Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 2:3 - ପବିତ୍ର ବାଇବଲ

3 ତା'ପରେ ପରମେଶ୍ୱର ଏହି ଦିନଟିକୁ ଆଶୀର୍ବାଦ କଲେ ଏବଂ ଏହାକୁ ଏକ ପବିତ୍ର ଦିନ କଲେ। କାରଣ ପରମେଶ୍ୱର ସମସ୍ତ ସୃଷ୍ଟି କରି ସାରିଲା ପରେ ବିଶ୍ରାମ ନେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ପରମେଶ୍ଵର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ଵର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।

Gade chapit la Kopi




ଆଦି ପୁସ୍ତକ 2:3
22 Referans Kwoze  

“ଛଅ ଦିନ କାମ କରାଯିବ, ମାତ୍ର ସପ୍ତମ ଦିନ, ବିଶ୍ରାମ ଦିନ। ଅର୍ଥାତ୍ ପବିତ୍ର ସଭା ହେବ। ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ। ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ।


ତା'ପରେ ଯୀଶୁ ଫାରୂଶୀମାନଙ୍କୁ କହିଲେ, “ଲୋକଙ୍କୁ ସାହାଯ୍ୟ କରିବା ପାଇଁ ବିଶ୍ରାମ ଦିବସ ସୃଷ୍ଟି ହୋଇଛି। ବିଶ୍ରାମ ଦିବସ ଦ୍ୱାରା ପରିଗ୍ଭଳିତ ହେବା ପାଇଁ ମନୁଷ୍ୟ ସୃଷ୍ଟି ହୋଇ ନାହିଁ।


ଏବଂ ମୁଁ ସେମାନଙ୍କୁ ମୋର ବିଶ୍ରାମ ଦିନ ବିଷୟରେ ସବୁ କହିଲି। ଏହା ମୋର ଓ ସେମାନଙ୍କ ମଧ୍ୟରେ ଚୁକ୍ତିର ଚିହ୍ନ ସ୍ୱରୂପ ଯେଉଁଥିପାଇଁ ସେମାନେ ହୁଏତ ଜାଣିପାରନ୍ତି ଯେ, ମୁଁ ସଦାପ୍ରଭୁ ସେମାନଙ୍କୁ ପବିତ୍ର କଲି।


ତା'ପରେ ସେହି ସ୍ତ୍ରୀ ଲୋକମାନେ ଯୀଶୁଙ୍କ ଶରୀରରେ ଲଗାଇବା ପାଇଁ ସୁଗନ୍ଧିତ ଦ୍ରବ୍ୟ ପ୍ରସ୍ତୁତ କରିବାକୁ ସେଠାରୁ ଗ୍ଭଲିଗଲେ। ବିଶ୍ରାମ ଦିବସରେ ସେମାନେ ବିଶ୍ରାମ ନେଲେ। କାରଣ ମୋଶାଙ୍କ ନିୟମ ଲୋକମାନଙ୍କୁ ଏହା କରିବାକୁ ଆଜ୍ଞା ଦେଇଥାଏ।


“ତୁମ୍ଭେମାନେ ଛଅ ଦିନ କାମ କରିବ। କିନ୍ତୁ ସପ୍ତମ ଦିନ ତୁମ୍ଭେମାନେ ବିଶ୍ରାମ ନେବ। ତୁମ୍ଭେମାନେ ଏପରିକି ଶସ୍ୟ ବୁଣା ଏବଂ ଶସ୍ୟଅମଳ ସମୟରେ ଏହି ନିୟମ ପାଳନ କରିବ।


ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ। ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା ଓ ବିଧି ବ୍ୟବସ୍ଥା ଆଦେଶ କଲ।


“ଛଅ ଦିନ ଧରି କାର୍ଯ୍ୟ କର ଏବଂ ସପ୍ତମ ଦିନରେ ବିଶ୍ରାମ କର। ଏପରି ମଧ୍ୟ ତୁମ୍ଭମାନଙ୍କର ଦାସମାନଙ୍କ ପାଇଁ ଏବଂ ବିଦେଶୀମାନଙ୍କ ପ୍ରତି ଏହିପରି କର ଏବଂ ତୁମ୍ଭମାନଙ୍କର ଗୋରୁ ଏବଂ ଗଧମାନଙ୍କ ପାଇଁ ମଧ୍ୟ ଏପରି କରିବ। ସେମାନଙ୍କ ପାଇଁ ସପ୍ତମ ଦିନଟି ବିଶ୍ରାମ ଦେବ।


ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ୍ କରେ, ପୁଣି ତାହା ଦୁଃଖ ନିବାରଣ କରେ।


ସପ୍ତମ ଦିନରେ, ପରମେଶ୍ୱର ସୃଷ୍ଟିର ପ୍ରତ୍ୟେକ କାର୍ଯ୍ୟ ସମାପ୍ତ କଲେ। ସେଥିପାଇଁ ସପ୍ତମ ଦିନରେ ପରମେଶ୍ୱର ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ ନେଲେ।


ଏହା ହେଲା ପୃଥିବୀ ଓ ଆକାଶମଣ୍ଡଳର ଇତିହାସ। ଯେଉଁ ସମୟରେ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ, ଏହା ସେହି ସମୟର ଇତିହାସ।


ପରମେଶ୍ୱର ଆପଣା ନିର୍ମିତ ସମସ୍ତ ବସ୍ତୁ ପ୍ରତି ଦୃଷ୍ଟି ଦେଲେ। ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା। ଏହା ପରେ ସନ୍ଧ୍ୟା ଓ ତା'ପରେ ସକାଳ ହେଲା। ଏହା ଷଷ୍ଠ ଦିବସ ଥିଲା।


Swiv nou:

Piblisite


Piblisite