Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 17:6 - ପବିତ୍ର ବାଇବଲ

6 ଆମ୍ଭେ ତୁମ୍ଭକୁ ବହୁତ ବଂଶଧର କରିବୁ। ନୂଆ ଜାତି ଓ ନୂତନ ରାଜା ତୁମ୍ଭଠାରୁ ସୃଷ୍ଟି ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀ ଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ।

Gade chapit la Kopi

ଓଡିଆ ବାଇବେଲ

6 ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀ ଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ।

Gade chapit la Kopi




ଆଦି ପୁସ୍ତକ 17:6
15 Referans Kwoze  

“ଏହା ହେଉଛି ତୁମ୍ଭ ସହିତ ମୋର ଚୁକ୍ତିର ଏକ ଅଂଶ। ମୁଁ ତୁମ୍ଭକୁ ବହୁଜାତିର ପିତା କରିବି।


ପରମେଶ୍ୱର ତାଙ୍କୁ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭର ପରିବାର ବହୁତ ବଡ଼ ହେବ। ତୁମ୍ଭର ପରିବାରରୁ ଅନେକ ଜାତିଗଣ ହେବ। ରାଜାମାନେ ତୁମ୍ଭ ଶରୀରରୁ ଆସିବେ।


ମୁଁ ତାଙ୍କୁ ଆଶୀର୍ବାଦ କରିବି। ମୁଁ ତାଙ୍କ କୋଳରେ ଏକ ପୁତ୍ର ଦେବି। ଏବଂ ତୁମ୍ଭେ ତା'ର ପିତା ହେବ। ସେ ବହୁ ଜାତିର ଆଦିମାତା ହେବ। ଜାତିଗଣର ରାଜାମାନେ ତାଙ୍କଠାରୁ ଜନ୍ମ ନେବେ।”


ମଧ୍ୟ ଯିରୁଶାଲମରେ ପରାକ୍ରାନ୍ତ ରାଜଗଣ ଥିଲେ। ସେମାନେ ନଦୀ ସେପାରିସ୍ଥ ତାବତ୍ ଦେଶରେ ରାଜତ୍ୱ କଲେ। ଆଉ ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।


“ମୁଁ ଇଶ୍ମାଏଲ ବିଷୟରେ ତୁମ୍ଭର ଅନୁରୋଧ ଶୁଣିଛି। ମୁଁ ତାଙ୍କୁ ଆଶୀର୍ବାଦ କରିବି। ତା'ର ବହୁ ସନ୍ତାନ ଜନ୍ମ ହେବେ। ତାହାଠାରୁ ବାର ଜଣ ଅଧିପତି ଜନ୍ମ ନେବେ ତାଙ୍କର ପରିବାର ଏକ ବିରାଟ ଜାତି ହେବ।


ପୁଣି ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରିହୋବୋତ୍ ରଖିଲେ। “ସଦାପ୍ରଭୁ ଆମ୍ଭଙ୍କୁ ରହିବା ପାଇଁ ଯଥେଷ୍ଟ ସ୍ଥାନ ଦେଇଛନ୍ତି। ଆମ୍ଭେ ଏହି ଦେଶରେ ବୃଦ୍ଧି ପାଇବା।”


ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ଅନେକ ଜନସମାଜ ହେବା ପାଇଁ ଯଥେଷ୍ଟ ବଂଶଧର କରନ୍ତୁ।


ଯୋଷେଫ ତାଙ୍କର ଦ୍ୱିତୀୟ ପୁତ୍ରର ନାମ ଦେଲେ ଇଫ୍ରୟିମ କାରଣ ସେ କହିଲେ, “ମୋହର ଦୁଃଖ ଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।”


ସେ ସମୟରେ ଇସ୍ରାଏଲ (ଯାକୁବ) ମିଶରରେ ଗୋଶନ ପ୍ରଦେଶରେ ବାସ କଲେ। ସେଠାରେ ଇସ୍ରାଏଲମାନେ ସଫଲ ହେଲେ ଏବଂ ସେମାନଙ୍କର ପରିବାରସବୁ ବୃଦ୍ଧି ପାଇଲା।


“ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେବା, ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା, ଆଉ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା।


ପୃଥିବୀରେ ଧୂଳିପରି ମୁଁ ତୁମ୍ଭର ବଂଶ ବୃଦ୍ଧି କରାଇବି। ଯଦି କେହି ପୃଥିବୀର ଧୂଳି ଗଣିପାରେ ତେବେ ସେ ତୁମ୍ଭର ବଂଶର ଲୋକମାନଙ୍କୁ ଗଣି ପାରିବ।


ଏହା ପରେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ସର୍ବଶକ୍ତିମାନ ପରମେଶ୍ୱର କିଣାନ ଦେଶର ଲୁସ୍ ନାମକ ସ୍ଥାନରେ ମୋତେ ଦର୍ଶନ ଦେଲେ, ପରମେଶ୍ୱର ସେଠାରେ ମୋତେ ଆଶୀର୍ବାଦ କଲେ।


ପରମେଶ୍ୱର ମୋତେ କହିଲେ, ‘ଦେଖ, ମୁଁ ତୁମ୍ଭର ପରିବାରକୁ ବୃଦ୍ଧି କରିବି ଓ ତୁମ୍ଭଠାରୁ ନାନା ଜନସମାଜ ସୃଷ୍ଟି କରିବି। ତୁମ୍ଭର ବଂଶଧରକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବି।’


Swiv nou:

Piblisite


Piblisite