Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 47:7 - ପବିତ୍ର ବାଇବଲ

7 ଏହା ପରେ ଯୋଷେଫ ତାଙ୍କର ପିତା ଯାକୁବଙ୍କୁ ଫାରୋଙ୍କ ସହିତ ସାକ୍ଷାତ କରାଇଲେ। ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଅନନ୍ତର ଯୋଷେଫ ଆପଣା ପିତା ଯାକୁବଙ୍କୁ ଆଣି ଫାରୋଙ୍କ ସାକ୍ଷାତରେ ଉପସ୍ଥିତ କରାଇଲେ; ତହିଁରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।

Gade chapit la Kopi

ଓଡିଆ ବାଇବେଲ

7 ଏଥିଉତ୍ତାରେ ଯୋଷେଫ ଆପଣା ପିତା ଯାକୁବଙ୍କୁ ଆଣି ଫାରୋଙ୍କ ସାକ୍ଷାତରେ ଉପସ୍ଥିତ କରାଇଲେ; ତହିଁରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିଉତ୍ତାରେ ଯୋଷେଫ ଆପଣା ପିତା ଯାକୁବଙ୍କୁ ଆଣି ଫାରୋଙ୍କ ସାକ୍ଷାତରେ ଉପସ୍ଥିତ କରାଇଲେ; ତହିଁରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।

Gade chapit la Kopi




ଆଦି ପୁସ୍ତକ 47:7
18 Referans Kwoze  

ଏହା ପରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ। ତାଙ୍କ ଛାମୁରୁ ବିଦାୟ ନେଲେ।


ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ୱରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ୱରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।


ତା'ପରେ ଯୀଶୁ କିଛି ରୋଟୀ ନେଲେ। ରୋଟୀ ପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ସେ ରୋଟୀକୁ ଖଣ୍ଡ ଖଣ୍ଡ କରି ତାହା ପ୍ରେରିତମାନଙ୍କୁ ଦେଲେ। ତା'ପରେ ଯୀଶୁ କହିଲେ, “ଏହି ରୋଟୀ ମୋର ଶରୀର। ଏହା ମୁଁ ତୁମ୍ଭମାନଙ୍କ ପାଇଁ ଦେଉଛି। ମୋତେ ମନେ ରଖିବା ପାଇଁ ଏହା କର।”


ସେମାନେ ଖାଉଥିବା ବେଳେ, ଯୀଶୁ ରୋଟୀ ନେଲେ। ସେହି ରୋଟୀ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ତା'ପରେ ରୋଟୀ ଛିଣ୍ଡେଇଲେ, ତାହାକୁ ଶିଷ୍ୟମାନଙ୍କୁ ଦେଲେ। ଯୀଶୁ କହିଲେ, “ଏହି ରୋଟୀ ନିଅ ଓ ଖାଅ। ଏ ରୋଟୀ ମୋର ଶରୀର।”


ଏହା ପରେ ଇଲୀଶାୟ ଗିହେଜୀକୁ କହିଲେ, “ଯିବାକୁ ପ୍ରସ୍ତୁତ ହୁଅ। ମୋର ଯଷ୍ଟିଟିକୁ ସଙ୍ଗରେ ନିଅ। ଗଲାବେଳେ କୌଣସି ସ୍ଥାନରେ ଟିକିଏ ହେଲେ ଅଟକିବ ନାହିଁ। ଏପରିକି କାହାରିକୁ ଦେଖିଲେ ନମସ୍କାର କର ନାହିଁ ଓ କେହି ନମସ୍କାର କଲେ ତାକୁ ଉତ୍ତର ଦିଅ ନାହିଁ। ମୋର ଯଷ୍ଟି ନେଇ ସେହି ବାଳକର ମୁଖ ଉପରେ ରଖି ଦିଅ।”


ରାଜା ବର୍ସିଲ୍ଲୟକୁ ଚୁମ୍ବନ ଦେଇ ବିଦାୟ ଦେଲେ ଓ ଆଶୀର୍ବାଦ କଲେ। ବର୍ସିଲ୍ଲୟ ଗୃହକୁ ଫେରିଗଲା ଓ ରାଜା ଓ ସମସ୍ତ ଲୋକ ଯର୍ଦ୍ଦନ ପାର ହେଲେ।


ଯୋୟାବ ମୁଣ୍ଡ ନୂଆଁଇ ରାଜାଙ୍କୁ ପ୍ରଣାମ କଲା ଓ ରାଜାଙ୍କ ନାମରେ ଜୟଗାନ କଲା। ସେ କହିଲା, ହେ ରାଜା! “ମୁଁ ଜାଣେ ଯେ, ଆଜି ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଇଛି। “ଏହା ଆଜି ମୁଁ ଜାଣେ କାରଣ ଆପଣଙ୍କର ଦାସର କଥାନୁସାରେ କାର୍ଯ୍ୟ କଲେ।”


ତେଣୁ ତୋହି ତାଙ୍କର ପୁତ୍ର ଯୋରାମକୁ ରାଜା ଦାଉଦଙ୍କୁ ଅଭ୍ୟର୍ଥନା କରିବା ପାଇଁ ଓ ଯୁଦ୍ଧରେ ହଦଦେଷର ବିରୁଦ୍ଧରେ ଜୟଲାଭ କରିଥିବାରୁ ଶୁଭେଚ୍ଛା ଜଣାଇବା ପାଇଁ ପଠାଇଲେ। ପୂର୍ବରୁ ହଦଦେଷର ତୋହି ସହିତ ଯୁଦ୍ଧରେ ରତ ଥିଲେ। ଯୋରାମ ନିଜ ସଙ୍ଗରେ ସୁନା, ରୂପା ଓ ପିତ୍ତଳ ଉପହାରମାନ ମଧ୍ୟ ଆଣିଥିଲେ।


ପୁଣି ଏଲି ଇ‌ଲ୍‌କାନାକୁ ଓ ତା'ର ସ୍ତ୍ରୀକୁ ଆଶୀର୍ବାଦ କଲେ ଏବଂ କହିଲେ, “ସଦାପ୍ରଭୁଙ୍କର ଏହି ସ୍ତ୍ରୀଲୋକ ପ୍ରତି ଗୋଟିଏ ପିଲା ପାଇଁ ଆଶୀର୍ବାଦ ହେଉ, ହନାହାବ ପୁତ୍ର ପ୍ରାର୍ଥନା କରୁଥିବା ସ୍ଥାନକୁ ନିଆ ହେଉ ଏବଂ ତା'ପରେ ସଦାପ୍ରଭୁଙ୍କୁ ଦେଲେ।” ଏହା ପରେ ସେମାନେ ଆପଣା ଗୃହକୁ ଫେରିଗଲେ।


ଯିହୋଶୂୟ ଯିଫୁନ୍ନିର ପୁତ୍ର କାଲେ‌‌ବ‌ଙ୍କୁ ଆଶୀର୍ବାଦ କଲେ ଏବଂ ହିବ୍ରୋଣ ସହରକୁ ତାଙ୍କୁ ଦେଲେ।


ତୁମ୍ଭେ ତୁମ୍ଭର ମେଷ, ଗାଈ ଗୋରୁ ସମସ୍ତ ନେଇ ଯାଅ ଏବଂ ମୋତେ ଆଶୀର୍ବାଦ କର।”


ଏହା ପରେ ସେ କିରିୟଥର୍ବ ଅର୍ଥାତ୍ ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନରେ ଅବ୍ରହାମ ଓ ଇ‌ସ୍‌ହାକ ପ୍ରବାସ କରିଥିଲେ, ସେହି ସ୍ଥାନରେ ଯାକୁବ ଆପଣା ପିତା ଇ‌ସ୍‌ହାକ ନିକଟରେ ଉପସ୍ଥିତ ହେଲେ।


ଏବଂ ଫାରୋ ତାଙ୍କୁ ପଗ୍ଭରିଲେ, “ତୁମ୍ଭର ବୟସ କେତେ?”


ଏହା ପରେ ଯିହୋଶୂୟ ସେମାନଙ୍କୁ ଆଶୀର୍ବାଦ କଲେ ଓ ପଠେଇ ଦେଲେ। ଏବଂ ସେମାନେ ସେମାନଙ୍କର ଗୃହକୁ ପ୍ରତ୍ୟାବର୍ତ୍ତନ କଲେ।


ଅଷ୍ଟମ ଦିନରେ ଶଲୋମନ ଲୋକମାନଙ୍କୁ ବିଦାୟ ଦେଲେ। ସମସ୍ତ ଲୋକେ ରାଜାଙ୍କୁ ଧନ୍ୟବାଦ ଦେଇ ସେମାନଙ୍କର ଘରକୁ ଗଲେ। ସଦାପ୍ରଭୁ ନିଜର ଦାସ ଦାଉଦଙ୍କ ପ୍ରତି ଓ ନିଜର ସନ୍ତାନ ଇସ୍ରାଏଲ ପ୍ରତି ଯେଉଁସବୁ ମଙ୍ଗଳବିଧାନ କଲେ, ତାହା ହୃଦୟଙ୍ଗମ କରି ପ୍ରତ୍ୟେକ ନିଜ ନିଜ ତମ୍ବୁକୁ ପ୍ରତ୍ୟାବର୍ତ୍ତନ କଲେ।


ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ।


Swiv nou:

Piblisite


Piblisite