Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 9:23 - ପବିତ୍ର ବାଇବଲ

23 ସେତେବେଳେ ଶେମ ଓ ଯେଫତ୍ କାନ୍ଧରେ ବସ୍ତ୍ର ଘେନି ପଶ୍ଚାତ୍ ଗତି କରି ଆପଣାମାନଙ୍କର ପିତାଙ୍କର ଉଲଗ୍ନତା ଆଚ୍ଛାଦନ କଲେ। ସେମାନେ ପଛ କରି ଯାଇଥିବାରୁ ପିତାଙ୍କର ଉଲଗ୍ନତା ଦିଖି ପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

23 ସେତେବେଳେ ଶେମ ଓ ଯେଫତ୍‍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍‍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେତେବେଳେ ଶେମ ଓ ଯେଫତ୍‍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍‍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।

Gade chapit la Kopi




ଆଦି ପୁସ୍ତକ 9:23
11 Referans Kwoze  

ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରିପାରେ। ସେତେବେଳେ ତୁମ୍ଭେମାନେ ଆତ୍ମିକ ଲୋକ ହୋଇଥିବାରୁ, ଭଦ୍ରତା ସହକାରେ ଭୁଲକାର୍ଯ୍ୟ କରୁଥିବା ଲୋକଟିକୁ ସଂଶୋଧନ ହେବା ପାଇଁ ସାହାଯ୍ୟ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭେମାନେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷାରେ ପଡ଼ି ନ ଯାଅ।


“ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ଯଦ୍ଦ୍ୱାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।


ସବୁଠାରୁ ବଡ଼ କଥା ହେଲା ଯେ, ପରସ୍ପରକୁ ନିବିଡ଼ ଭାବେ ପ୍ରେମ କର।


ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ୱରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ୱରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।


ଯେଉଁ ଲୋକ ଜଣେ ପ୍ରାଚୀନ ବିରୁଦ୍ଧରେ ନିନ୍ଦା କରେ, ଓ ତା’ ସହିତ ଯଦି ଅନ୍ୟ ଦୁଇ ବା ତିନି ଜଣ ଲୋକ ମଧ୍ୟ ପ୍ରାଚୀନ ଲୋକ ଭୁଲ୍ କରିଛନ୍ତି ବୋଲି କୁହନ୍ତି, ତା'ହେଲେ ଯାଇ ସେ ଲୋକର କଥା ତୁମ୍ଭେ ଶୁଣିବ।


ମଣ୍ଡଳୀକୁ ଉତ୍ତମରୂପେ ଆଗେଇ ନେଇ ଯାଉଥିବା ପ୍ରାଚୀନମାନେ ଅତ୍ୟଧିକ ସମ୍ମାନ ପାଇବା ଉଚିତ୍। ଯେଉଁ ପ୍ରାଚୀନମାନେ ପ୍ରଗ୍ଭର ଓ ଉପଦେଶ ପ୍ରଦାନ କରୁଛନ୍ତି, ସେମାନେ ଅତ୍ୟଧିକ ସମ୍ମାନର ଅଧିକାରୀ ଅଟନ୍ତି।


ତୁମ୍ଭେ ଜଣେ ବୟସ୍କ ଲୋକ ସହିତ ରାଗରେ କଥାବାର୍ତ୍ତା କର ନାହିଁ। ନିଜ ପିତା ବୋଲି ଭାବି ତାହାଙ୍କ ସହିତ କଥା କୁହ। ସାନମାନଙ୍କ ପ୍ରତି ନିଜ ଭାଇ ଭଳି ଆଚରଣ କର।


ସମାଜରେ ଯାହାଙ୍କର ଯାହା ପ୍ରାପ୍ୟ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦେବା କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦେଇ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସେମାନଙ୍କୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦେବା କଥା ସେମାନଙ୍କୁ ସମ୍ମାନ ଦିଅ।


“ବୃଦ୍ଧ ଲୋକଙ୍କୁ ସମ୍ମାନ ଦିଅ। ସେମାନେ ତୁମ୍ଭ ପାଖକୁ ଆସିଲେ ଛିଡ଼ା ହୋଇଯାଅ, ଛିଡ଼ା ହୋଇ ଥିଲେ ତାଙ୍କୁ ସମାଦର କରିବ। ତୁମ୍ଭେମାନେ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ଭୟ କରିବା ଉଚିତ୍। ମୁଁ ନିତ୍ୟ ସଦାପ୍ରଭୁ ଅଟେ।


କିଣାନର ପିତା ହାମ ଆପଣା ପିତାଙ୍କର ଉଲଗ୍ନତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଗ୍ଭର ଦେଲେ।


ଏହା ପରେ ନୋହ ଉଠିଲେ (ସେ ମଦ୍ୟ ପାନକରି ଶୋଇଥିଲେ)। ସେ ଜାଣିଲେ ଯେ ତାଙ୍କର ସାନପୁଅ ତାଙ୍କ ପାଇଁ କ’ଣ କରିଛନ୍ତି।


Swiv nou:

Piblisite


Piblisite