Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 26:4 - ପବିତ୍ର ବାଇବଲ

4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହିସବୁ ଦେଶ ଦେବା ଓ ତୁମ୍ଭ ବଂଶଦ୍ୱାରା, ପୃଥିବୀସ୍ଥ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହି ସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ଵାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।

Gade chapit la Kopi

ଓଡିଆ ବାଇବେଲ

4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହି ସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହିସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।

Gade chapit la Kopi




ଆଦି ପୁସ୍ତକ 26:4
22 Referans Kwoze  

ତୁମ୍ଭେମାନେ ସେହି ଭାବବାଦୀମାନଙ୍କର ଉତ୍ତରାଧିକାରୀ। ପରମେଶ୍ୱର ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ଯେଉଁ ଚୁକ୍ତି କରିଥିଲେ, ତୁମ୍ଭେମାନେ ମଧ୍ୟ ତା'ର ଉତ୍ତରାଧିକାରୀ। ସେ ଅବ୍ରହାମଙ୍କୁ କହିଥିଲେ, ‘ତୁମ୍ଭମାନଙ୍କ ସନ୍ତାନମାନଙ୍କ ଦ୍ୱାରା ଜଗତରେ ସବୁ ଲୋକ ଆଶୀର୍ବାଦ ପାଇବେ।’


ଶାସ୍ତ୍ରଗୁଡ଼ିକ ଏହା ମଧ୍ୟ କହେ ଯେ, ଭବିଷ୍ୟତରେ କ’ଣ ହେବ? ଲେଖାଅଛି, ପରମେଶ୍ୱର ଅଣଯିହୂଦୀମାନଙ୍କୁ ମଧ୍ୟ ସେମାନଙ୍କର ବିଶ୍ୱାସ ପାଇଁ ଧାର୍ମିକ କରିବେ। ସୁସମାଗ୍ଭର ଅବ୍ରାହମଙ୍କୁ ଆଗରୁ କୁହାଯାଇଥିଲା। ଶାସ୍ତ୍ର କହେ: “ପରମେଶ୍ୱର ପୃଥିବୀର ସମସ୍ତ ଲୋକଙ୍କୁ ଆଶୀର୍ବାଦ କରିବା ପାଇଁ ଅବ୍ରହାମଙ୍କୁ ବ୍ୟବହାର କରିବେ।”


ଏହା ପରେ ପରମେଶ୍ୱର ତାଙ୍କୁ ବାହାରକୁ ନେଲେ ଓ କହିଲେ, “ଊର୍ଦ୍ଧ୍ୱରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରି ପାରିବ।” ଏବଂ ସେ ମଧ୍ୟ କହିଲେ, “ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ୟକ ହେବେ।”


ମନେରଖ, ଅବ୍ରହାମ, ଇ‌ସ୍‌ହାକ ଏବଂ ଯାକୁବ, ତୁମ୍ଭର ସେବକଗଣ। ତୁମ୍ଭେ ନିଜେ ପ୍ରତିଜ୍ଞା କରିଅଛ, ‘ଆକାଶରେ ଥିବା ତାରାମାନଙ୍କ ପରି ତୁମ୍ଭମାନଙ୍କର ବଂଶ ବୃଦ୍ଧି ହେବ ଏବଂ ମୁଁ ପ୍ରତିଜ୍ଞା କରିଥିବା ଭୂମି ତୁମ୍ଭମାନଙ୍କୁ ଦେବି। ସେହି ଭୂମି ଅନନ୍ତକାଳ ତୁମ୍ଭମାନଙ୍କର ହେବ।”’


ପୃଥିବୀରେ ଧୂଳିପରି ମୁଁ ତୁମ୍ଭର ବଂଶ ବୃଦ୍ଧି କରାଇବି। ଯଦି କେହି ପୃଥିବୀର ଧୂଳି ଗଣିପାରେ ତେବେ ସେ ତୁମ୍ଭର ବଂଶର ଲୋକମାନଙ୍କୁ ଗଣି ପାରିବ।


ସେ ଚୁକ୍ତିକୁ ମଧ୍ୟ ଏଡ଼ାଇ ଦେଇ ହୁଏ ନାହିଁ। ସେହିପରି ପରମେଶ୍ୱର ଅବ୍ରହାମ “ଓ ତାହାଙ୍କ ସନ୍ତାନଙ୍କୁ” ପ୍ରତିଶୃତି ଦେଇଥିଲେ। କିନ୍ତୁ “ସେ ତାହାଙ୍କର ସମସ୍ତ ବଂଶଧର” ପାଇଁ ଏହି ପ୍ରତିଜ୍ଞା ଦେଇ ନ ଥିଲେ। ତା'ର ଅର୍ଥ ଜଣେ ମାତ୍ର ବ୍ୟକ୍ତିଙ୍କୁ ପ୍ରତିଜ୍ଞା କରାଯାଇଥିଲା ଏବଂ ସେହି ବ୍ୟକ୍ତି ଜଣକ ହେଉଛନ୍ତି ଖ୍ରୀଷ୍ଟ।


ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।


ପ୍ରାଚୀନ କାଳରେ, ଲୋକମାନଙ୍କର ଏହିଭଳି ବିଶ୍ୱାସ ଥିଲା ବୋଲି, ପରମେଶ୍ୱର ସେମାନଙ୍କ ଉପରେ ପ୍ରସନ୍ନ ଥିଲେ।


ଅବ୍ରହାମଠାରୁ ଏକ ମହାନ ଓ ବଳଶାଳୀ ଗୋଷ୍ଠୀ ଉତ୍ପନ୍ନ ହେବ ଓ ପୃଥିବୀର ଯାବତୀୟ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହେବେ।


ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, “ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦେଲି। ମିଶରୀୟ ନଦୀଠାରୁ ମହାନ ନଦୀ ଫରାତ୍ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦେଲି।


ସେହି ରାତ୍ରିରେ ସଦାପ୍ରଭୁ ଇ‌ସ୍‌ହାକଙ୍କୁ କହିଲେ, “ମୁଁ ତୁମ୍ଭର ପିତା ଅବ୍ରହାମଙ୍କର ପରମେଶ୍ୱର। ଭୟ କର ନାହିଁ, ମୁଁ ତୁମ୍ଭ ସହିତ ଅଛି। ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବି।”


ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ଅନେକ ଜନସମାଜ ହେବା ପାଇଁ ଯଥେଷ୍ଟ ବଂଶଧର କରନ୍ତୁ।


ତୁମ୍ଭର ବହୁତ ବଂଶ ହେବେ। ତାହା ପୃଥିବୀର ଧୂଳି ପରି ଅସଂଖ୍ୟ ହେବେ। ସେମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ବ୍ୟାପିବେ। ପୃଥିବୀର ସମସ୍ତ ପରିବାର ତୁମ୍ଭ ବଂଶଧରମାନଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ।


ଆମ୍ଭେ ଅବ୍ରହାମ ଓ ଇ‌ସ୍‌ହାକଙ୍କୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭର ‌ଭବିଷ୍ୟ‌ଦ୍‌ ବଂଶଧରକୁ ଦେବା।”


ସେ ସମୟରେ ଇସ୍ରାଏଲ (ଯାକୁବ) ମିଶରରେ ଗୋଶନ ପ୍ରଦେଶରେ ବାସ କଲେ। ସେଠାରେ ଇସ୍ରାଏଲମାନେ ସଫଲ ହେଲେ ଏବଂ ସେମାନଙ୍କର ପରିବାରସବୁ ବୃଦ୍ଧି ପାଇଲା।


ଆମ୍ଭେ ସେମାନଙ୍କ ସହିତ ଚୁକ୍ତି କରିଥିଲୁ ଏବଂ ଆମ୍ଭେ ସେମାନଙ୍କୁ କିଣାନ ଦେଶ ଦେବା ପାଇଁ ସେମାନଙ୍କଠାରେ ପ୍ରତିଜ୍ଞା କରିଥିଲୁ। ସେମାନେ ସେଠାରେ ବାସ କରୁଥିଲେ କିନ୍ତୁ ସେ ଦେଶ ସେମାନଙ୍କର ନ ଥିଲା।


ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ହେତୁରୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ, ମାତ୍ର ଏହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ପାଇଁ ଆଉ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।


ସେହି ଦ୍ରବ୍ୟରୁ ଯାହା ଧ୍ୱଂସ ହେବା ଉଚିତ୍, ତୁମ୍ଭେମାନେ କିଛି ସଂଗ୍ରହ କରିବା ଉଚିତ୍ ନୁହଁ। ଏଥିରେ ସଦାପ୍ରଭୁ ଆପଣା ପ୍ରଚଣ୍ତ କ୍ରୋଧରୁ ଫେରିବେ ଓ ତୁମ୍ଭ ପ୍ରତି କରୁଣା କରିବେ ଏବଂ ତୁମ୍ଭର ସଂଖ୍ୟା ବଢ଼ାଇବେ। ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ପ୍ରତିଜ୍ଞା କରିଥିଲେ।


ଦାଉଦ ଇସ୍ରାଏଲର ଲୋକମାନଙ୍କୁ ଗଣିବା ନିମନ୍ତେ ସ୍ଥିର କଲେ। ସେଠାରେ ବହୁତ ଅଧିକ ଲୋକ ଥିଲେ, କାରଣ ପରମେଶ୍ୱର ପ୍ରତିଜ୍ଞା କରିଥିଲେ ଯେ, ସେ ଇସ୍ରାଏଲର ଲୋକମାନଙ୍କୁ ଆକାଶର ତାରାଗଣ ତୁଲ୍ୟ ଅଗଣ୍ୟ କରିବେ। ତେଣୁ ଦାଉଦ କେବଳ 20 ବର୍ଷ ବୟସ୍କ ଓ ତତୁର୍ଦ୍ଧ୍ୱ ବୟସର ଲୋକଙ୍କୁ ଗଣନା କଲେ।


Swiv nou:

Piblisite


Piblisite