Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 28:4 - ପବିତ୍ର ବାଇବଲ

4 ପରମେଶ୍ୱର ଅବ୍ରହାମଙ୍କୁ ଆଶୀର୍ବାଦ କଲା ପରି ତୁମ୍ଭଠାରେ ଓ ତୁମ୍ଭ ବଂଶକୁ ଆଶୀର୍ବାଦ ଦେଉନ୍ତୁ। ତହିଁରେ ପରମେଶ୍ୱର ତୁମ୍ଭର ପ୍ରବାସ ସ୍ଥାନ ଯେଉଁଠାରେ ତୁମ୍ଭେ ବର୍ତ୍ତମାନ ବାସ କରୁଛ। ତାହା ପରମେଶ୍ୱର ଅବ୍ରହାମଙ୍କୁ ଦେଇଥିଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ ଅବ୍ରହାମଙ୍କ ପ୍ରତି ଦତ୍ତ ଆଶୀର୍ବାଦ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଫଳ କରନ୍ତୁ; ତହିଁରେ ପରମେଶ୍ଵର ତୁମ୍ଭର ପ୍ରବାସ ସ୍ଥାନ ଏହି ଯେଉଁ ଦେଶ ଅବ୍ରହାମଙ୍କୁ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭର ଅଧିକାର ହେଉ।

Gade chapit la Kopi

ଓଡିଆ ବାଇବେଲ

4 ଆଉ ଅବ୍ରହାମଙ୍କ ପ୍ରତି ଦତ୍ତ ଆଶୀର୍ବାଦ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଫଳ କରନ୍ତୁ; ତହିଁରେ ପରମେଶ୍ୱର ତୁମ୍ଭର ପ୍ରବାସ ସ୍ଥାନ ଏହି ଯେଉଁ ଦେଶ ଅବ୍ରହାମଙ୍କୁ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭର ଅଧିକାର ହେଉ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ଅବ୍ରହାମଙ୍କ ପ୍ରତି ଦତ୍ତ ଆଶୀର୍ବାଦ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଫଳ କରନ୍ତୁ; ତହିଁରେ ପରମେଶ୍ୱର ତୁମ୍ଭର ପ୍ରବାସ ସ୍ଥାନ ଏହି ଯେଉଁ ଦେଶ ଅବ୍ରହାମଙ୍କୁ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭର ଅଧିକାର ହେଉ।”

Gade chapit la Kopi




ଆଦି ପୁସ୍ତକ 28:4
20 Referans Kwoze  

ଖ୍ରୀଷ୍ଟ ଆମ୍ଭକୁ ମୁକ୍ତ କରିବାର ଉଦ୍ଦେଶ୍ୟ ଥିଲା, ଯେପରି ଯେଉଁ ଆଶୀର୍ବାଦସବୁ ଅବ୍ରହାମଙ୍କୁ ପ୍ରତିଜ୍ଞା କରାଯାଇଥିଲା, ତାହା ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଅଣଯିହୂଦୀମାନଙ୍କୁ ପ୍ରଦାନ କରାଯାଇପାରିବ ଏବଂ ଯେପରି ବିଶ୍ୱାସ ଦ୍ୱାରା ଆମ୍ଭେ ସମସ୍ତେ ସେହି ପ୍ରତିଜ୍ଞା ଦିଆଯାଇଥିବା ଆତ୍ମା ପାଇ ପାରିବା।


ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦେବି।” ସଦାପ୍ରଭୁ ଅବ୍ରାମଙ୍କୁ ଯେଉଁ ସ୍ଥାନରେ ଦର୍ଶନ ଦେଇଥିଲେ। ଅବ୍ରାମ ସେହିଠାରେ ସଦାପ୍ରଭୁଙ୍କର ଉପାସନା ପାଇଁ ଏକ ଯଜ୍ଞବେଦି ସ୍ଥାପନ କଲେ।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଥିବା ହେତୁ ପରମେଶ୍ୱର ଆମ୍ଭକୁ ସ୍ୱର୍ଗରେ ସମସ୍ତ ଆଧ୍ୟାତ୍ମିକ ଆଶୀର୍ବାଦ ଦେଇଛନ୍ତି।


ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ। ମୁଁ ଯାହା ରୋଦନ କରି ତୁମ୍ଭକୁ କହୁଛି, ତାହା ତୁମ୍ଭେ ଶୁଣ। ମୋର ଲୋତକକୁ ଗ୍ଭହଁ, ମୁଁ ଜଣେ ପଥିକ ଯିଏ କି ତୁମ୍ଭ ସହିତ ଜୀବନ କଟାଉଛି। ମୋର ପୂର୍ବପୁରୁଷମାନଙ୍କ ପରି ମୁଁ ମଧ୍ୟ ଏଠାରେ ଅଳ୍ପଦିନ ବଞ୍ଚିବି।


ଶାସ୍ତ୍ରଗୁଡ଼ିକ ଏହା ମଧ୍ୟ କହେ ଯେ, ଭବିଷ୍ୟତରେ କ’ଣ ହେବ? ଲେଖାଅଛି, ପରମେଶ୍ୱର ଅଣଯିହୂଦୀମାନଙ୍କୁ ମଧ୍ୟ ସେମାନଙ୍କର ବିଶ୍ୱାସ ପାଇଁ ଧାର୍ମିକ କରିବେ। ସୁସମାଗ୍ଭର ଅବ୍ରାହମଙ୍କୁ ଆଗରୁ କୁହାଯାଇଥିଲା। ଶାସ୍ତ୍ର କହେ: “ପରମେଶ୍ୱର ପୃଥିବୀର ସମସ୍ତ ଲୋକଙ୍କୁ ଆଶୀର୍ବାଦ କରିବା ପାଇଁ ଅବ୍ରହାମଙ୍କୁ ବ୍ୟବହାର କରିବେ।”


ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।


କିନ୍ତୁ ଅବ୍ରାମ କହିଲେ, “ହେ ସଦାପ୍ରଭୁ, ମୋର ପ୍ରଭୁ ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?”


ଏହା ପରେ ଇ‌ସ୍‌ହାକ ବହୁତ ବ୍ୟସ୍ତ ହେଲେ ଏବଂ କହିଲେ, “ତେବେ ସିଏ କିଏ ଥିଲା, ଯେ ପ୍ରଥମେ ତୁମ୍ଭ ପୂର୍ବରୁ ରନ୍ଧାମାଂସ ଧରି ଆସିଥିଲା? ମୁଁ ତାହା ଖାଇ ତାଙ୍କୁ ଆଶୀର୍ବାଦ କଲି। ବର୍ତ୍ତମାନ ମୋର ଆଶୀର୍ବାଦ ଫେରାଇବା ପାଇଁ ଡେରି ହୋଇଛି।”


ଯାକୁବ କିଣାନ ଦେଶରେ ବାସ କଲେ, ଯେଉଁ ସ୍ଥାନରେ ତାଙ୍କର ପିତା ବାସ କରିଥିଲେ।


ଆମ୍ଭେ ସେମାନଙ୍କ ସହିତ ଚୁକ୍ତି କରିଥିଲୁ ଏବଂ ଆମ୍ଭେ ସେମାନଙ୍କୁ କିଣାନ ଦେଶ ଦେବା ପାଇଁ ସେମାନଙ୍କଠାରେ ପ୍ରତିଜ୍ଞା କରିଥିଲୁ। ସେମାନେ ସେଠାରେ ବାସ କରୁଥିଲେ କିନ୍ତୁ ସେ ଦେଶ ସେମାନଙ୍କର ନ ଥିଲା।


ଆମ୍ଭେମାନେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରି କେବଳ ଅପରିଚିତ ଆଗନ୍ତୁକ ଅଟୁ ଓ ଏହି ପୃଥିବୀ ମଧ୍ୟରେ ଭ୍ରମଣ କରୁଅଛୁ। ଏହି ପୃଥିବୀରେ ଆମ୍ଭମାନଙ୍କର ସମୟ କେବଳ ଅତିକ୍ରାନ୍ତ ଛାୟା ତୁଲ୍ୟ। ଆମ୍ଭେମାନେ ତାହାକୁ ବନ୍ଦ କରି ନ ପାରୁ।


Swiv nou:

Piblisite


Piblisite