ଆଦି ପୁସ୍ତକ 24:15 - ପବିତ୍ର ବାଇବଲ15 ଏହା ପରେ ଦାସଟିର ପ୍ରାର୍ଥନା ସରିବା ପୂର୍ବରୁ ଜଣେ ଯୁବତୀ ରିବିକା କୂଅ ନିକଟକୁ ଆସିଲେ। ରିବିକା ଥିଲେ, ବଥୂୟେଲର ଝିଅ। ବଥୂୟେଲ ମିଲ୍କାର ପୁତ୍ର ଥିଲେ, ଯିଏ କି ଅବ୍ରହାମଙ୍କର ଭାଇ ନାହୋର ସହିତ ବିବାହ କରିଥିଲେ। ରିବିକା ପାଣିପାତ୍ର କାନ୍ଧରେ ଥୋଇ କୂଅ ନିକଟକୁ ଆସିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳଶ ଘେନି ବାହାରି ଆସିଲା। Gade chapit laଓଡିଆ ବାଇବେଲ15 ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା। Gade chapit la |
ମୁଁ ଅପେକ୍ଷା କଲି ତୁମ୍ଭର ଚିହ୍ନ ପାଇଁ କିଏ ଇସ୍ହାକର ସ୍ତ୍ରୀ ହେବ। ମୁଁ ସେହି ଝିଅକୁ କହିବି ‘ଦୟାକରି ତୁମ୍ଭର ପାତ୍ର ମୋ’ ଆଡ଼କୁ ତଳମୁହାଁ କର। ଯେପରି ମୁଁ ପାଣି ପିଇ ପାରିବି।’ ମୁଁ ଜାଣି ପାରିବି ସେହି ହେଉଛି ଉପଯୁକ୍ତ ପାତ୍ରୀ ଯିଏ କହିବ, ‘ପାଣି ପିଅ ଏବଂ ମୁଁ ତୁମ୍ଭର ଓଟମାନଙ୍କୁ ମଧ୍ୟ ପାଣି ଦେବି।’ ଯଦି ଏହିପରି ହୁଏ, ତେବେ ମୁଁ ଜାଣିବି ସେ ହେଉଛି ଇସ୍ହାକ ପାଇଁ ଉପଯୁକ୍ତ କନ୍ୟା। ଏବଂ ମୁଁ ଜାଣିବି ତୁମ୍ଭେ ମୋର ମୁନିବଙ୍କ ଉପରେ ଦୟା କଲ।”