ଆଦି ପୁସ୍ତକ 3:6 - ପବିତ୍ର ବାଇବଲ6 ସେହି ସ୍ତ୍ରୀଲୋକଟି ଦେଖିଲା ଯେ, ସେହି ବୃକ୍ଷଟି ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ। ସେ ଜ୍ଞାନ ଲାଭ କରିବାକୁ ଇଚ୍ଛା କଲା। ତେଣୁ ସେ ସେହି ବୃକ୍ଷରୁ ଫଳ ତୋଳିଲା ଏବଂ ଖାଇଲା। ପୁଣି ଆପଣାର ସ୍ୱାମୀକୁ ଖାଇବାକୁ ଦେଲା ଏବଂ ସେ ମଧ୍ୟ ତାହାକୁ ଖାଇଲା। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି ଆପଣା ସଙ୍ଗସ୍ଥ ସ୍ଵାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ। Gade chapit laଓଡିଆ ବାଇବେଲ6 ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ। Gade chapit la |
ପରମେଶ୍ୱରଙ୍କର ପୁତ୍ରଗଣ ଦେଖିଲେ, ସେହି କନ୍ୟାମାନେ ଦେଖିବାକୁ ବହୁତ ସୁନ୍ଦରୀ। ତେଣୁ ପରମେଶ୍ୱରଙ୍କର ପୁତ୍ରଗଣ ସେମାନଙ୍କ ପସନ୍ଦ ଅନୁସାରେ ସେମାନଙ୍କୁ ବିବାହ କଲେ। ସେହି ସ୍ତ୍ରୀମାନେ ପିଲାମାନଙ୍କୁ ଜନ୍ମ ଦେଲେ। ସେହି ସମୟରେ ଓ ପରେ ମଧ୍ୟ ପୃଥିବୀରେ ଦୈତ୍ୟମାନେ ଥିଲେ। ସେମାନେ ପୂର୍ବ ସମୟର ପ୍ରସିଦ୍ଧ ଯୋଦ୍ଧା ଥିଲେ। ଏହା ପରେ ସଦାପ୍ରଭୁ କହିଲେ, “ଲୋକମାନେ ମନୁଷ୍ୟ ମାତ୍ର, ଆମ୍ଭର ଆତ୍ମା ମନୁଷ୍ୟ ମଧ୍ୟରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, କାରଣ ସେମାନେ କେବଳ ଶାରୀରିକ ଅଟନ୍ତି। ଏଥିପାଇଁ ସେମାନଙ୍କର ପରମାୟୁ 120 ବର୍ଷ ହେବ।”