Biblia Todo Logo
Bib sou entènèt

- Piblisite -




ହାଗୟ 2:6 - ପବିତ୍ର ବାଇବଲ

6 କାରଣ ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହିଛନ୍ତି। ‘ଅଳ୍ପ ସମୟ ପରେ ଆମ୍ଭେ ପୁନର୍ବାର କମ୍ପନ ସୃଷ୍ଟି କରିବା। ସ୍ୱର୍ଗ, ମର୍ତ୍ତ୍ୟ, ଜଳ ଓ ସ୍ଥଳରେ କମ୍ପନ ଆଣିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ତଳ ଓ ପୃଥିବୀ ଓ ସମୁଦ୍ର ଓ ଶୁଷ୍କଭୂମିକି ହଲାଇବା;

Gade chapit la Kopi

ଓଡିଆ ବାଇବେଲ

6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ଶୁଷ୍କଭୂମିକି ହଲାଇବା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ଶୁଷ୍କ ଭୂମିକୁ ହଲାଇବା;

Gade chapit la Kopi




ହାଗୟ 2:6
25 Referans Kwoze  

ଯେତେବେଳେ ସଦାପ୍ରଭୁ ଜାଣିବେ ଯେ ଅଶୂର ତୁମ୍ଭମାନଙ୍କୁ ବହୁ ଦଣ୍ଡ ଦେଇସାରିଛି, ସେତେବେଳେ ମୋର କ୍ରୋଧ ପ୍ରଶମିତ ହେବ।”


ମୁଁ ଉପରିସ୍ଥ ଆକାଶରେ ବିସ୍ମୟଜନକ କାର୍ଯ୍ୟ ଓ ନୀଚ୍ଚସ୍ଥ ପୃଥିବୀରେ ରକ୍ତ, ନିଆଁ, ମେଘ, ଧୂଆଁର ଚିହ୍ନମାନ ଦେଖାଇବି।


ପୁଣି ସଦାପ୍ରଭୁ ପରମେଶ୍ୱର ସିୟୋନରୁ ଚିତ୍କାର କରିବେ, ସେ ଯିରୁଶାଲମରୁ ମଧ୍ୟ ଚିତ୍କାର କରିବେ। ସେହି ଚିତ୍କାରରେ ଆକାଶ ଓ ପୃଥିବୀ ଥରି ଉଠିବ। ମାତ୍ର ସଦାପ୍ରଭୁ ପରମେଶ୍ୱର ତାଙ୍କ ସନ୍ତାନଗଣଙ୍କ ପାଇଁ ନିରାପଦ ସ୍ଥାନ ହେବ। ସେ ମଧ୍ୟ ଇସ୍ରାଏଲର ଲୋକମାନଙ୍କ ପାଇଁ ନିରାପଦ ସ୍ଥାନ ହେବେ।


ଏହା ସତ୍ୟ ଯେ, ଅତି ଅଳ୍ପ ସମୟ ପରେ ଲିବାନୋନ ଫଳପୂର୍ଣ୍ଣ କ୍ଷେତ୍ରରେ ପରିଣତ ହେବ ଓ ଫଳବତୀ କ୍ଷେତ୍ର ଅରଣ୍ୟରେ ପରିଣତ ହେବ।


ଆଜି ଅଳ୍ପ ସମୟରେ, “ଯାହାଙ୍କ ଆସିବା କଥା ସେ ଆସିବେ, ତାହାଙ୍କର ଡେରି ହେବ ନାହିଁ।


ସେ ସମୟରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରସ୍ଥ ପଶୁଗଣ ଓ ଭୂମିରେ ଗୁରୁଣ୍ଡୁଥିବା ସରୀସୃପଗଣ ଆଉ ପୃଥିବୀସ୍ଥ ସମସ୍ତ ଲୋକମାନେ ଆମ୍ଭ ସାକ୍ଷାତରେ ଭୟରେ କମ୍ପିତ ହେବେ। ପର୍ବତସବୁ ଉତ୍ପାଟିତ ହେବେ ଓ ଶୃଙ୍ଗଗୁଡ଼ିକ ଭାଙ୍ଗି ପଡ଼ିବ। ଆଉ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍ ହେବ।”


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, “ବାବିଲ ଏକ ଶସ୍ୟ ମର୍ଦ୍ଦନ ଖଳା ସ୍ୱରୂପ ଆଉ ଅଳ୍ପ ସମୟରେ ଅମଳ ସମୟ ଆସିବ।”


ପୁଣି ଆକାଶ ମଣ୍ଡଳର ସମସ୍ତ ସୈନ୍ୟ କ୍ଷୟପ୍ରାପ୍ତ ହେବେ ଏବଂ ମୋଡ଼ା କାଗଜ ଭଳି ସେ ଗୁଡ଼ାଇ ହୋଇଥିବେ। ଦ୍ରାକ୍ଷାଲତାର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର ସଦୃଶ ସମସ୍ତ ସୈନ୍ୟ ବିହୀନ ହେବେ ଏବଂ ପଡ଼ିଯିବେ।


ଆଉ ଅଳ୍ପ ଦିନପରେ ଦୁଷ୍ଟ ଲୋକମାନେ ନ ଥିବେ। ତୁମ୍ଭେ ସେମାନଙ୍କୁ ଖୋଜିଲେ ବି ଆଉ ପାଇବ ନାହିଁ, କାରଣ ସେମାନେ ଆଉ ନ ଥିବେ।


ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସମସ୍ତ ମଣିଷ ଜାତି, ସମସ୍ତ ଗୋଷ୍ଠୀ, ସମସ୍ତ ଭାଷା ଏବଂ ସମସ୍ତ ରାଷ୍ଟ୍ରର ଲୋକମାନେ ସେମାନଙ୍କର ଶବ ଦେଖିବେ। କିନ୍ତୁ ସେମାନେ ସେମାନଙ୍କର ସମାଧିସ୍ଥ ହେବାକୁ ଦେବେ ନାହିଁ।


ପରମେଶ୍ୱର ଇଚ୍ଛାକଲେ ଭୂମିକମ୍ପ ସୃଷ୍ଟି କରି ପୃଥିବୀକୁ ହଲାଇ ପାରନ୍ତି। ପରମେଶ୍ୱର ପୃଥିବୀର ମୂଳଦୁଆ ଦୋହଲାଇ ଦେଇ ପାରନ୍ତି।


ସେତିକି ବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା। ସ୍ୱର୍ଗରାଜ୍ୟର ଭିତ୍ତିଭୂମି ଥରି ଉଠିଲା, କାରଣ ସଦାପ୍ରଭୁ କ୍ରୋଧିତ ହେଲେ।


ସେତେବେଳେ ଲୋକମାନେ ସଦାପ୍ରଭୁ ଓ ତାଙ୍କର ମହାନଶକ୍ତି ଦେଖି ଭୟଭୀତ ହେବେ। ସଦାପ୍ରଭୁ ପୃଥିବୀକୁ ଏପରି କମ୍ପିତ କରିବେ ଯେ, ଲୋକମାନେ ଭୟଭୀତ ହୋଇ ପର୍ବତ ଗୁମ୍ଫାରେ ଓ ପୃଥିବୀର ଗର୍ତ୍ତରେ ଲୁଚିବେ।


ସଦାପ୍ରଭୁଙ୍କ କ୍ରୋଧରେ ଆକାଶମଣ୍ଡଳ କମ୍ପିତ ହେବ ଓ ଦିବସରେ ପୃଥିବୀ ସ୍ଥାନଚ୍ୟୁତ ହେବ।” ଯେଉଁ ଦିନ ସଦାପ୍ରଭୁ ସର୍ବଶକ୍ତିମାନ ତାଙ୍କର କ୍ରୋଧ ପ୍ରକାଶ କରିବେ ସେହି ଦିନ ଏହା ଘଟିବ।


ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ। ତାହାକୁ ସଫଳ କରିବାର ସମୟ ଆସୁଅଛି।


ଆଉ ମୁଁ ମୋର ଅନ୍ତର୍ଜ୍ୱାଳା ଓ କ୍ରୋଧାଗ୍ନିରେ ପ୍ରତିଜ୍ଞା କରେ, ଇସ୍ରାଏଲରେ ଭୟଙ୍କର ଭୂମିକମ୍ପ ହେବ।


Swiv nou:

Piblisite


Piblisite