ଆଦି ପୁସ୍ତକ 9:21 - ପବିତ୍ର ବାଇବଲ21 ନୋହ ତହିଁରୁ ଦ୍ରାକ୍ଷାରସ ପ୍ରସ୍ତୁତି କରି ପାନ କଲେ। ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତାଙ୍କର ଲୁଗାପଟା ଖୋଲିଦେଇ ତାଙ୍କର ତମ୍ବୁରେ ପଡ଼ି ରହିଲେ। ସେ କୌଣସି ବସ୍ତ୍ର ପରିଧାନ କରି ନ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ଵୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ। Gade chapit laଓଡିଆ ବାଇବେଲ21 ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ। Gade chapit la |
ସେଥିପାଇଁ ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ଯେ, ତୁମ୍ଭେ ମୋ'ଠାରୁ ଅଗ୍ନିରେ ଖାଣ୍ଟି ହୋଇଥିବା ସୁନା କିଣ। ତା'ପରେ ତୁମ୍ଭେ ପ୍ରକୃତରେ ଧନୀ ହୋଇଯିବ। ମୁଁ ତୁମ୍ଭକୁ ଏହା କହୁଛି: ଧଳା ବସ୍ତ୍ର କିଣ। ତେବେ ତୁମ୍ଭେ ନିଜର ଲଜ୍ଜାପୂର୍ଣ୍ଣ ଉଲଗ୍ନତାକୁ ଘୋଡ଼େଇ ରଖିପାରିବ। ମୁଁ ତୁମ୍ଭକୁ ଔଷଧ କିଣି ଆଖିରେ ଲଗାଇବା ପାଇଁ ମଧ୍ୟ କହୁଛି। ତାହାହେଲେ ତୁମ୍ଭେ ପ୍ରକୃତରେ ଦେଖି ପାରିବ।