Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 47:12 - ପବିତ୍ର ବାଇବଲ

12 ଯୋଷେଫ ତାଙ୍କର ପିତା, ଭାଇମାନଙ୍କୁ ଏବଂ ସେମାନଙ୍କ ପରିବାରକୁ ଆବଶ୍ୟକ ପରିମାଣରେ ଖାଦ୍ୟ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟ ଦ୍ରବ୍ୟ ଦେଇ ପ୍ରତିପାଳନ କଲେ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟ ଦ୍ରବ୍ୟ ଦେଇ ପ୍ରତିପାଳନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟଦ୍ରବ୍ୟ ଦେଇ ପ୍ରତିପାଳନ କଲେ।

Gade chapit la Kopi




ଆଦି ପୁସ୍ତକ 47:12
16 Referans Kwoze  

ମୁଁ ତୁମ୍ଭମାନଙ୍କର ଆଗାମୀ ପାଞ୍ଚ ବର୍ଷ ପାଇଁ ଯତ୍ନ ନେବି। ନ ହେଲେ ତୁମ୍ଭର ଏବଂ ତୁମ୍ଭ ପରିବାରର ଦରିଦ୍ର ଦଶା ଘଟିବ।’


ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନେବା ଜଣେ ଲୋକର କର୍ତ୍ତବ୍ୟ ଅଟେ। ଏପରିକି ଆଉ ମଧ୍ୟ ସେ ନିଜ ପରିବାରର ଯତ୍ନ ନେବା ଅଧିକ ଗୁରୁତ୍ୱପୂର୍ଣ୍ଣ। ଯଦି ଜଣେ ଲୋକ ସେହିପରି କରୁ ନାହିଁ, ତା'ହେଲେ ସେ ଲୋକ ସତ୍ୟ ବିଶ୍ୱାସକୁ ଅନୁସରଣ କରୁ ନାହିଁ। ସେହି ଲୋକ ଜଣେ ଅବିଶ୍ୱାସୀଠାରୁ ମଧ୍ୟ ଖରାପ।


କିନ୍ତୁ ଯଦି ଜଣେ ବିଧବାର ପୁଅଝିଅ ବା ନାତିନାତୁଣୀ ଥାଏ, ସେମାନେ ପ୍ରଥମରେ ନିଜ ପରିବାର ପ୍ରତି ସମ୍ମାନଭାବ ଦେଖାଇବା ଉଚିତ୍। ସେମାନେ ତାଙ୍କର ପିତାମାତାଙ୍କୁ ସାହାଯ୍ୟ କରିବା ଉଚିତ୍। ଏପରି କରିବା ଦ୍ୱାରା ସେମାନେ ନିଜର ପିତାମାତା ଓ ପିତାମହ ଓ ମାତାମହୀଙ୍କୁ ପ୍ରତିଦାନ କରି ଥା’ନ୍ତି। ତାହା ପରମେଶ୍ୱରଙ୍କୁ ପ୍ରସନ୍ନ କରେ।


ନିଜ ଶରୀର ସାଧନା ଅନେକାଂଶରେ ତୁମ୍ଭକୁ ସାହାଯ୍ୟ କରେ। କିନ୍ତୁ ପରମେଶ୍ୱରଙ୍କ ଉପାସନା କରିବା ଦ୍ୱାରା ତାହା ସମସ୍ତ ବିଷୟରେ ତୁମ୍ଭକୁ ସାହାଯ୍ୟ କରେ। ଏହା ବର୍ତ୍ତମାନର ଜୀବନରେ ଓ ଭବିଷ୍ୟତରେ ଜୀବନରେ ମଧ୍ୟ ତୁମ୍ଭ ପାଇଁ ଆଶୀର୍ବାଦ ଆଣେ।


ଆମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ। ଅତଏବ ତୁମ୍ଭମାନଙ୍କ ମଧ୍ୟରେ ଥିଲାବେଳେ ଆମ୍ଭେମାନେ ତୁମ୍ଭମାନଙ୍କ ଦ୍ୱାରା କାମ କରାଇବା ପାଇଁ ଆମ୍ଭ ଅଧିକାର ପ୍ରୟୋଗ କରି ପାରିଥାଆନ୍ତୁ। କିନ୍ତୁ ଆମ୍ଭେ ତୁମ୍ଭମାନଙ୍କ ସହିତ ଭଦ୍ର ବ୍ୟବହାର କଲୁ। ଜଣେ ମା ନିଜ ଶିଶୁମାନଙ୍କର ଯେପରି ଯତ୍ନ ନିଏ, ଆମ୍ଭେ ଠିକ୍ ସେହିପରି କଲୁ।


ବୃଦ୍ଧାବସ୍ଥାରେ ସେ ତୁମ୍ଭକୁ ସାନ୍ତ୍ୱନା ଦେବ ଓ ତୁମ୍ଭକୁ ପ୍ରତିପାଳନ କରିବ। ତୁମ୍ଭର ବୋହୂ ସାତୋଟି ପୁତ୍ର ଅପେକ୍ଷା ତୁମ୍ଭକୁ ଅଧିକ ପ୍ରେମ କରିବ।”


“ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ଯଦ୍ଦ୍ୱାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।


ତହିଁରୁ ଯାହା ଉତ୍ପନ୍ନ ହେବ। ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ। ପୁଣି ଅନ୍ୟ ଗ୍ଭରିଅଂଶ ଭୂମିର ବିହନପାଇଁ ଓ ତୁମ୍ଭେ ତୁମ୍ଭର ପରିଜନ ଏବଂ ତୁମ୍ଭର ପିଲାମାନଙ୍କ ପାଇଁ ଖାଦ୍ୟ ରହିବ।”


ଏବଂ ଏହିପରି ଭାବରେ ସମସ୍ତ ଲୋକ ଫାରୋଙ୍କର ଦାସ ହେଲେ। ମିଶରରେ ଗ୍ଭରିଆଡ଼େ ଲୋକମାନେ ଫାରୋଙ୍କର ଦାସ ହେଲେ।


ଯୋଷେଫ ଫାରୋଙ୍କ ନିକଟକୁ ଯାଇ କହିଲେ, “ମୋର ପିତା ଓ ଭାଇମାନେ ସେମାନଙ୍କର ସମସ୍ତ ପରିବାର ଏବେ କିଣାନ ଦେଶରୁ ଆସିଛନ୍ତି। ସେମାନଙ୍କର ସର୍ବଶ୍ୱ ଓ ପଶୁପଲ ସହ ସେମାନେ ଏହିଠାରେ ଅଛନ୍ତି। ସେମାନେ ବର୍ତ୍ତମାନ ଗୋଶନ ପ୍ରଦେଶରେ ଅଛନ୍ତି।”


ତେଣୁ ଭୟ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ସନ୍ତାନମାନଙ୍କର ଯତ୍ନ ନେବି।” ଏହି ପ୍ରକାରରେ ଯୋଷେଫ ତାଙ୍କର ଭାଇମାନଙ୍କୁ ମଧୁର ବଚନରେ ତୋଷିଲେ। ଏହିପରି କଥାରେ ସେ ତାଙ୍କର ଭାଇମାନଙ୍କୁ ସାନ୍ତ୍ୱନା ଦେଲେ।


ତେଣୁ ପରମେଶ୍ୱର ମୋତେ ଏଠାକୁ ପଠାଇଛନ୍ତି ତୁମ୍ଭକୁ ଆଗେଇ ନେବା ପାଇଁ। ତେଣୁ ମୁଁ ଏଠାରେ ତୁମ୍ଭ ଦେଶର ଲୋକମାନଙ୍କୁ ରକ୍ଷା କରି ପାରିବି।


ତୁମ୍ଭେ ପୁତ୍ର, ପୌତ୍ର ଓ ଗୋମେଷାଦି ସର୍ବଶ୍ୱ ସହିତ ଗୋଶନ ପ୍ରଦେଶରେ ବାସ କରି ମୋର ନିକଟବର୍ତ୍ତୀ ହେବ।


ଲୋକମାନେ ତାହାର ପିତୃ ବଂଶର ସକଳ ଗୌରବ ଓ ପ୍ରଧାନ ଜିନିଷ ତାହା ଉପରେ ଟଙ୍ଗାଇବେ। ସମସ୍ତ ବୟସ୍କ ଓ ଛୋଟ ପିଲାମାନେ ତା'ଉପରେ ନିର୍ଭର କରିବେ। ସେହି ଲୋକମାନେ ପାନପାତ୍ର ଅବଧି କଳଶ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ।”


Swiv nou:

Piblisite


Piblisite