Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 32:5 - ପବିତ୍ର ବାଇବଲ

5 ମୋର ଗାଈଗୁଡ଼ିକ, ଗର୍ଦ୍ଦଭଗୁଡ଼ିକ, ପଶୁଗଣ, ମନୁଷ୍ୟଗଣ, ସେବକ ଓ ସେବିକାଗଣ ଅଛନ୍ତି। ମୁନିବ, ମୁଁ ଅନୁଗ୍ରହ ପାଇବା ନିମନ୍ତେ ଏହି ଦୂତଗଣଙ୍କୁ ପଠାଉଛି। ଦୟାକରି ସେମାନଙ୍କୁ ଗ୍ରହଣ କର।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ଵାଦ ପଠାଇଲି।

Gade chapit la Kopi

ଓଡିଆ ବାଇବେଲ

5 ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି, ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ବାଦ ପଠାଇଲି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି, ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ବାଦ ପଠାଇଲି।’”

Gade chapit la Kopi




ଆଦି ପୁସ୍ତକ 32:5
13 Referans Kwoze  

ଏଷୌ କହିଲେ, “ମୁଁ ଆସିବା ସମୟରେ ଯେଉଁମାନଙ୍କୁ ଦେଖିଲି ସେମାନେ କିଏ? ସେ ପଶୁଗୁଡ଼ିକ କାହା ନିମନ୍ତେ ନେଉଛନ୍ତି।” ଯାକୁବ ଉତ୍ତର ଦେଲେ, “ସେଗୁଡ଼ିକୁ ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଉପହାର ଦେଇଛି। ତେଣୁ ମୋତେ ଗ୍ରହଣ କର।”


ତେଣୁ ଏଷୌ କହିଲେ, “ତୁମ୍ଭର ସାହାଯ୍ୟ ପାଇଁ ମୁଁ ମୋର କିଛି ଲୋକଙ୍କୁ ଛାଡ଼ି ଯାଉଛି।” କିନ୍ତୁ ଯାକୁବ କହିଲେ, “ଏହା ତୁମ୍ଭର ଦୟା ହେବ। କିନ୍ତୁ ଏସବୁ କରିବାର କିଛି ଆବଶ୍ୟକ ନାହିଁ।” ମାତ୍ର ପ୍ରଭୁଙ୍କର ଆନୁଗ୍ରହ ଥାଉ।


ମୁଁ ତୁମ୍ଭକୁ ସାହାଯ୍ୟ ମାଗିଛି କି? ନାଁ, କିନ୍ତୁ ତୁମ୍ଭେ ସ୍ୱଇଚ୍ଛାରେ ମୋତେ ତୁମ୍ଭର ଉପଦେଶ ଦେଉଅଛ।


ତା'ପରେ ରାଜା ସୀବଃକୁ କହିଲେ, “ସେହି କାରଣରୁ, ବର୍ତ୍ତମାନ ମୁଁ ତୁମ୍ଭକୁ ମଫୀବୋଶତର ସର୍ବସ୍ୱ ଦେଉଛି।” ସୀବଃ କହିଲା, “ମୁଁ ଆପଣଙ୍କୁ ପ୍ରଣାମ କରୁଅଛି ହେ ପ୍ରଭୁ ମହାରାଜ, ଆପଣଙ୍କୁ ଖୁସୀ କରିବା ପାଇଁ ମୁଁ ସର୍ବଦା ଆଶା କରୁଛି।”


ତା'ପରେ ସେ ଉତ୍ତର ଦେଲା, “ମୁଁ ତୁମ୍ଭ ଦାସୀ ତୁମ୍ଭ ଆଖିରେ ଅନୁଗ୍ରହ ପ୍ରାପ୍ତ ହେଉ।” ଆଉ ସେ (ସ୍ତ୍ରୀ) ଆପଣା ପଥରେ ଗଲା ଓ ଭୋଜନ କଲା ଏବଂ ତା'ର ମୁହଁ ଆଉ ବିଷର୍ଣ୍ଣ ହେଲା ନାହିଁ।


ଦିନେ ଋତ (ମୋୟାବ ଦେଶୀୟ) ନୟମୀକୁ କହିଲେ, “ମୁଁ କ୍ଷେତକୁ ଯିବା ପାଇଁ ଗ୍ଭହେଁ। କେହି ମୋତେ ଅନୁଗ୍ରହ ଦେଖାଇ ପାରନ୍ତି। ଯଦି ଯେକେହି ତା’ ପଛରେ କିଛି ଶସ୍ୟ ଛାଡ଼ି ଯାଏ ମୁଁ ତାକୁ ସାଉଁଟି ଆଣିବି।” ନୟମୀ କହିଲେ, “ଯାଅ ମୋର କନ୍ୟା।”


ଲୋକମାନେ କହିଲେ, “ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ। ଆପଣଙ୍କ କୃପା ଦୃଷ୍ଟି ହେଲେ ଆମ୍ଭେମାନେ ଫାରୋଙ୍କର ଦାସ ହେବୁ।”


ତେଣୁ ମୁଁ ବିନତି କରୁଛି ତୁମ୍ଭେ ମୋର ଉପହାର ଗ୍ରହଣ କର। ପରମେଶ୍ୱର ମୋ’ ପ୍ରତି ସଦୟ ହୋଇଛନ୍ତି। ମୋର ଆବଶ୍ୟକତାଠାରୁ ଅଧିକ ପାଇଛି।” ଯାକୁବ ଏଷୌକୁ ଉପହାରଗୁଡ଼ିକ ଗ୍ରହଣ କରିବା ପାଇଁ ପ୍ରବର୍ତ୍ତାଇଲେ। ତେଣୁ ସେ ସେଗୁଡ଼ିକୁ ଗ୍ରହଣ କଲେ।


ଏଣୁ ପରମେଶ୍ୱର ଆମ୍ଭମାନଙ୍କ ପିତାଙ୍କଠାରୁ ଯେଉଁସବୁ ଧନ ନେଇଅଛନ୍ତି, ସେହିସବୁ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନ ଗଣର। ଏଣୁ ପରମେଶ୍ୱର ଯାହା କହିଲେ, ତୁମ୍ଭେ ତାହା କର।”


ଏହିପରି ଯାକୁବ ଅତିଶୟ ଧନୀ ହେଲେ। ଏବଂ ତାଙ୍କର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।


“କିନ୍ତୁ ଯଦି ସେବକଟି ଦୁଷ୍ଟ ହୋଇଥିବ ଓ ମନେ ମନେ କହିବ, ମୋ’ ମାଲିକ ତୁରନ୍ତ ଆସିବେ ନାହିଁ, ତେବେ କ’ଣ ଘଟିବ? ସେ ଅନ୍ୟ ପୁରୁଷ ଓ ମହିଳା ସେବକମାନଙ୍କୁ ମାରପିଟ୍ କରିବା ଆରମ୍ଭ କରିଦେବ ଓ ନିଜେ ଖିଆପିଆରେ ବୁଡ଼ି ରହିବ ଓ ମଦ ପିଇ ମାତାଲ ହେବ।


ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ନିଜ ଦେଶର ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ। ମୁଁ ତୁମ୍ଭ ସହିତ ରହିବି।”


Swiv nou:

Piblisite


Piblisite