Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 20:7 - ପବିତ୍ର ବାଇବଲ

7 ତେଣୁ ତୁମ୍ଭେ ଅବ୍ରହାମଙ୍କୁ ପୁନରାୟ ତାଙ୍କ ସ୍ତ୍ରୀଙ୍କୁ ତାଙ୍କୁ ଫେରାଇଦିଅ। ଅବ୍ରହାମ ଜଣେ ଭବିଷ୍ୟ‌ଦ୍‌ବକ୍ତା। ସେ ତୁମ୍ଭ ପାଇଁ ପ୍ରାର୍ଥନା କରିବ। ତୁମ୍ଭେ ବଞ୍ଚି ରହିବ। ତୁମ୍ଭେ ଯଦି ସାରାକୁ ନ ଫେରାଅ ତେବେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରି କହୁଛି ତୁମ୍ଭେ ମରିବ। ଏବଂ ତୁମ୍ଭର ପରିବାର ତୁମ୍ଭ ସହିତ ମୃତ୍ୟୁବରଣ କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯେବେ ତାକୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।

Gade chapit la Kopi

ଓଡିଆ ବାଇବେଲ

7 ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍‍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍‍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”

Gade chapit la Kopi




ଆଦି ପୁସ୍ତକ 20:7
42 Referans Kwoze  

ତେଣୁ ବର୍ତ୍ତମାନ ଇଲୀଫସ୍ ସାତୋଟି ଷଣ୍ଢ ଓ ସାତୋଟି ମେଣ୍ଢା ନେଇ ମୋ’ ଭୃତ୍ୟ ଆୟୁବ ପାଖକୁ ଯାଅ। ତାହା ବଧ କରି ନିଜ ପାଇଁ ହୋମବଳି ପରି ଉତ୍ସର୍ଗ କର। ଆମ୍ଭ ଦାସ ଆୟୁବ ତୁମ୍ଭ ପାଇଁ ପ୍ରାର୍ଥନା କରିବ ଏବଂ ଆମ୍ଭେ ପ୍ରାର୍ଥନାର ଉତ୍ତର ଦେବା। ତା'ପରେ ଆମ୍ଭେ ତୁମ୍ଭକୁ ଦଣ୍ଡ ଦେବା ନାହିଁ, ଯାହାର ତୁମ୍ଭେ ହକଦାର। ତୁମ୍ଭେ ଦଣ୍ଡ ପାଇବା ଉଚିତ୍, କାରଣ ତୁମ୍ଭେ ଅତି ନିର୍ବୋଧ। ତୁମ୍ଭେ ଆମ୍ଭ ବିଷୟରେ ଉଚିତ୍ କଥା କହି ନାହଁ। କିନ୍ତୁ ଆମ୍ଭର ଭୃତ୍ୟ ଆୟୁବ ଆମ୍ଭ ବିଷୟରେ ଉଚିତ୍ କଥା କହିଛି।”


ଶାମୁୟେଲ କହିଲେ, “ଇସ୍ରାଏଲୀୟମାନେ ତୁମ୍ଭେମାନେ ସମସ୍ତେ ମି‌ସ୍‌ପୀରେ ମିଳିତ ହୁଅ। ମୁଁ ତୁମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି।”


ବିବାହକୁ ସବୁଲୋକଙ୍କ ଦ୍ୱାରା ସମ୍ମାନ ମିଳିବା ଆବଶ୍ୟକ। ପ୍ରତ୍ୟେକ ବିବାହକୁ କେବଳ ଦୁଇ ଜଣଙ୍କ ଭିତରେ ନିର୍ଦ୍ଦିଷ୍ଟ ରଖିବା ଉଚିତ୍। ଯେଉଁମାନେ ଯୌନଗତ ପାପ ଓ ବ୍ୟଭିଗ୍ଭର କରୁଛନ୍ତି ପରମେଶ୍ୱର ସେମାନଙ୍କୁ ଦୋଷୀ ବୋଲି ବିଗ୍ଭର କରିବେ।


ପୁଣି ଦାଉଦ ସେହି ସଂହାରକ ଦୂତକୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି। ମାତ୍ର ଏହି ମେଷଗଣ କ’ଣ କଲେ? ବିନୟ କରୁଅଛି ତୁମ୍ଭ ହସ୍ତ ମୋ’ ପ୍ରତିକୂଳରେ ଓ ମୋ’ ପିତୃଗୃହର ପ୍ରତିକୂଳରେ ହେଉ।”


ସଦାପ୍ରଭୁ ସେହି ରାଜାମାନଙ୍କୁ କହିଲେ, “ଆମ୍ଭର ମନୋନୀତ ବ୍ୟକ୍ତିଙ୍କୁ ସ୍ପର୍ଶ କର ନାହିଁ। ଆମ୍ଭର ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ଆଘାତ କର ନାହିଁ।”


ମାତ୍ର ନାମାନ୍ କ୍ରୁଦ୍ଧ ହୋଇ ଗ୍ଭଲିଗଲେ। ସେ କହିଲେ “ମୁଁ ଭାବିଥିଲି ସେ ବାହାରି ଆସି ଥା’ନ୍ତା ଏବଂ ତାଙ୍କ ସଦାପ୍ରଭୁଙ୍କ ନାମରେ ଡାକି ଥା’ନ୍ତା ଏବଂ ସଂକ୍ରମିତ ଚର୍ମ ଉପରେ ତାଙ୍କ ହାତ ରଖି ମୋତେ ଆରୋଗ୍ୟ କରିଥା’ନ୍ତା।


ଯଦି କେହି ନିଜ ଭାଇକୁ କିମ୍ବା ଭଉଣୀକୁ ଏଭଳି ପାପ କରୁଥିବାର ଦେଖେ ଆଉ ସେହି ପାପ ମୃତ୍ୟୁଜନକ, ତେବେ ସେ ପାପ କରୁଥିବା ନିଜ ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରାର୍ଥନା କରିବା ଉଚିତ୍। ତହିଁରେ ପରମେଶ୍ୱର ସେମାନଙ୍କୁ ଜୀବନ ପ୍ରଦାନ କରିବେ। ମୁଁ ଏପରି ଲୋକମାନଙ୍କ ବିଷୟରେ କହୁଛି, ଯେଉଁମାନେ ଏପରି ପାପରେ ଲିପ୍ତ ଅଛନ୍ତି ଯାହା ସେମାନଙ୍କୁ ଅନନ୍ତ ମୃତ୍ୟୁ ପାଖକୁ ନେଇ ଯାଇପାରିବ ନାହିଁ। ଏପରି ପାପ ମଧ୍ୟ ଅଛି, ଯାହାର ପରିଣାମ ମୃତ୍ୟୁ ଅଟେ। ମୁଁ ତୁମ୍ଭମାନଙ୍କୁ ସେହିପରି ପାପ ବିଷୟରେ ପ୍ରାର୍ଥନା କରିବା ପାଇଁ କହୁ ନାହିଁ।


ଅତୀତରେ ପରମେଶ୍ୱର ଆମ୍ଭ ଲୋକମାନଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ଭାବରେ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ମାଧ୍ୟମରେ କଥା କହିଥିଲେ।


ଯେଉଁ ଲୋକକୁ ବିଭିନ୍ନ ଭାଷାରେ କହିବା ଶକ୍ତି ପ୍ରାପ୍ତ ହୋଇଛି, ସେ ନିଜକୁ ନିଷ୍ଠା ଜନ୍ମାଏ; କିନ୍ତୁ ଯେଉଁ ଲୋକ ଭାବବାଣୀ କହେ, ସେ ମଣ୍ଡଳୀର ନିଷ୍ଠା ଜନ୍ମାଏ।


ମୁଁ ଯେତେବେଳେ କୌଣସି ଦୁଷ୍ଟ ଲୋକକୁ କହିବି, ‘ହେ ଦୁଷ୍ଟଲୋକ, ତୁମ୍ଭେ ନିଶ୍ଚୟ ମରିବ।’ ସେତେବେଳେ ତୁମ୍ଭେ ଯଦି ତାକୁ ସଚେତନ ନ କର ଓ ସେ ତାହାର ଜୀବନ ପଥ ପରିବର୍ତ୍ତନ ନ କରେ, ତେବେ ସେହି ଦୁଷ୍ଟଲୋକ ନିଜ ପାପରେ ମରିବ। ମୁଁ ତାହାର ରକ୍ତର ପ୍ରତିଶୋଧ ତୁମ୍ଭ ଉପରେ ନେବି।


ଯଦି ଆମ୍ଭେ ସେହି ଦୁଷ୍ଟ ଲୋକଟିକୁ କହୁ, ‘ତୁମ୍ଭେ ନିଶ୍ଚିତ ଭାବରେ ମରିବ।’ ଏବଂ ଯଦି ତୁମ୍ଭେ ସେହି ଦୁଷ୍ଟ ଲୋକର କୁକର୍ମରୁ ତା'ର ଜୀବନ ରକ୍ଷା କରିବା ପାଇଁ ସତର୍କ କରିବ ନାହିଁ, ସେପରି ଦୁଷ୍ଟ ଲୋକ ତା'ର ପାପ ପାଇଁ ମରିବ କିନ୍ତୁ ତା'ର ମୃତ୍ୟୁ ପାଇଁ ମୁଁ ତୁମ୍ଭକୁ ଦାୟୀ କରିବି।


ଆଉ ଯଦି ସେମାନେ ଭବିଷ୍ୟ‌ଦ୍‌ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କଠାରେ ଥାଏ, ତେବେ ସେମାନେ ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୁଶାଲମରେ ଯେଉଁ ସମସ୍ତ ପାତ୍ର ଅବଶିଷ୍ଟ ଅଛି ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁଙ୍କୁ ବିନତି କରନ୍ତୁ।


ଅନନ୍ତର ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ଯଦିଓ ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୋଇ ଯିହୁଦାର ଲୋକମାନଙ୍କ ପାଇଁ ପ୍ରାର୍ଥନା କରନ୍ତି, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପାଇଁ ଅନୁକୂଳ ନୁହେଁ। ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର। ସେମାନଙ୍କୁ ବାହାରି ଯିବାକୁ କୁହ।


ଆହୁରି ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ମଙ୍ଗଳ ପ୍ରାର୍ଥନା କର ନାହିଁ।


ସଦାପ୍ରଭୁ ସର୍ବଦା ଗୁପ୍ତ ବିଷୟ ସବୁ ତାଙ୍କର ଅନୁଯୋଗୀମାନଙ୍କୁ କୁହନ୍ତି। ସେ ତାଙ୍କର ବ୍ୟବସ୍ଥା ସବୁ ସେମାନଙ୍କୁ ନିୟମ ପ୍ରଦାନ କରନ୍ତି।


ପରମେଶ୍ୱର ଅନ୍ୟମାନଙ୍କଠାରୁ ନେତାମାନଙ୍କୁ ଭଲ ପାଆନ୍ତି ନାହିଁ। ଏବଂ ପରମେଶ୍ୱର ଧନୀ ଲୋକମାନଙ୍କୁ ଗରିବ ଲୋକମାନଙ୍କଠାରୁ ଅଧିକ ଭଲ ପାଆନ୍ତି ନାହିଁ। କାରଣ ପରମେଶ୍ୱର ସମସ୍ତଙ୍କୁ ସୃଷ୍ଟି କରିଛନ୍ତି।


ତା'ପରେ ରାଜା ଯାରବିୟାମ ପରମେଶ୍ୱରଙ୍କ ଲୋକକୁ ନିବେଦନ କରି କହିଲେ, “ତୁମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ମୋରବାହୁର ଆରୋଗ୍ୟ ପାଇଁ ପ୍ରାର୍ଥନା କର।” ତେଣୁ ପରମେଶ୍ୱରଙ୍କ ଲୋକ ପ୍ରାର୍ଥନା କଲେ, ରାଜାଙ୍କର ପକ୍ଷାଘାତ ବାହୁ ଭଲ ହୋଇଗଲା।


ମୋ’ ପକ୍ଷରେ, ମୁଁ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହେବି ନାହିଁ। ଯଦି ମୁଁ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରିବା ବନ୍ଦ କରି ଦେବି, ତେବେ ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି। ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସ‌‌ତ୍‌‌ଶିକ୍ଷା ଦେବା ଗ୍ଭଲୁ ରଖିବି।


ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, “ଆମ୍ଭେମାନେ ଯେପରି ନ ମରୁ ସେଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଅନେକ ଥର ପାପ କରିଅଛୁ ଏବଂ ବର୍ତ୍ତମାନ ଆମ୍ଭେମାନେ ରାଜାଙ୍କୁ ମାଗି ପାପକୁ ବଢ଼େଇ ଦେଉଛୁ।”


ଇସ୍ରାଏଲୀୟମାନେ ଶାମୁୟେଲଙ୍କୁ କହିଲେ, “ଆମ୍ଭମାନଙ୍କ ପାଇଁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ବନ୍ଦ କର ନାହିଁ, ପଲେଷ୍ଟୀୟଙ୍କ କବଳରୁ ଆମକୁ ରକ୍ଷା କରିବାକୁ ପରମେଶ୍ୱରଙ୍କୁ ଗୁହାରି କର।”


ତା'ପରେ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ କରିବ। ତେଣୁ ସେ ଯେଉଁ କର୍ମ ଯୋଗୁଁ ଦୋଷୀ ହୋଇଥିବ ସେଥିରୁ କ୍ଷମା ପ୍ରାପ୍ତ ହେବ।”


ଏହି ଦୋଷଗୁଡ଼ିକ ମଧ୍ୟରୁ ଯେକୌଣସି ଗୋଟିଏ କରେ ସେ ପାପୀ ବୋଲି ବିବେଚିତ ହୁଏ। ସେ ନିଶ୍ଚୟ ଫେରାଇଦେବ, ଯାହାକିଛି ସେ ଗ୍ଭେରି କରିଛି କିମ୍ବା ଅନ୍ୟାୟ ଭାବରେ ହରଣ କରିଛି କିମ୍ବା ତାକୁ କିଛି ବିଶ୍ୱାସରେ ଦିଆଯାଇଛି କିମ୍ବା କିଛି ଗୋଟେ ଅଧିକାର କରିଥିବା ଦ୍ରବ୍ୟ ଯାହାକି ହଜି ଯାଇଛି।


କିନ୍ତୁ ମୋଶାଙ୍କ ଶ୍ୱଶୁର ତାଙ୍କୁ କହିଲେ, “ତୁମ୍ଭର ଏପ୍ରକାର କର୍ମ କରିବା ଠିକ୍ ନୁହେଁ।


ସଦାପ୍ରଭୁ ମୋଶାଙ୍କୁ କହିଲେ, “ମୁଁ ତୁମ୍ଭଙ୍କୁ ଫାରୋଙ୍କ ନିକଟରେ ପରମେଶ୍ୱର ତୁଲ୍ୟ କରିଅଛି। ଏବଂ ତୁମ୍ଭର ଭାଇ ହାରୋଣ ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତା ହେବ।


ତୁମ୍ଭ ପାଇଁ ହାରୋଣ ଲୋକମାନଙ୍କୁ କହିବ। ତୁମ୍ଭେ ତା’ ପାଇଁ ପରମେଶ୍ୱର ପରି ଏବଂ ସେ ତୁମ୍ଭର ପ୍ରବକ୍ତା


ମାତ୍ର ସଦାପ୍ରଭୁ ଫାରୋ ଏବଂ ତାଙ୍କ ପରିବାର ପ୍ରତି ଭୟଙ୍କର ମହାମାରୀ ଦ୍ୱାରା ଶାସ୍ତି ବିଧାନ କଲେ, ଅବ୍ରାମଙ୍କ ସ୍ତ୍ରୀ ସାରୀଙ୍କ କାରଣରୁ।


ଏହା ପରେ ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କଲେ। ଏହା ପରେ ସେହି ସ୍ତ୍ରୀଲୋକଟିକୁ ଫାରୋଙ୍କ ଗୃହକୁ ଅଣାଗଲା।


କିନ୍ତୁ ସତ୍ ଓ ଅସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ। ଯଦି ତୁମ୍ଭେ ସେହି ବୃକ୍ଷର ଫଳ ଖାଇବ ତୁମ୍ଭେ ସେହି ଦିନ ମରିବ!”


ଶିମୋନ ଉତ୍ତର ଦେଲା, “ତୁମ୍ଭେ କହିଥିବା କୌଣସି କଥା ଯେପରି ମୋ’ ପ୍ରତି ଘଟିବ ନାହିଁ, ସେଥିପାଇଁ ତୁମ୍ଭେ ଦୁହେଁ ମୋ’ ପାଇଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।”


କିନ୍ତୁ ଏକ ରାତିରେ, ପରମେଶ୍ୱର ଅବିମେଲକକୁ ସ୍ୱପ୍ନରେ କହିଲେ, “ତୁମ୍ଭେ ମରିବ, ତୁମ୍ଭେ ଯେଉଁ ସ୍ତ୍ରୀଲୋକକୁ ଆଣିଛ ସେ ବିବାହିତା।”


ତେଣୁ ତା’ ପରଦିନ ପ୍ରଭାତରୁ ଅବିମେଲକ ତାଙ୍କର ଦାସମାନଙ୍କୁ ଡାକିଲେ ଏବଂ ତାଙ୍କର ସ୍ୱପ୍ନ ବିଷୟରେ କହିଲେ। ଦାସମାନେ ଭୟରେ ଥରିଲେ।


“ହେ ପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ପରମେଶ୍ୱରଙ୍କର ଏକମାତ୍ର ପରାକ୍ରାନ୍ତ। ତୁମ୍ଭେ ଆମ୍ଭମାନଙ୍କ କବର ସ୍ଥାନରେ ଯେକୌଣସି ସ୍ଥାନରେ କବର ଦେଇ ପାରିବ। ତୁମ୍ଭର ସ୍ତ୍ରୀଙ୍କ କବର ପାଇଁ ଆମ୍ଭେ କେହି ଅଟକାଇବୁ ନାହିଁ।”


ଇଫ୍ରୟିମ, ମନଃଶି, ଇଷାଖର ଓ ସବୂଲୂନର ଅନେକ ଲୋକ ନିଜକୁ ଯଥାର୍ଥରୂପେ ନିସ୍ତାରପର୍ବ ନିମନ୍ତେ ପ୍ରସ୍ତୁତ କରି ନ ଥିଲେ। ସେମାନେ ନିସ୍ତାରପର୍ବକୁ ଯଥାର୍ଥରୂପେ ଯେପରି ମୋଶାଙ୍କ ବ୍ୟବସ୍ଥା ନିୟମରେ କୁହାଯାଇଥିଲା, ସେହିପରି ପାଳନ କଲେ ନାହିଁ। କିନ୍ତୁ ହିଜକିୟ ସେହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ। ହିଜକିୟ ଏହି ପ୍ରକାରେ ପ୍ରାର୍ଥନା କଲେ, “ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମଙ୍ଗଳକାରୀ ଅଟ। ଏହି ଲୋକମାନେ ପ୍ରକୃତରେ ଯଥାର୍ଥ ରୂପେ ତୁମ୍ଭର ଉପାସନା କରିବାକୁ ଗ୍ଭହିଁଥିଲେ, କିନ୍ତୁ ସେମାନେ ବ୍ୟବସ୍ଥା ନିୟମାନୁଯାୟୀ ନିଜକୁ ପରିଷ୍କୃତ କରି ପାରିଲେ ନାହିଁ। ଦୟାକରି କରୁଣା ପ୍ରଦର୍ଶନ କର ଓ ସେହି ଲୋକମାନଙ୍କୁ କ୍ଷମା କର। ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଯାହାଙ୍କୁ ମାନିଥିଲେ ତୁମ୍ଭେ ସେହି ପରମେଶ୍ୱର ଅଟ।”


Swiv nou:

Piblisite


Piblisite