Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 22:1 - ପବିତ୍ର ବାଇବଲ

1 ଏହିସବୁ ଘଟଣା ଘଟିବାପରେ, ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସକୁ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଲେ। ପରମେଶ୍ୱର ତାଙ୍କୁ କହିଲେ, “ଅବ୍ରହାମ!” ଏବଂ ଅବ୍ରହାମ କହିଲେ, “ହଁ!”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ଵର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, ହେ ଅବ୍ରହାମ। ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଏଠାରେ ଅଛି।

Gade chapit la Kopi

ଓଡିଆ ବାଇବେଲ

1 ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ। ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଏଠାରେ ଅଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଏଠାରେ ଅଛି।”

Gade chapit la Kopi




ଆଦି ପୁସ୍ତକ 22:1
24 Referans Kwoze  

ପରମେଶ୍ୱର ଅବ୍ରହାମଙ୍କୁ ପରୀକ୍ଷା କରିଥିଲେ। ଅବ୍ରହାମଙ୍କୁ ପରମେଶ୍ୱର କହିଥିଲେ ଯେ, ଇସ୍‌ହାକଙ୍କୁ ବଳିରୂପେ ସମର୍ପିତ କରିବ। ଅବ୍ରହାମଙ୍କ ବିଶ୍ୱାସ ଥିବାରୁ ସେ ତାହା ମାନିଲେ। ପରମେଶ୍ୱରଙ୍କଠାରୁ ଅବ୍ରହାମ ପୂର୍ବରୁ ପ୍ରତିଜ୍ଞା ପାଇଥିଲେ। ପରମେଶ୍ୱର ଅବ୍ରହାମଙ୍କୁ କହି ସାରିଥିଲେ ଯେ, “ଇସ୍‌ହାକଙ୍କ ଦ୍ୱାରା ତୁମ୍ଭର ବଂଶଧରମାନେ ଆସିବେ।” କିନ୍ତୁ ନିଜର ଏକମାତ୍ର ପୁତ୍ର ଇସ୍‌ହାକଙ୍କୁ ସେ ସମର୍ପିତ କରିବା ପାଇଁ ପ୍ରସ୍ତୁତ ଥିଲେ। ବିଶ୍ୱାସ ଥିବାରୁ ଅବ୍ରହାମ ଏପରି କଲେ।


ଆଉ ତୁମ୍ଭେମାନେ ସ୍ମରଣ କର ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଗ୍ଭଳିଶ୍ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭମାନଙ୍କୁ ଯେଉଁ ଭଳି ଭାବରେ ଗମନ କରାଇ ଅଛନ୍ତି, ସେ ତୁମ୍ଭର ପରୀକ୍ଷା ନେବା ପାଇଁ ତୁମ୍ଭେମାନେ ତାଙ୍କର ଆଜ୍ଞାପାଳନ କରିବ କି ନାହିଁ ଏବଂ ତୁମ୍ଭର ମନ ଜାଣିବା ପାଇଁ ଏହା କରିଛନ୍ତି।


ଏହି ସମସ୍ୟାଗୁଡ଼ିକ କାହିଁକି ହୁଏ? କେବଳ ତୁମ୍ଭର ବିଶ୍ୱାସର ସତ୍ୟତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ୱାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ୟବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ୱାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ୱାସର ପବିତ୍ରତା ହେତୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।


ଅବ୍ରହାମ ଆମ୍ଭର ପିତା। ସେ ନିଜର କର୍ମଗୁଡ଼ିକ ଦ୍ୱାରା ପରମେଶ୍ୱରଙ୍କ ନିକଟରେ ଧାର୍ମିକ ଭାବେ ଗଣାଗଲେ। ସେ ବେଦୀ ଉପରେ ନିଜ ପୁତ୍ର ଇସ୍‌ହାକଙ୍କୁ ବଳି ରୂପରେ ପରମେଶ୍ୱରଙ୍କଠାରେ ଉତ୍ସର୍ଗ କଲେ।


କେବଳ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରତ୍ୟେକଙ୍କ ନିମନ୍ତେ ମଧ୍ୟ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରିପାର। ସେ କେବେ ହେଲେ ତୁମ୍ଭମାନଙ୍କୁ ଅସହ୍ୟ ପରୀକ୍ଷାରେ ପଡ଼ିବାକୁ ଦେବେ ନାହିଁ। କିନ୍ତୁ ଯେତେବେଳେ ତୁମ୍ଭେମାନେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହେବ, ସେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ୟ ଦେଖାଇ ଦେବେ।


ନିଆଁରେ ସୁନା ଓ ରୂପାର ବିଶୁଦ୍ଧତା ପରୀକ୍ଷା କରାଯାଏ। ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।


ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ମାନ୍ନାଦ୍ୱାରା ପ୍ରାନ୍ତରରେ ତୁମ୍ଭକୁ ପ୍ରତିପାଳନ କଲେ। ଏହିପରି ଭାବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେ ସ୍ମରଣ କର।


ସଦାପ୍ରଭୁ ଦେଖିଲେ, ମୋଶା ବୁଦା ଆଡ଼କୁ ଆସୁଛନ୍ତି। ତେଣୁ ପରମେଶ୍ୱର ବୁଦା ମଧ୍ୟରୁ ମୋଶାଙ୍କୁ ଡାକିଲେ, ପରମେଶ୍ୱର କହିଲେ, “ମୋଶା, ମୋଶା!” ମୋଶା କହିଲେ, “ହଁ ଆଜ୍ଞା, ସଦାପ୍ରଭୁ।”


କିନ୍ତୁ ଏହା ପରେ ସଦାପ୍ରଭୁଙ୍କର ଦୂତ ସ୍ୱର୍ଗରୁ ଅବ୍ରହାମଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ଅବ୍ରହାମ ଉତ୍ତର ଦେଲେ, “ହଁ ପ୍ରଭୁ!”


ଇ‌ସ୍‌ହାକ ତାଙ୍କର ପିତା ଅବ୍ରହାମଙ୍କୁ କହିଲେ, “ପିତା!” ଅବ୍ରହାମ ଉତ୍ତର ଦେଲେ, “ହଁ, ମୋର ପୁତ୍ର।” ଇ‌ସ୍‌ହାକ କହିଲେ, “ଆମ୍ଭର ହୋମବଳି ନିମନ୍ତେ କାଠ ଓ ନିଆଁ ଅଛି, କିନ୍ତୁ ଯେଉଁ ମେଷକୁ ଉତ୍ସର୍ଗ କରାଯିବ ତାହା କେଉଁଠାରେ?”


ତା'ପରେ ମୁଁ ସଦାପ୍ରଭୁଙ୍କର ସ୍ୱର ଶୁଣିଲି। ସେ କହିଲେ, “ମୁଁ କାହାକୁ ପଠାଇବି? କିଏ ଆମ୍ଭମାନଙ୍କ ପାଇଁ ଯିବ?” ତେଣୁ ମୁଁ କହିଲି, “ମୁଁ ଏଠାରେ ଅଛି! ମୋତେ ପଠାଅ!”


ଥରେ ବାବିଲୀୟ ନେତାମାନେ ହିଜକିୟଙ୍କ ନିକଟକୁ ବାର୍ତ୍ତାବାହକମାନଙ୍କୁ ପ୍ରେରଣ କଲେ। ସେହି ବାର୍ତ୍ତାବାହକମାନେ ଦେଶ ମଧ୍ୟରେ ଘଟିଥିବା ଏକ ଅ‌ଦ୍‌ଭୂତ ଚିହ୍ନ ସମ୍ବନ୍ଧରେ ପଗ୍ଭରିଲେ। ଯେତେବେଳେ ସେମାନେ ଆସିଲେ ସେତେବେଳେ ହିଜକିୟଙ୍କୁ ପରୀକ୍ଷା କରିବା ନିମନ୍ତେ ଓ ହିଜକିୟଙ୍କ ହୃଦୟରେ ଯାହାକିଛି ଅଛି, ତାହା ଜାଣିବା ନିମନ୍ତେ ପରମେଶ୍ୱର ହିଜକିୟଙ୍କୁ ଏକାକୀ ଛାଡ଼ିଗଲେ।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଆକାଶ ମାର୍ଗରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା। ଲୋକମାନେ ପ୍ରତିଦିନ ବାହାରକୁ ଯାଇ ତାଙ୍କର ଆବଶ୍ୟକ ପରିମାଣରେ ଖାଦ୍ୟ ସଂଗ୍ରହ କରି ଆଣିବେ। ଏଥିରୁ ଜଣା ପଡ଼ିବ ଯେ ସେମାନେ ଆମ୍ଭର ବ୍ୟବସ୍ଥା ଅନୁସାରେ ଚଳୁଛନ୍ତି ନା ନାହିଁ।


ସେହି ଲୋକମାନଙ୍କର କଥା ଶୁଣ ନାହିଁ। କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରିଅଛ କି ନାହିଁ, ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।


ମୁଁ ଏହି ଜାତି ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବି, ଦେଖ, ଯଦି, ସେମାନେ ସଦାପ୍ରଭୁଙ୍କ ଆଜ୍ଞା ମାନିବେ, ଯେମିତି ତାଙ୍କର ପୂର୍ବପୁରୁଷମାନେ କରିଥିଲେ।”


ସଦାପ୍ରଭୁ ପୁନ୍ନରାୟ ଇସ୍ରାଏଲୀୟମାନଙ୍କ ଉପରେ କ୍ରୋଧାନ୍ୱିତ ହେଲେ। ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲୀୟମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରେଇଲେ। ତେଣୁ ଦାଉଦ ଆଦେଶ ଦେଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”


ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି। କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ୟାଖ୍ୟାନ କରନ୍ତି।


ଏହିସବୁ ଘଟିଯିବା ପରେ ସଦାପ୍ରଭୁଙ୍କର ବାକ୍ୟ ଦର୍ଶନରେ ଅବ୍ରାମ ନିକଟକୁ ଆସିଲା। ଏହା କହି, “ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦେବି।”


ଏହି ଦୁଃଖ ଅବ୍ରହାମଙ୍କୁ ଘାରିଲା, ସେ ତାଙ୍କର ପୁତ୍ର ଇଶ୍ମାଏଲ ବିଷୟରେ ବହୁତ ଭାବିଲେ।


ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଶିଖିମକୁ ଯାଅ। ତୁମ୍ଭର ଭାଇମାନେ ସେଠାରେ ମେଣ୍ଢା ଚରାଉଛନ୍ତି।” ଯୋଷେଫ ଉତ୍ତର ଦେଲେ, “ମୁଁ ସେଠାକୁ ଯିବି।”


ରାତିରେ ପରମେଶ୍ୱର ଇସ୍ରାଏଲକୁ ସ୍ୱପ୍ନରେ କହିଲେ, “ଯାକୁବ, ଯାକୁବ।” ଇସ୍ରାଏଲ ଉତ୍ତର ଦେଲେ, “ମୁଁ ଏହିଠାରେ।”


ସେତେବେଳେ ସଦାପ୍ରଭୁ ଶାମୁୟେଲକୁ ଡାକିଲେ ଓ ଶାମୁୟେଲ ଉତ୍ତର ଦେଲେ, “ମୁଁ ଏଠାରେ ଅଛି।”


Swiv nou:

Piblisite


Piblisite