Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 50:2 - ପବିତ୍ର ବାଇବଲ

2 ଯୋଷେଫ ତାଙ୍କର ବୈଦ୍ୟମାନଙ୍କୁ ତାଙ୍କ ପିତାଙ୍କର ଶରୀରକୁ ସଂସ୍କାର ନିମନ୍ତେ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଲେ। ସେମାନେ ଶରୀରକୁ ମିଶରୀୟ ପଦ୍ଧତିରେ ପ୍ରସ୍ତୁତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟାକ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କଲେ।

Gade chapit la Kopi




ଆଦି ପୁସ୍ତକ 50:2
10 Referans Kwoze  

ଆସା ଦାଉଦଙ୍କ ନଗରରେ ନିଜ ନିମନ୍ତେ ଯେଉଁ ସମାଧି ନିର୍ମାଣ କରିଥିଲେ, ଲୋକମାନେ ତାଙ୍କୁ ସେହି ସମାଧିରେ କବର ଦେଲେ। ଲୋକମାନେ ତାଙ୍କୁ ଏପ୍ରକାର ଏକ ଶଯ୍ୟାରେ ରଖିଲେ, ଯାହା ବିଭିନ୍ନ ପ୍ରକାର ମସଲା ଓ ମିଶ୍ରିତ ସୁଗନ୍ଧିତ ଅତରରେ ପୂର୍ଣ୍ଣ ଥିଲା। ଆସାଙ୍କୁ ସମ୍ମାନ ଦେବା ନିମନ୍ତେ ଲୋକମାନେ ଏକ ବିରାଟ ଅଗ୍ନିଦାହ କଲେ।


ଏହି ପ୍ରକାରରେ ଯୋଷେଫ 110 ବର୍ଷ ବୟସରେ ମଲେ। ସେମାନେ ଶରୀରକୁ ସଂସ୍କାର ନିମନ୍ତେ ପ୍ରସ୍ତୁତ କଲେ ଏବଂ ତାକୁ ମିଶରରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ।


ବିଶ୍ରାମ ଦିବସର ପରଦିନ ମ‌ଗ୍‌ଦଲୀନୀ ମରିୟମ, ଯାକୁବଙ୍କ ମା ମରିୟମ ଓ ଶଲୋମୀ, ଯୀଶୁଙ୍କ ଶରୀରକୁ ଅଭିଷିକ୍ତ କରିବା ପାଇଁ କିଛି ସୁଗନ୍ଧିତ ତେଲ ଆଣିଲେ।


ଏହି ସ୍ତ୍ରୀଲୋକ ମୋ’ ଦେହରେ ଅତର ଢାଳିଛି। ମୋର ସମାଧି ନିମନ୍ତେ ମୋତେ ପ୍ରସ୍ତୁତ କରିବା ପାଇଁ ସେ ଏହା କରିଛି,


ଯୀଶୁ ଉତ୍ତର ଦେଲେ, “ମରିୟମକୁ ବାଧା ଦିଅ ନାହିଁ। ସେ ଅତର ସଞ୍ଚୟ କରି ମୋର ସମାଧି କ୍ରିୟାର ପ୍ରସ୍ତୁତି ପାଇଁ ଆଜି ଏହା କରିଛି।


ସପ୍ତାହର ପ୍ରଥମ ଦିନ ଅତି ସକାଳୁ ସେହି ସ୍ତ୍ରୀ ଲୋକମାନେ ଯେଉଁଠାରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସେହି ସ୍ଥାନକୁ ଆସିଲେ। ସେମାନେ ନିଜେ ପ୍ରସ୍ତୁତ କରିଥିବା ସୁଗନ୍ଧିତ ଦ୍ରବ୍ୟ ସଙ୍ଗରେ ଆଣିଥିଲେ।


“ଏ ସ୍ତ୍ରୀ ଲୋକଟି ମୋ’ ପାଇଁ ଯାହା କରି ପାରିବାର ଶକ୍ତି ଥିଲା, ସେ ସେତକ କରିଛି। ସମାଧି ନିମନ୍ତେ ମୋ’ ଦେହକୁ ପ୍ରସ୍ତୁତ କରିବା ପାଇଁ ସେ ମୋ’ ଦେହରେ ମୋର ମୃତ୍ୟୁ ପୂର୍ବରୁ ଅତର ଢାଳିଛି।


ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ହେତୁରୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ସେ ସ୍ଥିର କଲେ, “ମୁଁ ଅପେକ୍ଷା କରିବି ମୋର ପିତାଙ୍କର ଶୋକର ସମୟ ବିତିବା ଯାଏ। ଏହା ପରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”


ଇସ୍ରାଏଲ ମରିଯିବା ପରେ, ଯୋଷେଫ ବହୁତ ଦୁଃଖ କଲେ ଏବଂ ସେ ରୋଦନ କଲେ ଓ ପିତାଙ୍କୁ ଚୁମ୍ବନ କଲେ।


Swiv nou:

Piblisite


Piblisite