, ସେମାନେ ନତମୁଖ ହୋଇ ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭର ପାଦର ଧୂଳି ଗ୍ଭଟିବେ; ତେଣୁ ଆମ୍ଭେ ଯେ ସଦାପ୍ରଭୁ ଓ ଯେ ଆମ୍ଭ ଉପରେ ବିଶ୍ୱାସ ରଖନ୍ତି, ସେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”


ଆମ୍ଭେ ତୁମ୍ଭକୁ ବହୁତ ବଂଶଧର କରିବୁ। ନୂଆ ଜାତି ଓ ନୂତନ ରାଜା ତୁମ୍ଭଠାରୁ ସୃଷ୍ଟି ହେବେ।


ମୁଁ ‘ସାରା’ ଭଳି ସ୍ତ୍ରୀଲୋକମାନଙ୍କ କଥା କହୁଛି। ସେ ନିଜ ପତି ଅବ୍ରହାମଙ୍କୁ ମାନିଲେ ଓ ତାହାଙ୍କୁ ମାଲିକ ବୋଲି ଡାକିଲେ। ତୁମ୍ଭେ ସମସ୍ତ ସ୍ତ୍ରୀଲୋକମାନେ, ଯଦି ଧାର୍ମିକ କାମ କର ଓ ନିର୍ଭୟ ରୁହ, ତା'ହେଲେ ସାରାର ପ୍ରକୃତ ସନ୍ତାନ ଅଟ।


ପରମେଶ୍ୱରଙ୍କ ପ୍ରତିଜ୍ଞା ଏହିପରି ଥିଲା: “ଉଚିତ୍ ସମୟ ଉପସ୍ଥିତ ହେଲେ ମୁଁ ଫେରିବି ଓ ସାରା ପୁତ୍ର ଜନ୍ମ କରିବ।”


ଯେତେବେଳେ ରିବିକା ସେହି ସ୍ଥାନ ଛାଡ଼ିଲେ ସେମାନେ ତାଙ୍କୁ ଆଶୀର୍ବାଦ କରି କହିଲେ, “ଆମ୍ଭର ଭଉଣୀ, ତୁମ୍ଭେ ସହସ୍ର ସହସ୍ର ଲୋକଙ୍କର ମାତା ହୁଅ। ଏବଂ ତୁମ୍ଭର ବଂଶଧରମାନେ ତାଙ୍କର ଶତ୍ରୁମାନଙ୍କୁ ପରାସ୍ତ କରି ତାଙ୍କର ନଗର ଅଧିକାର କରନ୍ତୁ।”


ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଙ୍କେତ ହେବ।


ସେଥିପାଇଁ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ ଏବଂ କହିଲେ, “ବହୁତ ସନ୍ତାନ-ସନ୍ତତି ସହ ଆଶୀର୍ବାଦ ପ୍ରାପ୍ତ ହୁଅ। ପୃଥିବୀରେ ଶାସନ କରି, ପୃଥିବୀକୁ ପରିପୂର୍ଣ୍ଣ କର। ଆଉ ଜଳରେ ଥିବା ମତ୍ସ୍ୟଗଣ ଉପରେ ଏବଂ ବୃହତ୍ ପ୍ରାଣୀଗଣ ଉପରେ ଏବଂ ପୃଥିବୀ ଉପରେ ଗମନକାରୀ ଭୂଚର ପ୍ରାଣୀଗଣ ଉପରେ ଶାସନ କର।”


ଅବ୍ରହାମଙ୍କ ଦାସୀପୁତ୍ର ଶାରୀରିକ ସ୍ୱଭାବର ପଦ୍ଧତିରେ ଜନ୍ମ ହେଲା। କିନ୍ତୁ ସ୍ୱାଧୀନ ସ୍ତ୍ରୀଠାରୁ ଯେଉଁ ପୁତ୍ରଟି ଜନ୍ମ ହେଲା, ପରମେଶ୍ୱର ଅବ୍ରହାମଙ୍କୁ ଦେଇଥିବା ପ୍ରତିଜ୍ଞା ଅନୁସାରେ ସେ ଜାତ ହେଲା।


ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ମୁଁ ତୁମ୍ଭ ସ୍ତ୍ରୀ ସାରୀର ଏକ ନୂତନ ନାମକରଣ କରିବି। ତାଙ୍କର ନୂତନ ନାମ ସାରା ହେବ।


ପରମେଶ୍ୱର କହିଲେ, “ନାଁ, ମୁଁ କହିଲି, ତୁମ୍ଭର ସ୍ତ୍ରୀ ସାରା, ପୁତ୍ର ଜନ୍ମ କରିବ। ତୁମ୍ଭେ ତା'ର ନାମ ଇ‌ସ୍‌ହାକ ରଖିବ। ମୁଁ ତାଙ୍କ ସହିତ ଚୁକ୍ତି କରିବି। ସେହି ଚୁକ୍ତି ତୁମ୍ଭର ବଂଶଧରମାନଙ୍କ ପାଇଁ ଚିରକାଳସ୍ଥାୟୀ ହେବ।


ସଦାପ୍ରଭୁ ସାରାଙ୍କଠାରେ କରିଥିବା ତାଙ୍କର ପ୍ରତିଜ୍ଞା ରକ୍ଷା କଲେ। ସେ ସାରାକୁ ଯାହା ପ୍ରତିଜ୍ଞା କରିଥିଲେ ତାଙ୍କ ପାଇଁ ସେପରି କଲେ।


ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ। ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ। ପୁଣି ଜ୍ୟେଷ୍ଠ କନିଷ୍ଠର ସେବା କରିବ।”


ଇସ୍ରାଏଲୀୟ ସନ୍ତାନମାନଙ୍କ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବରୁ, ସେହି ସମୟରେ ଇଦୋମରେ ରାଜାମାନେ ଥିଲେ।


ତା'ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଦେଖ ସେହି ଦାସଟି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ। ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”


Swiv nou:

Piblisite


Piblisite