Biblia Todo Logo
Bib sou entènèt

- Piblisite -




ଏବ୍ରୀ 1:10 - ପବିତ୍ର ବାଇବଲ

10 ପରମେଶ୍ୱର ଏହା ମଧ୍ୟ କହନ୍ତି: “ହେ ପ୍ରଭୁ! ତୁମ୍ଭେ ଆରମ୍ଭରେ ପୃଥିବୀ ନିର୍ମାଣ କଲ, ଓ ତୁମ୍ଭର ହାତ ଆକାଶ ନିର୍ମାଣ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରେ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି ଆକାଶମଣ୍ତଳ ତୁମ୍ଭ ହସ୍ତକୃତ କର୍ମନ୍ତ”

Gade chapit la Kopi

ଓଡିଆ ବାଇବେଲ

10 ଆହୁରି, "ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ''

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ସେ ଆହୁରି ମଧ୍ୟ କହିଛନ୍ତି, “ହେ ପ୍ରଭୁ, ତୁମେ ଆଦ୍ୟରେ ପୃଥିବୀ ସୃଷ୍ଟି କଲ ଏବଂ ଆପଣା ହସ୍ତ ଦ୍ୱାରା ଆକାଶମଣ୍ଡଳ ସୃଷ୍ଟି କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ।”

Gade chapit la Kopi




ଏବ୍ରୀ 1:10
17 Referans Kwoze  

ଆରମ୍ଭରେ ପରମେଶ୍ୱର ଆକାଶ ଓ ପୃଥିବୀକୁ ସୃଷ୍ଟି କଲେ।


“ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିଶାଳ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ। ତୁମ୍ଭର ଅସାଧ୍ୟ କିଛି ନାହିଁ।


ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଦକ୍ଷିଣ ହସ୍ତ ଆକାଶମଣ୍ଡଳ ବିସ୍ତାର କରିଅଛି। ତେଣୁ ଆମ୍ଭେ ସେମାନଙ୍କୁ ଡାକିଲେ ସେମାନେ ଏକତ୍ର ଆମ୍ଭ ସମ୍ମୁଖରେ ଛିଡ଼ା ହୁଅନ୍ତି।


ଯେ ନବମଣ୍ଡଳ ସୃଷ୍ଟି କରି ଭୂମଣ୍ଡଳ ଉପରେ ବିସ୍ତାର କଲେ, ଯେ ପୃଥିବୀର ସକଳବସ୍ତୁ ସୃଷ୍ଟି କଲେ, ଯେ ସକଳ ଲୋକଙ୍କୁ ନିଃଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ସକଳ ଆତୟାତ ବ୍ୟକ୍ତିମାନଙ୍କୁ ଜୀବନ ଦିଅନ୍ତି, ସେହି ସଦାପ୍ରଭୁ ପ୍ରକୃତ ପରମେଶ୍ୱର ଏହି କଥା କୁହନ୍ତି।


ଏକ ସ୍ୱର୍ଗୀୟ ବାଣୀ, ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ଏହି ବାର୍ତ୍ତା। ଏହା ହେଉଛି ସଦାପ୍ରଭୁଙ୍କର ବାର୍ତ୍ତା ଯିଏ କି ସ୍ୱର୍ଗକୁ ବିସ୍ତାର କରିଅଛନ୍ତି ଏବଂ ପୃଥିବୀକୁ ସ୍ଥାପନ କରିଅଛନ୍ତି। ସେ ହେଉଛନ୍ତି ଜଣେ ଯିଏ କି ମନୁଷ୍ୟମାନଙ୍କ ମଧ୍ୟରେ ନିଶ୍ୱାସପ୍ରଶ୍ୱାସ ସ୍ଥାପନ କରିଅଛନ୍ତି।


ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ। ଆମ୍ଭେମାନେ ମୃତ୍ତିକା ଓ ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର। ଆମ୍ଭେ ସମସ୍ତେ ତୁମ୍ଭ ହସ୍ତର କର୍ମ।


ସଦାପ୍ରଭୁ ଯେ ଏହି ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତୁମ୍ଭର ନିର୍ମାଣକର୍ତ୍ତା, ତୁମ୍ଭେ ତାଙ୍କୁ ଭୁଲିଅଛ। ତେଣୁ ତୁମ୍ଭେ ଦିନଯାକ ନିରନ୍ତର ସେମାନଙ୍କୁ ଭୟ କରୁଅଛ ଯେ ତୁମ୍ଭକୁ ବିନାଶ କରିବାକୁ ଉଦ୍ୟତ ହୋଇ କୋପ କରିଛନ୍ତି। ମାତ୍ର ସେହି ଉପଦ୍ରବକାରୀ ଏବେ କାହାନ୍ତି ଓ ତାଙ୍କର କୋପ କାହିଁ?


ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଜଳସମୁହ ଯେପରି ତାଙ୍କର ଆଜ୍ଞା ଲଙ୍ଘନ କରି ନ ପାରେ, ଯେଉଁ ସମୟରେ ଜଗତର ମୂଳଦୁଆସବୁ ତିଆରି କଲେ।


“ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ: “ଯେ ଏହିସବୁ ତୁମ୍ଭକୁ କହୁଛନ୍ତି, ସେ ଆମେନ୍ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ ଅଟନ୍ତି। ପରମେଶ୍ୱର ସୃଷ୍ଟି କରିଥିବା ସମସ୍ତ ବିଷୟର ଶାସକ। ସେ ଏହି କଥା କହନ୍ତି:


ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ। ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।


ଏପରି ସାବଧାନ ହୁଅ, ଯେତେବେଳେ ତୁମ୍ଭେମାନେ ସୂର୍ଯ୍ୟ, ଚନ୍ଦ୍ର, ତାରାଗଣକୁ ଆକାଶରେ ଦେଖ। ତୁମ୍ଭେମାନେ ସେମାନଙ୍କୁ ବିମୋହିତ ହୋଇ ପ୍ରଣାମ କରିବା ଓ ସେବା କରିବା ଉଚିତ୍ ନୁହେଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅନ୍ୟ ସମସ୍ତ ଜାତିଗଣ ଏହିସବୁ କରିବାକୁ ରଖିଛନ୍ତି।


କିଏ ନିଜର ହସ୍ତ ପାପୁଲିରେ ସମୁଦ୍ର ଜଳରାଶି ମାପିଅଛି? କିଏ ନିଜର ହସ୍ତ ଗ୍ଭଖଣ୍ଡରେ ଅନନ୍ତ ଆକାଶକୁ କଳନା କରିଅଛି? ପୁଣି କିଏ ଗୌଣୀରେ ପୃଥିବୀର ସମସ୍ତ ଧୂଳିରାଶିକୁ ଭରି ପାରିଛି? କିଏ ପର୍ବତଗୁଡ଼ିକୁ ନିକିତିରେ ଓ ଉପପର୍ବତକୁ ତରାଜୁରେ ତଉଲି ଅଛି?


ତୁମ୍ଭେମାନେ ସ୍ୱର୍ଗମଣ୍ଡଳ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର। କାରଣ ଆକାଶ ମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତୁ ତୁଲ୍ୟ ଜୀର୍ଣ୍ଣ ହେବ। ଆଉ ମଧ୍ୟ ପୃଥିବୀବାସୀ ସେହିପରି ମୃତ୍ୟୁବରଣ କରିବେ। ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମାଗ୍ଭର ଲୁପ୍ତ ହେବ ନାହିଁ।


“ଆଉ ଥରେ” କହିବା ଅର୍ଥ ଯେ ଯାହାକିଛି ନିର୍ମିତ ହୋଇଥିଲା, ସେ ସବୁ ନଷ୍ଟ ହୋଇ ଯିବ। ସେହିଗୁଡ଼ିକୁ ଟଳମଳ କରାଯାଇ ପାରିବ ଓ ଯେଉଁ ବିଷୟ ଗୁଡ଼ିକୁ ଟଳମଳ କରାଯାଇ ପାରିବ ନାହିଁ ସେଗୁଡ଼ିକ ରହିବେ।


Swiv nou:

Piblisite


Piblisite