Biblia Todo Logo
Bib sou entènèt

- Piblisite -




ହାଗୟ 1:9 - ପବିତ୍ର ବାଇବଲ

9 ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ପ୍ରଚୁର ଶସ୍ୟଅମଳ କରିବାକୁ ଖୋଜୁଛ, କିନ୍ତୁ ଯେତେବେଳେ ଶସ୍ୟ ସଂଗ୍ରହ କରିବାକୁ ଯାଉଛ ସେଠାରେ ଅତି ଅଳ୍ପ ଶସ୍ୟ ଦେଖୁଛ। ତୁମ୍ଭେମାନେ ସେ ଶସ୍ୟ ଘରକୁ ଆଣୁଛ, ତା'ପରେ ଆମ୍ଭେ ପବନକୁ ପଠାଇ ସେ ସମସ୍ତକୁ ଉଡ଼ାଇ ଦେଉଛୁ। ଏହା କାହିଁକି ଘଟୁଛି? କାରଣ ତୁମ୍ଭେ ପ୍ରତ୍ୟେକ ଯେତେବେଳେ ନିଜ ନିଜ ଘରର ଯତ୍ନ ନେବାକୁ ତତ୍ପର ହେଉଛ ସେତେବେଳେ ଆମ୍ଭ ଗୃହ ଧ୍ୱଂସ ହେଉଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ। ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ? କାରଣ ଏହି, ଆମ୍ଭର ଗୃହ ଉତ୍ସନ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ।

Gade chapit la Kopi

ଓଡିଆ ବାଇବେଲ

9 ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ। ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ ? ଏହି, ଆମ୍ଭର ଗୃହ ଭଗ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ। ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ? ଏହି, ଆମ୍ଭର ଗୃହ ଭଗ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ।

Gade chapit la Kopi




ହାଗୟ 1:9
25 Referans Kwoze  

“ତୁମ୍ଭେମାନେ ଭାବୁଛ ଯେ ସୁନ୍ଦର ଘରେ ବାସ କରିବାକୁ ଠିକ୍ ସମୟ ଆସିଯାଇଛି। ସୁନ୍ଦର କାନ୍ଥରେ କାଠ ଫଳକ ଲାଗିଥିବା ଘରେ ବାସ କରୁଛ। କିନ୍ତୁ ସଦାପ୍ରଭୁଙ୍କର ଗୃହ ତଥାପି ଭଗ୍ନ ଅବସ୍ଥାରେ ଅଛି।


“ମୁଁ ଯେଉଁମାନଙ୍କୁ ପ୍ରେମ କରେ ସେମାନଙ୍କୁ ସଂଶୋଧନ କରେ ଓ ଦଣ୍ଡ ଦିଏ। ତେଣୁ କଠିନ ଚେଷ୍ଟା କର। ନିଜ ହୃଦୟ ଓ ନିଜ ଜୀବନ ପରିବର୍ତ୍ତନ କର।


ଯଦି ତୁମ୍ଭେମାନେ ଧ୍ୟାନ ନ ଦିଅ ଏବଂ ଆମ୍ଭ ନାମକୁ ଗୌରବ ଦେବା ପାଇଁ, ଗୁରୁତ୍ୱ ନ ଦିଅ ତେବେ ତୁମ୍ଭମାନଙ୍କର ଆଶୀର୍ବାଦଗୁଡ଼ିକ ଅଭିଶାପରେ ପରିଣତ କରିବା। ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ ଘଟାଇବା କାରଣ ତୁମ୍ଭେମାନେ ଆମ୍ଭର ନାମକୁ ଗୌରବ ଦେବା ବିଷୟରେ ଗମ୍ଭୀର ନୁହଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି ବାଣୀସବୁ କହିଥିଲେ।


ତୁମ୍ଭେ ବହୁ ମଞ୍ଜି ବୁଣୁଛ କିନ୍ତୁ ଅଳ୍ପ ଶସ୍ୟଅମଳ କରୁଛ। ତୁମ୍ଭର ଖାଇବାକୁ ଖାଦ୍ୟ ଅଛି କିନ୍ତୁ ପେଟ ପୁରିବାକୁ ପ୍ରଚୁର ନାହିଁ। ତୁମ୍ଭର ପାନୀୟ ପାଇଁ ଅଳ୍ପ ଦ୍ରାକ୍ଷାରସ ଅଛି। କିନ୍ତୁ ତାହା ତୁମ୍ଭର ଗ୍ଭହିଦା ପୂରଣ ପାଇଁ ଯଥେଷ୍ଟ ନୁହେଁ। ତୁମ୍ଭର ଯଦିଓ କିଛି ବସ୍ତ୍ର ପିନ୍ଧିବାକୁ ଅଛି ତାହା ତୁମ୍ଭମାନଙ୍କୁ ଉଷୁମ ରଖିବାକୁ ଯଥେଷ୍ଟ ନୁହେଁ। ତୁମ୍ଭେମାନେ ଧନ ଅର୍ଜ୍ଜନ କରୁଛ କିନ୍ତୁ ତାହା କୁଆଡ଼େ ଗ୍ଭଲି ଯାଉଛି ତୁମ୍ଭେ ଜାଣିପାରୁ ନାହଁ, ଯେପରିକି ତୁମ୍ଭ ପକେଟରେ ଥିବା କଣା ବାଟେ ସେସବୁ ଗ୍ଭଲି ଯାଉଛି।’”


ତୃଣ ଶୁଷ୍କ ହୁଏ ଓ ପୁଷ୍ପ ମ୍ଳାନ ହୁଏ। କାରଣ ତାହା ଉପରେ ସଦାପ୍ରଭୁଙ୍କର ଶ୍ୱାସବାୟୁ ବହେ। ତେଣୁ ଲୋକମାନେ ନିଶ୍ଚିତ ତୃଣ ସ୍ୱରୂପ।


“କିନ୍ତୁ ତୁମ୍ଭ ବିରୁଦ୍ଧରେ ମୋର ଏହି କଥା ଅଛି: ତୁମ୍ଭର ଆରମ୍ଭରେ ଯେଉଁ ପ୍ରେମ ଥିଲା, ତୁମ୍ଭେ ସେହି ପ୍ରେମ ହରାଇଛ।


ମୁଁ ପରମେଶ୍ୱରଙ୍କୁ କହି ପାରିବି, ‘ମୋତେ କଳଙ୍କିତ କର ନାହିଁ। ମୋତେ କେବଳ ଏତିକି କୁହନ୍ତୁ, ମୁଁ କ’ଣ ଭୁଲ୍ କରିଛି। ମୋ’ ବିପକ୍ଷରେ ତୁମ୍ଭର କ’ଣ କହିବାର ଅଛି।


ଦେଖ, ମୁଁ ତାଙ୍କ ମଧ୍ୟରେ ଏକ ଆତ୍ମା ଦେବି ଓ ସେ ଏକ ଜନରବ ଶୁଣିବ ଏବଂ ତା'ର ଦେଶକୁ ଫେରିଯିବ, ଆଉ ମୁଁ ତାକୁ ତା'ର ନିଜ ଦେଶରେ ‌‌ଖ‌ଡ଼୍‌ଗ ଦ୍ୱାରା ବଧ କରିବି।’”


ସଦାପ୍ରଭୁଙ୍କ ଗର୍ଜନରେ ତାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ତ୍ତ ପ୍ରକାଶ ପାଇଲା, ଭୂମଣ୍ତର ମୂଳ ସକଳ ଅନାବୃତ୍ତ ହେଲା।


ଦାଉଦଙ୍କ ରାଜତ୍ୱ ସମୟରେ କ୍ରମାଗତ ତିନି ବର୍ଷ ଧରି ଦୁର୍ଭିକ୍ଷ ହେଲା। ଏହି ସମୟରେ ରାଜା ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଶାଉଲ ଓ ତା'ର ହତ୍ୟାକାରୀ ବଂଶ ଯୋଗୁଁ ଏପରି ହେଉଛି। ଯେହେତୁ ସେ ଗିବିୟୋନୀୟମାନଙ୍କୁ ହତ୍ୟା କରିଥିଲା।”


ଯେପରି କବର ଓ ବିନାଶସ୍ଥାନ କେବେ ହେଁ ତୃପ୍ତ ନୁହେଁ, ସେହିପରି ମଧ୍ୟ ମନୁଷ୍ୟର ଚକ୍ଷୁ କେତେବେଳେ ତୃପ୍ତ ନୁହେଁ।


ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ ମନୁଷ୍ୟ ତାହା ବର୍ଣ୍ଣନା କରିପାରେ ନାହିଁ। ତେଣୁ ଦର୍ଶନରେ ତୃପ୍ତ ନୁହେଁ କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ।


ଆଉ ମୁଁ ତୁମ୍ଭ ଉପରେ ଆପଣା କ୍ରୋଧ ପ୍ରକାଶ କରିବି। ମୁଁ ତୁମ୍ଭ ଉପରେ ଆପଣା କ୍ରୋଧାଗ୍ନି ଛାଡ଼ିବି। ମୁଁ ତୁମ୍ଭକୁ ଦୁଷ୍ଟ ଲୋକମାନଙ୍କ ହସ୍ତରେ ସମର୍ପଣ କରିବି, ଯେଉଁମାନେ ବିନାଶ କରିବାରେ ପାରଙ୍ଗମ।


ତା'ପରେ ପଞ୍ଚମ ବର୍ଷରେ ତୁମ୍ଭେମାନେ ସେ ବୃକ୍ଷରୁ ଫଳ ଖାଇ ପାରିବ। ତହିଁରେ ତୁମ୍ଭମାନଙ୍କ ପାଇଁ ପ୍ରଚୁର ଫଳ ଫଳିବ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


“ତୁମ୍ଭେ କ୍ଷେତ୍ରକୁ ବହୁତ ବିହନ ବହିନେବ ମାତ୍ର ଅଳ୍ପ ସଂଗ୍ରହ କରିବ। କାରଣ ପଙ୍ଗପାଳ ତାହା ଖାଇ ପକାଇବେ।


କେହି କେହି ଦାନ କରି ଆହୁରି ଧନ ବଢ଼ାନ୍ତି। ପୁଣି କେହି କେହି ଉଚିତ୍ ବ୍ୟୟ ଅସ୍ୱୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ।


ଦଶ ଏକର ପରିମିତ ଦ୍ରାକ୍ଷାକ୍ଷେତରୁ ମାତ୍ର ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଏବଂ ଦଶ ମହଣ ବୀଜରୁ ମାତ୍ର ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।”


ସେମାନେ ଗହମ ବୁଣି କଣ୍ଟା ଅମଳ କରିଛନ୍ତି। ସେମାନେ ବହୁ ପରିଶ୍ରମ କରି ମଧ୍ୟ କିଛି ଫଳ ପାଇ ନାହାନ୍ତି। ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ଯୋଗୁଁ ସେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବେ।”


Swiv nou:

Piblisite


Piblisite