Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 4:2 - ପବିତ୍ର ବାଇବଲ

2 ଏହା ପରେ ହବା କୟିନର ଭାଇ ହେବଲଙ୍କୁ ଜନ୍ମ କଲା। ହେବଲ ମେଷପାଳକ ଓ କୟିନ କୃଷକ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏଥିଉତ୍ତାରୁ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ହେବଲ ମେଷପାଳକ ଓ କୟିନ କୃଷକ ଥିଲେ।

Gade chapit la Kopi

ଓଡିଆ ବାଇବେଲ

2 ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।

Gade chapit la Kopi




ଆଦି ପୁସ୍ତକ 4:2
19 Referans Kwoze  

ନିଜ ଭାଇକୁ ଘୃଣା କରୁଥିବା ପ୍ରତ୍ୟେକ ଲୋକ ନିଜେ ହତ୍ୟାକାରୀ ଅଟେ। ତୁମ୍ଭେ ତ ଜାଣିଛ ଯେ, କୌଣସି ହତ୍ୟାକାରୀଠାରେ ଅନନ୍ତ ଜୀବନ ନାହିଁ।


ଆମ୍ଭେ କୟିନ ଭଳି ହେବା ଉଚିତ୍ ନୁହେଁ। କାରଣ ତାହାଙ୍କଠାରେ ପାପାତ୍ମା ଥିଲା। ସେ ନିଜ ଭାଇ ହେବଲକୁ ହତ୍ୟା କଲା। ସେ ତା'ର ଭାଇକୁ କାହିଁକି ହତ୍ୟା କଲା? ସେ ଏପରି କଲା, କାରଣ ତା'ର କାର୍ଯ୍ୟଗୁଡ଼ିକ ମନ୍ଦ ଥିଲା ଓ ତା’ ଭାଇର କର୍ମଗୁଡ଼ିକ ଭଲ ଥିଲା।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ହେବଲଙ୍କ ରକ୍ତପାତଠାରୁ ଆରମ୍ଭ କରି ବେଦି ଓ ମନ୍ଦିରର ମଧ୍ୟସ୍ଥଳରେ ନିହତ ହୋଇଥିବା ଜିଖରିୟଙ୍କ ରକ୍ତପାତ ପର୍ଯ୍ୟନ୍ତ ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଙ୍କ ରକ୍ତପାତ ପାଇଁ ଏହି ସମୟରେ ବଞ୍ଚିଥିବା ଲୋକମାନଙ୍କୁ ଏହି ଦଣ୍ଡ ଭୋଗିବାକୁ ପଡ଼ିବ।


ତେଣୁ କେଉଁମାନେ ପରମେଶ୍ୱର ସନ୍ତାନ ଓ କେଉଁମାନେ ଶୟତାନର ସନ୍ତାନ, ତାହା ତୁମ୍ଭେମାନେ ଜାଣି ପାରିବ। ଯେଉଁମାନେ ସ‌‌‌‌‌ତ୍‌‌‌‌‌କର୍ମ କରନ୍ତି ନାହିଁ, ସେମାନେ ପରମେଶ୍ୱରଙ୍କର ସନ୍ତାନ ନୁହନ୍ତି, ଯେ କେହି ନିଜ ଭାଇକୁ ପ୍ରେମ କରେ ନାହିଁ, ସେ ମଧ୍ୟ ଈଶ୍ୱରଙ୍କର ସନ୍ତାନ ନୁହେଁ।


ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତା'ର ଇଚ୍ଛା ଅନୁସାରେ କାର୍ଯ୍ୟ କରୁଛ। ପ୍ରଥମରୁ ସେ ଜଣେ ଖୁଣୀ। ସେ ସର୍ବଦା ସତ୍ୟର ବିରୁଦ୍ଧ। ତା’ ଭିତରେ କୌଣସି ସତ୍ୟତା ନାହିଁ। ସେ ତା'ର ସ୍ୱଭାବରୁ ମିଛୁଆ। ସେ ମିଥ୍ୟାବାଦୀ, ସେ ମିଥ୍ୟାର ଜନ୍ମଦାତା।


ଫାରୋ ତାଙ୍କର ଭାଇମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କି କାର୍ଯ୍ୟ କରୁଅଛ?” ଭାଇମାନେ ଫାରୋଙ୍କୁ ଉତ୍ତର ଦେଲେ, “ହେ ଆମ୍ଭର ମହାଶୟ, ଆମ୍ଭେମାନେ ମେଷପାଳକ ଅଟୁ, ଆମ୍ଭର ପୂର୍ବପୁରୁଷମାନେ ପୂର୍ବରୁ ମେଷପାଳକ ଥିଲେ।”


ଯିଥ୍ରୋ ମୋଶାଙ୍କର ଶ୍ୱଶୁର ଥିଲେ। ଯିଥ୍ରୋ ମିଦିୟନୀୟମାନଙ୍କ ଯାଜକ ଥିଲେ। ମୋଶା ତାଙ୍କ ଶ୍ୱଶୁରଙ୍କର ମେଷପଲମାନଙ୍କର ଯତ୍ନ ନେଉଥିଲେ। ଦିନେ ମୋଶା ତାଙ୍କ ମେଷପଲକୁ ମରୁଭୂମିର ପଶ୍ଚିମପଟକୁ ଆଗେଇ ନେଲେ। ମୋଶା ହୋରେବ ନାମକ ଏକ ପର୍ବତକୁ ଗଲେ, ଯାହାକି ପରମେଶ୍ୱରଙ୍କର ପର୍ବତ ଥିଲା।


ମୁଁ ଜଣେ ମେଷପାଳକ ଥିଲି ଓ ସଦାପ୍ରଭୁ ମୋତେ ଆଣି କହିଲେ, ‘ଯାଅ ଓ ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କର।’


ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର। ଗର୍ଭାଶୟରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।


ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଶିଖିମକୁ ଯାଅ। ତୁମ୍ଭର ଭାଇମାନେ ସେଠାରେ ମେଣ୍ଢା ଚରାଉଛନ୍ତି।” ଯୋଷେଫ ଉତ୍ତର ଦେଲେ, “ମୁଁ ସେଠାକୁ ଯିବି।”


ନୋହ କୃଷକ ହେଲେ। ସେ କ୍ଷେତ୍ରରେ ଦ୍ରାକ୍ଷା ବୃକ୍ଷ ରୋପଣ କଲେ।


ତେଣୁ ସଦାପ୍ରଭୁ ପରମେଶ୍ୱର, ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରିଦେଲେ ଓ ସେ ଯେଉଁ ମୃତ୍ତିକାରୁ ସୃଷ୍ଟି ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ନିଯୁକ୍ତ କଲେ।


“ଏଣୁ ସୃଷ୍ଟି ଆରମ୍ଭରୁ ଯେତେବେଳେ ଭବିଷ୍ୟ‌ଦ୍‌ବକ୍ତାଙ୍କ ରକ୍ତପାତ ହୋଇଛି, ସେଥିପାଇଁ ଏହି ସମୟର ବଞ୍ଚିଥିବା ଲୋକମାନଙ୍କୁ ଦଣ୍ଡ ଭୋଗିବାକୁ ପଡ଼ିବ।


ଯେତେବେଳେ ସେହି ମନୁଷ୍ୟ ତା'ର ସ୍ତ୍ରୀ ହବା ସହିତ ସହବାସ କଲା, ସେ ଗର୍ଭବତୀ ହେଲା ଏବଂ ଏକ ପୁତ୍ରକୁ ଜନ୍ମ ଦେଲା, ଯାହାକୁ ସେ କୟିନ କହିଲା। ହବା କହିଲା, “ସଦାପ୍ରଭୁଙ୍କ ସହାୟତାରେ ମୁଁ ଏକ ମନୁଷ୍ୟ ଜନ୍ମ କରିଛି।”


କିଛି ସମୟ ପରେ, କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲା ଏବଂ ହେବଲ ନିଜର ପ୍ରଥମଜାତ ମେଷ ଆଣିଲା ଏବଂ ସେମାନଙ୍କର ସର୍ବୋତ୍ତମ ଅଂଶ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲକୁ ଓ ତାହାର ନୈବେଦ୍ୟକୁ ଗ୍ରହଣ କଲେ।


Swiv nou:

Piblisite


Piblisite