ହାଗୟ 1:1 - ପବିତ୍ର ବାଇବଲ1 ପାରସ୍ୟ ରାଜା ଦାରିୟାବସଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷର ଛଅମାସର ପ୍ରଥମ ଦିବସରେ ହାଗୟ ପରମେଶ୍ୱରଙ୍କଠାରୁ ଏହି ବାର୍ତ୍ତା ପାଇଲେ। ଏହି ବାର୍ତ୍ତା ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କ ପାଇଁ ଥିଲା। ଯିରୁବ୍ବାବିଲ ଯିହୁଦାର ଦେଶାଧ୍ୟକ୍ଷ ଓ ଯିହୋଶୂୟ ଜଣେ ମହାନ ଯାଜକ ଥିଲେ। ଭବିଷ୍ୟଦ୍ବକ୍ତା ହାଗୟଙ୍କ ଦ୍ୱାରା କୁହାଯାଇଥିବା ବାର୍ତ୍ତା ଏହା ହିଁ ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଦାରୀୟାବସ୍ ରାଜାର ଅଧିକାରର ଦ୍ଵିତୀୟ ବର୍ଷର ଷଷ୍ଠ ମାସରେ, ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟର ପୁତ୍ର ଯିରୁବ୍ବାବିଲ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା, Gade chapit laଓଡିଆ ବାଇବେଲ1 ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା, Gade chapit la |
ଏହା ପରେ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିରରେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ, ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭାତୃଗଣ, ବନ୍ଦୀ ଦଶାରୁ ଯିରୁଶାଲମକୁ ଆଗତ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିର କାର୍ଯ୍ୟରେ ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।
ତା'ପରେ ସଦାପ୍ରଭୁ ତାଙ୍କର ନିର୍ମାଣ ବିଷୟରେ ଲୋକମାନଙ୍କୁ ଉତ୍ତେଜିତ କଲେ। ଯିହୁଦାର ଶାସକ ଶଲ୍ଟିୟେଲଙ୍କ ପୁତ୍ର ଯିରୁବ୍ବାବିଲଙ୍କୁ ଓ ମହାଯାଜକ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କୁ ମଧ୍ୟ ସଦାପ୍ରଭୁ ଉତ୍ତେଜିତ କଲେ। ତାଙ୍କର ମନ୍ଦିର ନିର୍ମାଣ କରିବା ବିଷୟରେ ସଦାପ୍ରଭୁ ସବୁ ଲୋକଙ୍କୁ ଉତ୍ତେଜିତ କଲେ। ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାମ ଆରମ୍ଭ କଲେ।
ତୁମ୍ଭେମାନେ ଯଜ୍ଞବେଦି ନିମନ୍ତେ ଅନ୍ଧ ପଶୁ ବଳିଦାନ କରୁଛ, ଏହା କ’ଣ ଭୁଲ୍ ନୁହେଁ? ତୁମ୍ଭେମାନେ ଯେଉଁ ଛୋଟା ଓ ରୋଗୀ ପଶୁଗୁଡ଼ିକୁ ଉତ୍ସର୍ଗ କରୁଛ ତାହା ମଧ୍ୟ ଭୁଲ୍ ନୁହେଁ କି? ତୁମ୍ଭେମାନେ ଯଦି ସେହି ଭେଟି ତୁମ୍ଭମାନଙ୍କର ଶାସକକୁ ଦିଅ, ସେ କ’ଣ ସନ୍ତୁଷ୍ଟ ହେବେ? ନା, ସେ କେବେହେଲେ ସେ ଭେଟି ଗ୍ରହଣ କରିବେ ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।