Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:7 - ପବିତ୍ର ବାଇବଲ

7 ତୁମ୍ଭର ପିତା କହିଲେ, ‘ମୋ’ ପାଇଁ ମୃଗୟା ମାଂସ ରାନ୍ଧି କରି ମୋତେ ଖୁଆଅ। ମୋ’ ପାଇଁ ଖାଦ୍ୟ ପ୍ରସ୍ତୁତ କରି ଆଣ, ମୁଁ ତାହା ଖାଇ ମରିବା ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେ ତାହାକୁ କହିଲେ, ତୁମ୍ଭେ ମୃଗୟା ମାଂସ ଆଣି ଆମ୍ଭ ନିମନ୍ତେ ସୁସ୍ଵାଦୁ ଖାଦ୍ୟ ପ୍ରସ୍ତୁତ କର, ତହିଁରେ ଆମ୍ଭେ ଭୋଜନ କରି ମୃତ୍ୟୁ ପୂର୍ବରେ ସଦାପ୍ରଭୁଙ୍କ ଛାମୁରେ ତୁମ୍ଭକୁ ଆଶୀର୍ବାଦ କରିବା।

Gade chapit la Kopi

ଓଡିଆ ବାଇବେଲ

7 ସେ ତାହାକୁ କହିଲେ, ‘ତୁମ୍ଭେ ମୃଗୟା ମାଂସ ଆଣି ଆମ୍ଭ ନିମନ୍ତେ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କର, ତହିଁରେ ଆମ୍ଭେ ଭୋଜନ କରି ମୃତ୍ୟୁୁ ପୂର୍ବରେ ସଦାପ୍ରଭୁଙ୍କ ଛାମୁରେ ତୁମ୍ଭକୁ ଆଶୀର୍ବାଦ କରିବା।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେ ତାହାକୁ କହିଲେ, ‘ତୁମ୍ଭେ ମୃଗୟା ମାଂସ ଆଣି ଆମ୍ଭ ନିମନ୍ତେ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କର, ତହିଁରେ ଆମ୍ଭେ ଭୋଜନ କରି ମୃତ୍ୟୁୁ ପୂର୍ବରେ ସଦାପ୍ରଭୁଙ୍କ ଛାମୁରେ ତୁମ୍ଭକୁ ଆଶୀର୍ବାଦ କରିବା।’

Gade chapit la Kopi




ଆଦି ପୁସ୍ତକ 27:7
7 Referans Kwoze  

ସେହି ସମୟରେ ଯିହୋଶୂୟ ଏହି ପ୍ରତିଜ୍ଞା କରିଥିଲେ, “ଯେକେହି ଯିରୀହୋ ନଗର ପୁନଃ ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ଦ୍ୱାରା ଶାପଗ୍ରସ୍ତ ହେବ, ସେ ଆପଣା ଜ୍ୟେଷ୍ଠ ପୁତ୍ରର ମୃତ୍ୟୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ।”


ଯେତେବେଳେ ଜଣେ ମନୁଷ୍ୟ ନିଜର ଶତ୍ରୁକୁ ପାଏ ସେ ତାକୁ ଭଲରେ ଯିବାକୁ ଦିଏ ନାହିଁ। ତା’ ପ୍ରତି ଉତ୍ତମ ବ୍ୟବହାର କରେ ନାହିଁ। ଏଣୁ ଆଜି ମୋ’ ପ୍ରତି ଯାହା ଉତ୍ତମ କରିଅଛ, ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦିଅନ୍ତୁ।


ମୋଶା ଏହି ଆଶୀର୍ବାଦମାନ ଦେଇଥିଲେ, ଯେ କି ପରମେଶ୍ୱରଙ୍କର ଲୋକ ଇସ୍ରାଏଲକୁ ମଲା ପୂର୍ବରୁ ଦେଇଥିଲେ।


ମୁଁ ଯେଉଁ ପରି ଖାଦ୍ୟକୁ ଭଲ ପାଏ ସେହିପରି ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋ’ ପାଇଁ ଆଣ। ତହିଁରେ ମୋର ମୃତ୍ୟୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବି।”


ରିବିକା ତାଙ୍କର ପୁତ୍ର ଯାକୁବକୁ କହିଲେ, “ଶୁଣ, ତୁମ୍ଭର ପିତା ଏଷୌକୁ କହିବାର କଥା ମୁଁ ଶୁଣିଛି।


ତେଣୁ ପୁତ୍ର, ମୋର କଥା ଶୁଣ। ମୁଁ ଯେପରି କହୁଛି ସେହିପରି କର।


ତେଣୁ ଯାକୁବ ଯାଇ ଦୁଇଟି ଛେଳି ଆଣି ତାଙ୍କର ମାଙ୍କୁ ଦେଲେ। ଏହା ପରେ ତାଙ୍କର ମା’ ତାଙ୍କ ପିତାଙ୍କର ରୁଚି ଅନୁସାରେ ଖାଦ୍ୟ ପ୍ରସ୍ତୁତ କଲେ।


Swiv nou:

Piblisite


Piblisite