Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 44:4 - ପବିତ୍ର ବାଇବଲ

4 ସେମାନେ ନଗର ଛାଡ଼ିବା ପରେ ଯୋଷେଫ ତାଙ୍କର ଦାସଙ୍କୁ କହିଲେ, “ସେହି ଲୋକମାନଙ୍କୁ ଅନୁସରଣ କର। ସେମାନଙ୍କୁ ଅଟକାଇ କୁହ, ‘ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଉତ୍ତମ ବ୍ୟବହାର କଲୁ, କିନ୍ତୁ ତୁମ୍ଭେମାନେ କାହିଁକି ଏପରି ମନ୍ଦ ଆଚରଣ କଲ? କାହିଁକି ତୁମ୍ଭେମାନେ ଆମ୍ଭ ମହାଶୟଙ୍କର ରୂପା ପାତ୍ର ଗ୍ଭେରି କଲ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ନଗରରୁ ବାହାରି ବହୁତ ଦୂର ନ ଯାଉଣୁ, ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ କହିଲେ, ତୁମ୍ଭେ ଉଠି ସେହି ମନୁଷ୍ୟମାନଙ୍କ ପଛେ ପଛେ ଦୌଡ଼ି ଯାଇ ସେମାନଙ୍କ ସଙ୍ଗ ଧରି କୁହ, ତୁମ୍ଭେମାନେ ଉପକାର ବଦଳେ କାହିଁକି ଅପକାର କଲ?

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ନଗରରୁ ବାହାରି ବହୁତ ଦୂର ନ ଯାଉଣୁ, ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ କହିଲେ, “ତୁମ୍ଭେ ଉଠି ସେହି ମନୁଷ୍ୟମାନଙ୍କ ପଛେ ପଛେ ଦୌଡ଼ି ଯାଇ ସେମାନଙ୍କ ସଙ୍ଗ ଧରି କୁହ, ତୁମ୍ଭେମାନେ ଉପକାର ବଦଳେ କାହିଁକି ଅପକାର କଲ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ନଗରରୁ ବାହାରି ବହୁତ ଦୂର ନ ଯାଉଣୁ, ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ କହିଲେ, “ତୁମ୍ଭେ ଉଠି ସେହି ମନୁଷ୍ୟମାନଙ୍କ ପଛେ ପଛେ ଦୌଡ଼ିଯାଇ ସେମାନଙ୍କ ସଙ୍ଗ ଧରି କୁହ, ‘ତୁମ୍ଭେମାନେ ଉପକାର ବଦଳେ କାହିଁକି ଅପକାର କଲ?

Gade chapit la Kopi




ଆଦି ପୁସ୍ତକ 44:4
9 Referans Kwoze  

କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ମୁଁ ପରମପିତାଙ୍କ ନିର୍ଦ୍ଦେଶ ଅନୁସାରେ ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିସାରିଛି। ତୁମ୍ଭେ ସେସବୁ ଦେଖିଛ। ତେବେ କେଉଁ ଭଲ କାର୍ଯ୍ୟ ହେତୁ ତୁମ୍ଭେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛ?”


ମୁଁ କେବଳ ଭଲ କାର୍ଯ୍ୟ କରିଛି। କିନ୍ତୁ ସେହି ଲୋକମାନେ ମୋ’ ବିରୁଦ୍ଧରେ କେବଳ ମନ୍ଦକାର୍ଯ୍ୟ କରିଛନ୍ତି। ସଦାପ୍ରଭୁ ଦୟାକରି ମୋତେ କେବଳ ଭଲ ଜିନିଷ ଦିଅ, ଯାହା ମୋର ପ୍ରାପ୍ୟ ଅଟେ।


ଯେଉଁ ଲୋକ ଭଲ ବଦଳରେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।


ମୁଁ ସେହି ଲୋକମାନଙ୍କ ପାଇଁ ମଙ୍ଗଳ କାର୍ଯ୍ୟ କଲି। ସେମାନେ ମୋ’ ପ୍ରତି ଅମଙ୍ଗଳ କାର୍ଯ୍ୟ କଲେ। ମୁଁ ସେମାନଙ୍କୁ ପ୍ରେମ କଲି କିନ୍ତୁ ସେମାନେ ମୋତେ ଘୃଣା କଲେ।


କିନ୍ତୁ ଦେଖ, ସେଥିପାଇଁ ସେମାନେ ଆମ୍ଭମାନଙ୍କୁ କିପରି ପାରିଶ୍ରମିକ ଦେଉଛନ୍ତି। ସେମାନେ ଆମ୍ଭମାନଙ୍କୁ ତୁମ୍ଭ ଦେଶରୁ ବଳପୂର୍ବକ ବାହାର କରିଦେବାକୁ ଆସିଛନ୍ତି। ତୁମ୍ଭେ ଏହି ଦେଶ ଆମ୍ଭମାନଙ୍କୁ ଦେଇଥିଲ।


ଶାଉଲ କହିଲେ, “ତୁମ୍ଭେ ମୋ’ ଅପେକ୍ଷା ସତ୍ ବ୍ୟକ୍ତି ଅଟ। ତୁମ୍ଭେ ମୋ’ ପ୍ରତି ଭଲ ବ୍ୟବହାର ଦେଖାଇଛ। କିନ୍ତୁ ମୁଁ ତୁମ୍ଭ ପ୍ରତି ଖରାପ ବ୍ୟବହାର କରିଥିଲି।


“ସମସ୍ତ ଯୋଦ୍ଧା ଲୋକମାନେ ଉଚ୍ଛିନ୍ନ ହୋଇଗଲା ପରେ।


ତା’ ପରଦିନ ପ୍ରତ୍ୟୁଷରୁ, ଭାଇମାନଙ୍କୁ ଓ ତାଙ୍କର ଗଧମାନଙ୍କୁ ତାଙ୍କ ଦେଶକୁ ପଠାଇ ଦିଆଗଲା।


ଭାଇମାନେ ଭାରି ଦୁଃଖ ପ୍ରକାଶ କଲେ। ସେମାନେ ଦୁଃଖରେ ସେମାନଙ୍କର ପୋଷାକ ଚିରି ପକାଇଲେ। ସେମାନେ ସେମାନଙ୍କର ପଟଗୁଡ଼ିକ ଗଧ ପିଠିରେ ପକାଇ ନଗରକୁ ଫେରିଲେ।


Swiv nou:

Piblisite


Piblisite