Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 21:9 - ପବିତ୍ର ବାଇବଲ

9 ହାଗାରର ପୁଅ ଖେଳୁଥିବାର ସାରା ଦେଖିଲେ। ଯାହା ହାଗାର ମିଶରୀୟ ଏହି ପୁତ୍ର ଅବ୍ରହାମଙ୍କ ଦ୍ୱାରା ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଅନନ୍ତର ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯେଉଁ ପୁତ୍ର ଜନ୍ମ କରିଥିଲା, ସାରା ଦେଖିଲା, ସେ ପରିହାସ କରୁଅଛି।

Gade chapit la Kopi

ଓଡିଆ ବାଇବେଲ

9 ଏଥିଉତ୍ତାରେ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯେଉଁ ପୁତ୍ର ଜନ୍ମ କରିଥିଲା, ସାରା ଦେଖିଲା, ସେ ପରିହାସ କରୁଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯେଉଁ ପୁତ୍ର ଜନ୍ମ କରିଥିଲା, ସାରା ଦେଖିଲା, ସେ ପରିହାସ କରୁଅଛି।

Gade chapit la Kopi




ଆଦି ପୁସ୍ତକ 21:9
19 Referans Kwoze  

ହାଗାର ଅବ୍ରାମଙ୍କର ପୁତ୍ରକୁ ଜନ୍ମ ଦେଲା ଏବଂ ଅବ୍ରାମ ତା'ର ନାମ ଇଶ୍ମାଏଲ ଦେଲେ।


ଶାସ୍ତ୍ର କୁହେ, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ। ଗୋଟିଏ ପୁଅର ମା ଜଣେ ଦାସୀ। ଅନ୍ୟଟିର ମା ଜଣେ ସ୍ୱାଧୀନା ସ୍ତ୍ରୀ।


ଅବ୍ରାମଙ୍କର ସ୍ତ୍ରୀ ସାରୀ ନିଃସନ୍ତାନ ଥିଲେ। ତାଙ୍କର ଗୋଟିଏ ହାଗାର ନାମ୍ନୀ ମିଶର ଦେଶୀୟ ଦାସୀ ଥିଲା।


ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୁଶାଲମ ଆପଣା ପୂର୍ବକାଳର ରମଣୀୟ ଦିନସବୁ ସ୍ମରଣ କରୁଅଛି; ଯେତେବେଳେ ତା'ର ଲୋକମାନେ ଶତ୍ରୁମାନଙ୍କ ଦ୍ୱାରା କବଳିତ ହେଲେ, କେହି ସେମାନଙ୍କୁ ସାହାଯ୍ୟ କରିବାକୁ ଆସିଲେ ନାହିଁ, ସେତେବେଳେ ତା'ର ଶତ୍ରୁଗଣ ସେମାନଙ୍କର ଧ୍ୱଂସାବସ୍ଥା ଦେଖି ସେମାନଙ୍କୁ ଉପହାସ କଲେ।


ଏପରିକି ଜଣେ ଛୋଟ ପିଲା କରୁଥିବା କର୍ମରୁ ଜଣାଯାଏ, ଯଦିବା ସେ ଯାହା କରେ ତାହା ନିର୍ମଳ ଏବଂ ସରଳ।


ମୋର ଶତ୍ରୁମାନେ ନିରନ୍ତର ମୋତେ ଅପମାନିତ କରନ୍ତି ଓ ଏକ ଶକ୍ତ ଗ୍ଭପୁଡ଼ା ଦିଅନ୍ତି, ଯେତେବେଳେ ସେମାନେ ମୋତେ ପଗ୍ଭରନ୍ତି, “ତୁମ୍ଭର ପରମେଶ୍ୱର କେଉଁଠାରେ ଅଛନ୍ତି? ସେ କ’ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?”


କିନ୍ତୁ ମୁଁ ଗୋଟିଏ କୀଟ, ବ୍ୟକ୍ତି ନୁହେଁ, ଲୋକମାନେ ମୋ’ ପାଇଁ ଲଜ୍ଜିତ ହୁଅନ୍ତି ଓ ମୋତେ ଅବଜ୍ଞା କରନ୍ତି।


କିନ୍ତୁ ଲୋକମାନେ ପରମେଶ୍ୱରଙ୍କ ଦୂତମାନଙ୍କୁ ପରିହାସ କଲେ। ସେମାନେ ପରମେଶ୍ୱରଙ୍କ ବାର୍ତ୍ତାକୁ ଘୃଣା କଲେ। ସେମାନେ ପରମେଶ୍ୱରଙ୍କର ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଏପରି ପରିହାସ କଲେ, ଯେପର୍ଯ୍ୟନ୍ତ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ପ୍ରତି କ୍ରୋଧ କରି ନାହାନ୍ତି। ତାକୁ ପ୍ରଶମିତ କରିବା ନିମନ୍ତେ କୌଣସି ବିଷୟ ନ ଥିଲା।


ବାର୍ତ୍ତାବାହକମାନେ ଇଫ୍ରୟିମ ଓ ମନଃଶି ଅଞ୍ଚଳର ପ୍ରତ୍ୟେକ ସହରକୁ ଗଲେ। ସେମାନେ ସବୂଲୂନର ଅଞ୍ଚଳ ପର୍ଯ୍ୟନ୍ତ ମଧ୍ୟ ଗଲେ। କିନ୍ତୁ ଲୋକମାନେ ବାର୍ତ୍ତାବାହକମାନଙ୍କ ପ୍ରତି ଅଟ୍ଟହାସ୍ୟ ଓ ବିଦ୍ରୂପ କଲେ।


କେତେ ଲୋକ ହାସ୍ୟର ପାତ୍ର ହେଲେ ଓ କୋରଡ଼ା ଆଘାତ ପାଇଲେ। ଅନ୍ୟମାନେ ବନ୍ଧା ହେଲେ, ଓ ବନ୍ଦୀଘରେ ରଖା ଗଲେ।


“ମୁଁ ଇଶ୍ମାଏଲ ବିଷୟରେ ତୁମ୍ଭର ଅନୁରୋଧ ଶୁଣିଛି। ମୁଁ ତାଙ୍କୁ ଆଶୀର୍ବାଦ କରିବି। ତା'ର ବହୁ ସନ୍ତାନ ଜନ୍ମ ହେବେ। ତାହାଠାରୁ ବାର ଜଣ ଅଧିପତି ଜନ୍ମ ନେବେ ତାଙ୍କର ପରିବାର ଏକ ବିରାଟ ଜାତି ହେବ।


“କିନ୍ତୁ ବର୍ତ୍ତମାନ ଯେଉଁମାନେ ମୋ'ଠାରୁ ବୟସରେ ସାନ ସେମାନେ ମଧ୍ୟ ମୋତେ ପରିହାସ କରୁଛନ୍ତି। ଆଉ ସେମାନଙ୍କ ପିତାଗଣ ଏଭଳି ଅଯୋଗ୍ୟ ଯେ ମୁଁ ସେମାନଙ୍କୁ ମୋ’ ମେଣ୍ଢା ପଲ ଜଗୁଥିବା କୁକୁରମାନଙ୍କ ସହିତ ରଖାଇବି ନାହିଁ।


ଯେତେବେଳେ ଇ‌ସ୍‌ହାକ ଯଥେଷ୍ଟ ବଡ଼ ହେଲେ ଖାଦ୍ୟ ଖାଇବା ଆରମ୍ଭ କଲେ। ତେଣୁ ଅବ୍ରହାମ ଏକ ବିରାଟ ଭୋଜିର ଆୟୋଜନ କଲେ।


ନିନ୍ଦକକୁ ବାହାର କରି ଦିଅ, ତହିଁରେ ବିବାଦ ଓ ଅପମାନ ବନ୍ଦ ହେବ।


Swiv nou:

Piblisite


Piblisite