Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 26:2 - ପବିତ୍ର ବାଇବଲ

2 ସେତେବେଳେ ସଦାପ୍ରଭୁ ଇ‌ସ୍‌ହାକକୁ କହିଲେ, “ତୁମ୍ଭେ ମିଶର ଦେଶକୁ ଯାଅ ନାହିଁ। ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।

Gade chapit la Kopi

ଓଡିଆ ବାଇବେଲ

2 ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।

Gade chapit la Kopi




ଆଦି ପୁସ୍ତକ 26:2
11 Referans Kwoze  

ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦେବି।” ସଦାପ୍ରଭୁ ଅବ୍ରାମଙ୍କୁ ଯେଉଁ ସ୍ଥାନରେ ଦର୍ଶନ ଦେଇଥିଲେ। ଅବ୍ରାମ ସେହିଠାରେ ସଦାପ୍ରଭୁଙ୍କର ଉପାସନା ପାଇଁ ଏକ ଯଜ୍ଞବେଦି ସ୍ଥାପନ କଲେ।


ଏହା ପରେ, ପୁନର୍ବାର ସଦାପ୍ରଭୁ ଅବ୍ରହାମଙ୍କୁ ମମ୍ରିର ଅଲୋନବୃକ୍ଷ ନିକଟରେ ଦେଖାଦେଲେ। ମଧ୍ୟାହ୍ନ ସମୟରେ ଅବ୍ରହାମ ତାଙ୍କର ତମ୍ବୁର ଦ୍ୱାର ଦେଶରେ ବସିଥିଲେ।


ଯେତେବେଳେ ଅବ୍ରାମଙ୍କୁ ଅନେଶ୍ୱତ ବର୍ଷ ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ସର୍ବଶକ୍ତିମାନ ପରମେଶ୍ୱର। ଉତ୍ତମ କାର୍ଯ୍ୟମାନ କର। ମୋତେ ମାନ ଏବଂ ନିଷ୍ଠାପର ଜୀବନଯାପନ କର।


ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କୁ ପରିତ୍ୟାଗ କର। ତୁମ୍ଭର ପିତାଙ୍କ ପରିବାର ଛାଡ଼। ମୁଁ ତୁମ୍ଭକୁ ଯେଉଁ ଦେଶ ଦେଖାଇବି ସେହି ଦେଶକୁ ଯାଅ।


ଯଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା'ହେଲେ ଆନନ୍ଦରେ ରହିବ ଓ ଅନେକ ଜିନିଷ ଉପଭୋଗ କରିବ ଯାହା ସେହି ଭୂମିରୁ ତୁମ୍ଭେ ପାଇବ।


ପରମେଶ୍ୱର କହିଲେ, “ନାଁ, ମୁଁ କହିଲି, ତୁମ୍ଭର ସ୍ତ୍ରୀ ସାରା, ପୁତ୍ର ଜନ୍ମ କରିବ। ତୁମ୍ଭେ ତା'ର ନାମ ଇ‌ସ୍‌ହାକ ରଖିବ। ମୁଁ ତାଙ୍କ ସହିତ ଚୁକ୍ତି କରିବି। ସେହି ଚୁକ୍ତି ତୁମ୍ଭର ବଂଶଧରମାନଙ୍କ ପାଇଁ ଚିରକାଳସ୍ଥାୟୀ ହେବ।


ସେହି ରାତ୍ରିରେ ସଦାପ୍ରଭୁ ଇ‌ସ୍‌ହାକଙ୍କୁ କହିଲେ, “ମୁଁ ତୁମ୍ଭର ପିତା ଅବ୍ରହାମଙ୍କର ପରମେଶ୍ୱର। ଭୟ କର ନାହିଁ, ମୁଁ ତୁମ୍ଭ ସହିତ ଅଛି। ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବି।”


ପରମେଶ୍ୱର ସେମାନଙ୍କର ଆତୁର ଡାକ ଶୁଣିଲେ ଓ ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବଙ୍କ ସହିତ କରିଥିବା ଆପଣା ନିୟମ ସ୍ମରଣ କଲେ।


ତେବେ ଆମ୍ଭେ ଯାକୁବ ସହିତ, ଇ‌‌‌ସ୍‌‌‌ହାକ୍ ସହିତ, ଅବ୍ରହାମଙ୍କ ସହିତ ଆପଣା ନିୟମ ସ୍ମରଣ କରିବା ଓ ଆମ୍ଭେ ଦେଶକୁ ମଧ୍ୟ ସ୍ମରଣ କରିବା।


ଯଦି ଜଣେ ବ୍ୟକ୍ତି ସଦାପ୍ରଭୁଙ୍କ ପଥକୁ ଅନୁସରଣ କରେ, ତା'ପରେ ପରମେଶ୍ୱର ତାକୁ ବଞ୍ଚିବା ପାଇଁ ଜୀବନପଥ ଦେଖାନ୍ତି।


Swiv nou:

Piblisite


Piblisite