Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 9:26 - ପବିତ୍ର ବାଇବଲ

26 ନୋହ ମଧ୍ୟ ଏପରି କହିଲେ, “ଶେମ ଆଶୀର୍ବାଦ ପ୍ରାପ୍ତ ସଦାପ୍ରଭୁ ପରମେଶ୍ୱରଙ୍କ ଦ୍ୱାରା କିଣାନ ଶେମର ଦାସ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆଉ ସେ କହିଲେ, ଶେମର ପରମେଶ୍ଵର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।

Gade chapit la Kopi

ଓଡିଆ ବାଇବେଲ

26 ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।

Gade chapit la Kopi




ଆଦି ପୁସ୍ତକ 9:26
15 Referans Kwoze  

ସେହିପରି ଲୋକମାନେ ହେଉଛନ୍ତି ଧନ୍ୟ, ଯାହାର ଏହିଭଳି ଅଛି। ସେହି ଲୋକମାନେ ଧନ୍ୟ ହୁଅନ୍ତୁ, ଯାହାର ପରମେଶ୍ୱର ହେଉଛନ୍ତି ସଦାପ୍ରଭୁ।


କିନ୍ତୁ ବାସ୍ତବିକ ସେମାନେ ଗୋଟିଏ ଅପେକ୍ଷାକୃତ ଭଲ ଦେଶ ପାଇଁ ଅପେକ୍ଷା କରୁଥିଲେ, ଯାହାକି ଗୋଟିଏ ସ୍ୱର୍ଗୀୟ ଦେଶ। ତେଣୁ ପରମେଶ୍ୱର ସଙ୍କୋଚ କଲେ ନାହିଁ, ସେମାନଙ୍କର ପରମେଶ୍ୱର ଭାବରେ ପରିଚିତ ହେବା ପାଇଁ। ସେହି ଲୋକମାନଙ୍କ ଲାଗି ପରମେଶ୍ୱର ଗୋଟିଏ ନଗର ତିଆରି କରି ରଖି ଅଛନ୍ତି।


ସେମାନେ ଆମ ପୂର୍ବପୁରୁଷମାନଙ୍କର ବଂଶଧର ଅଟନ୍ତି। ସେମାନେ ସଂସାରରେ ଖ୍ରୀଷ୍ଟଙ୍କର ପରିବାର। ସମସ୍ତ ବିଷୟରେ ଖ୍ରୀଷ୍ଟ ପରମେଶ୍ୱର ଅଟନ୍ତି। ତାହାଙ୍କୁ ସର୍ବଦା ପ୍ରଶଂସା କର ଆମେନ୍।


“ହେ ଯିଶୁରୁଣ, ପରମେଶ୍ୱରଙ୍କ ପରି ଆଉ କେହି ନାହିଁ। ସେ ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଆକାଶରେ ଭ୍ରମଣ କରନ୍ତି। ତାଙ୍କର ମହିମା ବାଦଲ ଉପରେ ଆରୋହଣ କରେ।


ଇ‌ସ୍‌ହାକ ଉତ୍ତର ଦେଲେ, “ହୋଇଗଲା, ତୁମ୍ଭକୁ ଶାସନ କରିବା ପାଇଁ, ମୁଁ ଯାକୁବକୁ କ୍ଷମତା ଦେଲି। ଏବଂ ମୁଁ ତାଙ୍କୁ କହିଲି ତୁମ୍ଭର ସମସ୍ତ ଭାଇ ତୁମ୍ଭର ସେବା କରିବେ। ଏବଂ ମୁଁ ତାଙ୍କୁ ପ୍ରବଳ ଫସଲ ଓ ପ୍ରଚୁର ଦ୍ରାକ୍ଷାରସ ଜାତ ହେବା ପାଇଁ ଆଶୀର୍ବାଦ କରି ସାରିଛି। କ’ଣ ମୁଁ କରି ପାରିବି, ମୋ’ ପୁତ୍ର।”


ତୁମ୍ଭେ ଖ‌‌‌‌ଡ଼୍‌‌‌‌ଗଜୀବି ଓ ଆପଣା ଭ୍ରାତାର ଦାସ ହେବ। କିନ୍ତୁ ତୁମ୍ଭେ ଯେତେବେଳେ ପ୍ରସ୍ତୁତ, ତୁମ୍ଭ କାନ୍ଧରୁ ଜୁଆଳି କାଢ଼ି ଦେବ, ତେବେ ତୁମ୍ଭେ ମୁକ୍ତି ପାଇବ।”


ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହୁଅନ୍ତୁ ଯିଏ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ଦେଲେ।” ଏବଂ ଅବ୍ରାମ ଯୁଦ୍ଧରୁ ନେଇଥିବା ସବୁ ଦ୍ରବ୍ୟର ଏକ ଦଶମାଂଶ ତାଙ୍କୁ ଦେଲେ।


ସେହି ଦାସଜଣକ କହିଲେ, “ମୋର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହୁଅନ୍ତୁ। ଯେହେତୁ ସଦାପ୍ରଭୁ ମୋର କର୍ତ୍ତାଙ୍କ ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି। ସଦାପ୍ରଭୁ ମୋ’ କର୍ତ୍ତାଙ୍କର ସମ୍ପର୍କୀୟଙ୍କ ଗୃହକୁ କଢ଼ାଇ ନେଲେ।”


ସବୁ ଲୋକ ତୁମ୍ଭର ସେବା କରନ୍ତୁ। ସବୁ ଜାତି ତୁମ୍ଭ ନିକଟରେ ମସ୍ତକ ଅବନତ କରନ୍ତୁ। ତୁମ୍ଭର ଭାଇ ଉପରେ ତୁମ୍ଭେ ଶାସନ କର। ତୁମ୍ଭର ମା’ର ସନ୍ତାନ ତୁମ୍ଭକୁ ମାନୁ। ଯେ ତୁମ୍ଭକୁ ଅଭିଶାପ ଦିଏ ସେ ଅଭିଶପ୍ତ ହେଉ। ଯେ ତୁମ୍ଭକୁ ଆଶୀର୍ବାଦ କରେ ସେ ଆଶୀର୍ବାଦ ପ୍ରାପ୍ତ ହେଉ।”


ଇସ୍ରାଏଲୀୟମାନେ ସେମାନଙ୍କୁ ବିନାଶ କରିବାକୁ କ୍ଷମ ହୋଇ ନ ଥିଲେ। ମାତ୍ର ଶଲୋମନ ସେମାନଙ୍କୁ ବେଠିକର୍ମ କରିବାକୁ ଦାସରୂପେ ସଂଗ୍ରହ କଲେ। ଅବଧି ସେମାନେ ଦାସ ହୋଇ ରହିଛନ୍ତି।


ଏଥିନିମନ୍ତେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ। ତୁମ୍ଭେମାନେ ମୋର ପରମେଶ୍ୱରଙ୍କ ଗୃହର କାଠ ‌‌କଟାଳୀ ଓ ଜଳ ‌‌କଢ଼ାଳୀ ହୋଇ ସବୁଦିନ ପାଇଁ ରହିବ।”


ଏହା ପରେ ଇସ୍ରାଏଲର ଲୋକମାନେ ଶକ୍ତିଶାଳୀ ହେବାକୁ ଲାଗିଲେ ଏବଂ ସେମାନଙ୍କର କ୍ରୀତଦାସ କରିବା ପାଇଁ ସେମାନେ କିଣାନୀୟମାନଙ୍କୁ ବାଧ୍ୟ କଲେ। କିନ୍ତୁ କିଣାନୀୟମାନଙ୍କୁ ତଡ଼ିଦେବାକୁ ସେମାନେ ସକ୍ଷମ ହୋଇ ନ ଥିଲେ।


Swiv nou:

Piblisite


Piblisite