Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 47:23 - ପବିତ୍ର ବାଇବଲ

23 ଏହା ପରେ ଯୋଷେଫ ପ୍ରଜାମାନଙ୍କୁ କହିଲେ, “ଆଜି ପର୍ଯ୍ୟନ୍ତ ମୁଁ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲି। ଏବେ ଏହି ବିହନ ନେଇ ଭୂମିରେ ବୁଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଅନନ୍ତର ଯୋଷେଫ ପ୍ରଜାମାନଙ୍କୁ କହିଲେ, ଦେଖ, ଆମ୍ଭେ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲୁ; ଏବେ ଏହି ବିହନ ନେଇ ଭୂମିରେ ବୁଣ।

Gade chapit la Kopi

ଓଡିଆ ବାଇବେଲ

23 ଏଥିଉତ୍ତାରେ ଯୋଷେଫ ପ୍ରଜାମାନଙ୍କୁ କହିଲେ, “ଦେଖ, ଆମ୍ଭେ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲୁ; ଏବେ ଏହି ବିହନ ନେଇ ଭୂମିରେ ବୁଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଥିଉତ୍ତାରେ ଯୋଷେଫ ପ୍ରଜାମାନଙ୍କୁ କହିଲେ, “ଦେଖ, ଆମ୍ଭେ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲୁ; ଏବେ ଏହି ବିହନ ନେଇ ଭୂମିରେ ବୁଣ।

Gade chapit la Kopi




ଆଦି ପୁସ୍ତକ 47:23
15 Referans Kwoze  

ପରମେଶ୍ୱର ହିଁ ବୁଣିବା ଲୋକ ପାଇଁ ବୀଜ ଓ ଖାଇବା ପାଇଁ ଖାଦ୍ୟ ଯୋଗନ୍ତି। ସେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବୃଦ୍ଧି କରାଇବେ। ସେ ତୁମ୍ଭମାନଙ୍କ ଭଲ କାମ ଗୁଡ଼ିକ ପାଇଁ ବିପୁଳ ଫସଲ ହେବାକୁ ଦେବେ।


“କିଏ ବିଶ୍ୱାସ ଯୋଗ୍ୟ ଓ ବିଜ୍ଞ ଗ୍ଭକର? ଯିଏ ଅନ୍ୟ ଗ୍ଭକରମାନଙ୍କୁ ଠିକ୍ ସମୟରେ ସେମାନଙ୍କର ଖାଦ୍ୟ ଦେବ, ମାଲିକ ସେହିଭଳି ଗ୍ଭକରକୁ ବିଶ୍ୱାସ କରିଥା’ନ୍ତି। କିଏ ସେ ଗ୍ଭକର, ସେହି କାମ କରିବା ପାଇଁ, ସେ କେଉଁ ଗ୍ଭକରକୁ ବିଶ୍ୱାସ କରିବେ?


“ବୃଷ୍ଟି ଓ ହିମ ଯେପରି ଆକାଶରୁ ପୃଥିବୀକୁ ଆସେ, ପୁନର୍ବାର ଫେରି ଯାଏ ନାହିଁ; ମାତ୍ର ଭୂମିକୁ ସିକ୍ତ କରେ ଓ ତାକୁ ଫଳବତୀ ଓ ତୃଣ ଆଦି ଉତ୍ପନ୍ନ କରାଏ, କୃଷିକାରୀକୁ ବୀଜ ବପନ କରିବାରେ ସାହାଯ୍ୟ କରେ ଓ ଭୋଜନକାରୀକୁ ଶସ୍ୟ ଯୋଗାଏ।


ତୁମ୍ଭେ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ବୀଜ ବୁଣ ଏବଂ ତା'ପରେ ତୁମ୍ଭର କାମ ବନ୍ଦ କରିବା ଉଚିତ୍। ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟାବେଳେ ଆପଣା ହସ୍ତ ବନ୍ଦ କର ନାହିଁ। କାରଣ ତୁମ୍ଭେ ଜାଣ ନାହିଁ କେଉଁ ମଞ୍ଜି ଭଲ ବଢ଼ିବ ଯାହାକୁ ତୁମ୍ଭେ ସକାଳରେ ବୁଣିଥିଲ, ଯେଉଁଗୁଡ଼ିକ ସନ୍ଧ୍ୟାରେ ବୁଣିଥିଲ କିଅବା ପ୍ରାୟ ଉଭୟ ଭଲ ବଢ଼ିବ।


ଯେଭଳି ଗରିବ ଲୋକ ତା'ର ଜମି ଗ୍ଭଷ କରେ ସେ ପ୍ରଚୁର ଶସ୍ୟ ପାଇପାରେ, କିନ୍ତୁ ଅନ୍ୟାୟ କାରଣରୁ ଏହା ବିନାଶ ହୁଏ।


ଯେଉଁ ଲୋକ ଆପଣା ଭୂମି ଚଷେ, ସେ ଯଥେଷ୍ଟ ଆହାର ପାଇବ। ମାତ୍ର ଯେ ବୃଥା ଅଭିମାନରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।


ଜଣେ ବ୍ୟକ୍ତି ଯିଏ ତା'ର ଶସ୍ୟ ବିକ୍ରୀ କରିବାକୁ ମନ କରେ, ତାହାକୁ ଲୋକମାନେ ଅଭିଶାପ ଦେବେ। କିନ୍ତୁ ଯେକେହି ଶସ୍ୟ ବିକ୍ରୟ କରେ ଇଚ୍ଛା ଏବଂ ନ୍ୟାୟ ସହିତ ତା'ର ମସ୍ତକକୁ ଆଶୀର୍ବାଦ ମିଳେ।


ଦରକାର ବେଳେ ଋଣ ଦେବା ଏବଂ ଉଧାର ହେବା, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ୟକ୍ତି ନିଜର ବ୍ୟାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।


ଯେଉଁ ବ୍ୟକ୍ତି ଗରିବ ଲୋକମାନଙ୍କୁ ସାହାଯ୍ୟ କରେ, ସେ ଅନେକ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ। ଯେତେବେଳେ ବିପଦ ଆସେ ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି।


ଦୁର୍ଭିକ୍ଷ ବର୍ତ୍ତମାନ ଦୁଇ ବର୍ଷ ଧରି ଗ୍ଭଲିଛି। ଆହୁରି ଏହିପରି ପାଞ୍ଚ ବର୍ଷ ହେବ। ଶସ୍ୟ କଅଁଳିବ ନାହିଁ।


ଆଉ ସେହି ସାତୋଟି ଦୁର୍ବଳ, ରୁ‌‌ଗ୍‌‌ଣ ଦେଖାଯାଉଥିବା ଗାଈଗୁଡ଼ିକ ସେହି ସାତୋଟି କୃଶ, କୁତ୍ସିତ ଗୋରୁ ସାତ ବର୍ଷ ସ୍ୱରୂପ। ଆଉ ପୂର୍ବୀୟ ବାୟୁରେ ଶୁଷ୍କ ସାତୁଟା ଶୀଷା ମଧ୍ୟ ଦୁର୍ଭିକ୍ଷର ସାତ ବର୍ଷ ସ୍ୱରୂପ।


ସେ କେବଳ ଯାଜକମାନଙ୍କର ଭୂମି କ୍ରୟ କଲେ ନାହିଁ। କାରଣ ଫାରୋ ସେମାନଙ୍କୁ ବୃତ୍ତି ଯୋଗାଇଲେ। ଏଣୁ ଫାରୋଙ୍କର ଦ୍ୱାରା ଦିଆ ଯାଇଥିବା ବୃତ୍ତିରେ ସେମାନେ ବଞ୍ଚୁଥିଲେ। ସେମାନେ ଆପଣା ଭୂମି ବିକ୍ରୟ କଲେ ନାହିଁ।


ତହିଁରୁ ଯାହା ଉତ୍ପନ୍ନ ହେବ। ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ। ପୁଣି ଅନ୍ୟ ଗ୍ଭରିଅଂଶ ଭୂମିର ବିହନପାଇଁ ଓ ତୁମ୍ଭେ ତୁମ୍ଭର ପରିଜନ ଏବଂ ତୁମ୍ଭର ପିଲାମାନଙ୍କ ପାଇଁ ଖାଦ୍ୟ ରହିବ।”


Swiv nou:

Piblisite


Piblisite