ଆଦି ପୁସ୍ତକ 3:5 - ପବିତ୍ର ବାଇବଲ5 ପରମେଶ୍ୱର ଜାଣନ୍ତି ଯେ, ଯେତେବେଳେ ତୁମ୍ଭେ ସେହି ବୃକ୍ଷରୁ ଫଳ ଖାଇବ ତେବେ ତୁମ୍ଭମାନଙ୍କର ଚକ୍ଷୁ ଖୋଲିଯିବ ଏବଂ ତୁମ୍ଭେ ପରମେଶ୍ୱରଙ୍କ ପରି ହେବ, କାରଣ ତୁମ୍ଭେ ଜାଣିବ କ’ଣ ଭଲ ଏବଂ କ’ଣ ମନ୍ଦ ଅଟେ।” Gade chapit laପବିତ୍ର ବାଇବଲ (Re-edited) - (BSI)5 ବରଞ୍ଚ ପରମେଶ୍ଵର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ଵରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ। Gade chapit laଓଡିଆ ବାଇବେଲ5 ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।” Gade chapit la |
ଦ୍ୱିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଏ। ସେ ଯେଉଁ କ୍ଷମତା ପାଇଥିଲା, ତା’ ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହିସବୁ ଆଶ୍ଚର୍ଯ୍ୟକର୍ମମାନ କରେ। ଦ୍ୱିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦେବା ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦେଲା। ଏହି ପଶୁ ଖଣ୍ଡାରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା।